Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»DurgaPujaNews»ଆସନ୍ତାକାଲି ଧୁମଧାମରେ ଅନୁଷ୍ଠିତ ହେବ ବାଣପୁର ଭେଟ ଅମାବାସ୍ୟା: ଜାଣନ୍ତୁ ସମୟ ସାରଣୀ
DurgaPujaNews

ଆସନ୍ତାକାଲି ଧୁମଧାମରେ ଅନୁଷ୍ଠିତ ହେବ ବାଣପୁର ଭେଟ ଅମାବାସ୍ୟା: ଜାଣନ୍ତୁ ସମୟ ସାରଣୀ

September 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
bhagabati, birajai
ବାଣପୁର ପ୍ରସିଦ୍ଧ ପବିତ୍ର ଭେଟ ଅମାବାସ୍ୟା: ଜାଣନ୍ତୁ କ’ଣ ରହିଛି ପ୍ରଥା?

ବାଣପୁର: ଆଶ୍ଵିନ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀ ଓ ଦେବୀ କନକ ଦୂର୍ଗାଙ୍କ ସହସ୍ରକୁମ୍ଭାଭିଷେକ ହୋଇ ପାର୍ବଣର ଏହି ପ୍ରଥମାର୍ଦ୍ଧ ପୂଜା ଆରମ୍ଭ ହୋଇଥାଏ। ଏହା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିଥାଏ। ମହାଳୟା ଅମାବାସ୍ୟାର ମଧ୍ୟରାତ୍ରରେ ମା’ ଭଗବତୀଙ୍କ ବିଜୟ ପ୍ରତିମା କାଠି ଠାକୁରାଣୀ ଓ ଦେବୀ ବିରାଜାଇଙ୍କ ଦାରୁ ପ୍ରତିମାଙ୍କ ଭେଟ ଉତ୍ସବ ଅନୁଷ୍ଠିତ ହୋଇଥାଏ।

ବାଣପୁରରେ ରାଜା ଶାସନ ଚାଲିଥିବା ବେଳେ ପ୍ରଥମାର୍ଦ୍ଧ ପୂଜା ରାଜ ନଅରରେ ଅନୁଷ୍ଠିତ ହେଉଥିଲା। ମା’ ଭଗବତୀଙ୍କ ବିଜୟ ପ୍ରତିମା କାଠି ଠାକୁରାଣୀ ପ୍ରତ୍ୟେହ ସାୟଂ କାଳରେ ଶ୍ରୀ ଦକ୍ଷେଶ୍ୱର ମନ୍ଦିରରୁ ବାହାରି ରାଜ ନଅରକୁ ଯାତ୍ରା କରୁଥିଲେ। ସେଠାରେ ଦେବୀ କନକ ଦୁର୍ଗାଙ୍କସହ ମିଳିତ ହୋଇ ପୂଜା ପାଉଥିଲେ। ତେଣୁ ଏହି ପ୍ରଥମାର୍ଦ୍ଧ ପୂଜାକୁ ଏଠାରେ ଭିତରପୂଜା କୁହାଯାଇଥାଏ।

ପ୍ରଥମାର୍ଦ୍ଧ ପୂଜା ରାଜ ନଅରରେ ହେଉଥିବା ବେଳେ ମହାଳୟାର ଏହି ଭେଟ ଉତ୍ସବ ବାଣପୁରର ଜନପଦ ଏବଂ ରାଜନଅର ମଧ୍ୟ ସ୍ଥଳରେ ଅନୁଷ୍ଠିତ ହେଉଥିଲା। ସେଥିପାଇଁ ସେହିଠାରେ ଥିବା ଗ୍ରାମର ନାମ ଭେଟେଶ୍ୱର ହେବା ସହ ସେଠାରେ ବିରାଜିତ ଦେବ ଦେବ ମହାଦେବଙ୍କ ନାମ ଶ୍ରୀ ଭେଟିନାଥ ଦେବ ହୋଇଛି ବୋଲି ଐତିହାସିକମାନେ କହିଛନ୍ତି। କିନ୍ତୁ ଘଟଣା କ୍ରମେ ବାଣପୁର ରାଜା ପାରିକୁଦ ଠାରେ ଅବସ୍ଥାନ କରିବା ପରେ ଏହି ପ୍ରଥମାର୍ଦ୍ଧ ପୂଜା ବର୍ତ୍ତମାନ ମା’ ଭଗବତୀଙ୍କ ମନ୍ଦିର ବେଢାରେ ନିର୍ମିତ ସ୍ୱତନ୍ତ୍ର ପୂଜା ଗୃହରେ ଅନୁଷ୍ଠିତ ହେଉଛି। ଏବଂ ପବିତ୍ର ଭେଟ ଉତ୍ସବ ବାଣପୁର ବଜାରରେ କରାଯାଉଛି। ଏହି ପବିତ୍ର ଭେଟ ଉତ୍ସବ ହେଉଥିବା ଅମାବାସ୍ୟାକୁ ବାଣପୁର ଅଂଚଳରେ ଭେଟ ଅମାବାସ୍ୟା କୁହାଯାଏ। ଆସନ୍ତାକାଲି ଏହି ଭେଟ ଉତ୍ସବ ଅବା ଭେଟ ଅମାବାସ୍ୟା ଅନୁଷ୍ଠିତ ହେବାକୁ ଥିବା ବେଳେ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସହ ଦେଖିବାକୁ ମିଳିଛି। ତେବେ ଆସନ୍ତାକାଲି ସନ୍ଧ୍ୟା ୮.୩୦ ରୁ ୯.୩୦ ଘଟିକା ମଧ୍ୟରେ ଉକ୍ତ ପବିତ୍ର ଭେଟ ଅମାବାସ୍ୟା ଉତ୍ସବ ଅନୁଷ୍ଠିତ ହେବ ବୋଲି ଦେବୋତ୍ତର କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। କୋଭିଡ କଟକଣା ଉଠିଯାଇଥିବା ହେତୁ ଆସନ୍ତାକାଲି ଭେଟ ଅମାବାସ୍ୟା ରେ ପ୍ରବଳ ଜନସମାଗମ ହେବ ବୋଲି ଅନୁମାନ କରାଯାଉଛି।

ଅନୁରୂପ ଭାବେ ଆଇନ ଶୃଙ୍ଖଳା ଦୃଷ୍ଟିରୁ ବାଣପୁର ବଜାରରେ ଆସନ୍ତାକାଲି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ ବୋଲି ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ କହିଛନ୍ତି। ସେହିପରି ଭାବେ ଭକ୍ତ ମାନେ ଶୃଙ୍ଖଳାର ସହ ଉକ୍ତ ପବିତ୍ର ଉତ୍ସବ କୁ ଉପଭୋଗ କରିବା ପାଇଁ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସ ଅପିଲ କରିଛନ୍ତି।

ଭେଟ ଉତ୍ସବ ପରେ ଦେବୀ ବିରଜାଈ ଶ୍ରୀଦକ୍ଷେଶ୍ୱର ମନ୍ଦିର ସ୍ଥିତ ସାତବଖରା ଗୃହକୁ ବିଜେ କରିବାବେଳେ କାଠି ଠାକୁରାଣୀ ମା’ ଭଗବତୀଙ୍କ ମନ୍ଦିରକୁ ଯାତ୍ରା କରିଥାନ୍ତି। ପ୍ରଥମାର୍ଦ୍ଧ ପୂଜା ବା ଭିତର ପୁଜା ଶେଷ ହେବା ପରେ ଆଶ୍ଵିନ ଶୁକ୍ଲ ପ୍ରତିପଦା ଠାରୁ ସାତବଖରା ଗୃହରେ ଅନୁଷ୍ଠିତ ହେଉଥିବା ଉତରାର୍ଦ୍ଧ ପୂଜା ବା ବାହାର ପୂଜା ଆଶ୍ୱିନ ଶୁକ୍ଲ ଅଷ୍ଟମୀରେ ବା ମହାଷ୍ଟମୀ ଯାଏଁ ଚାଲିଥାଏ।

ବାଣପୁର ଭେଟ ଅମାବାସ୍ୟା ମା’ ଭଗବତୀ ସମୟ ସାରଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026
Latest News

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିଲେ ସରକାର: ମହିଳା ସଂରକ୍ଷଣ ବିଲ୍ ଉପରେ ହେବ ଆଲୋଚନା

April 2, 2026

‘ହର୍ମୁଜ୍’ ପାଇଁ ୩୫ଟି ରାଷ୍ଟ୍ରର ବୈଠକ: ଭାରତକୁ ମଧ୍ୟ ମିଳିଲା ନିମନ୍ତ୍ରଣ

April 2, 2026

‘କର୍ମଯୋଗୀ ସାଧନା ସପ୍ତାହ’ କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

April 2, 2026

‘ଅରେଞ୍ଜ ଇକୋନୋମି’କୁ ଗତି: ସାରା ଦେଶରେ କଣ୍ଟେଣ୍ଟ କ୍ରିଏଟର ଲ୍ୟାବ୍ ର ବିସ୍ତାର

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.