Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ତ୍ତିକ ମାସରେ ସ୍ଥାପନା କରାଯାଏ ଆକାଶ ଦ୍ବୀପ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଆଜିର ଖବର

କାର୍ତ୍ତିକ ମାସରେ ସ୍ଥାପନା କରାଯାଏ ଆକାଶ ଦ୍ବୀପ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

October 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କାର୍ତ୍ତିକ ମାସରେ ସ୍ଥାପନା କରାଯାଏ ଆକାଶ ଦ୍ବୀପ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ବର: ସାଧାରଣତଃ କାର୍ତ୍ତିକ ମାସରେ ଆକାଶ ଦୀପ ଲଗାଯାଇଥାଏ। ବିଶ୍ବାସ ରହିଛି ଏହି ଆକାଶ ଦୀପ ଲାଗିଲେ ନିଜ ଜ୍ଞାନର ଆଲୋକ ଜଳି ଉଠେ। ସେଥିପାଇଁ ଏହି ଦୀପ ଲଗାଯାଇଥାଏ। ଯହେତୁ କାର୍ତ୍ତିକ ମାସ ହେଉଛି ସବୁମାସଠାରୁ ଶ୍ରେଷ୍ଠ ମାସ, ସେଥିପାଇଁ ଏହି କାର୍ତ୍ତିକ ମାସରେ ଏହି ଆକାଶ ଦୀପ ଲଗାଯାଇଥାଏ।

ସାଧାରଣ ଦୀପଠାରୁ ଆକାଶ ଦୀପ ଭିନ୍ନ ପ୍ରକାରର ହୋଇଥାଏ। ଏକ ମାଟି ହାଣ୍ଡିର ଉପରି ଭାଗରେ କେତେକ ଛିଦ୍ର କରିବା ପରେ ସେଥିରେ ବାଲି ରଖାଯାଇଥାଏ। ଏହି ବାଲି ଉପରେ ଏକ ଦୀପ ରଖାଯାଇ ଅଗ୍ନି ସଂଯୋଗ କରାଯାଇଥାଏ। ଏହାପରେ ଏକ ମାଟି ଢାଙ୍କୁଣୀ ଦ୍ବାରା ଢଙ୍କଯାଇ ଶିକାରେ ରଖାଯାଏ।

ଏହି ଦୀପ ଶିକାକୁ ଏକ ଉଚ୍ଚ ବାଉଁଶରେ ବାନ୍ଧି ଉପରକୁ ଉଠାଯାଏ। ସାଧାରଣତଃ ଜାତୀୟ ପତାକା ବାନ୍ଧିବା ପରେ ଏହାକୁ ଏକ ରଶି ସାହାର୍ଯ୍ୟରେ ଉପରକୁ ଭିଡାଯାଏ। କାରଣ ପୁଣି ତେଲ ସରିଗଲେ ସେହି ରଶି ଦ୍ବାରା ଦୀପକୁ ତଳକୁ ଖସାଯାଇଥାଏ।

ଏହି ଆକାଶ ଦୀପ ପରଂପରା କାହିଁ କେଉଁ କାଳରୁ ପ୍ରଚଳିତ ହୋଇ ଆସୁଛି। ସଂଧ୍ୟାବେଳେ ବୟସ୍କା ମହିଳାମାନେ ଚଉଁରା ମୂଳେ ଏହି ଆକାଶ ଦୀପ ସ୍ଥାପନା କରିଥାନ୍ତି। ବିଶ୍ବାସ ରହିଛି ଯେ ଯାହାର ଆକାଶ ଦୀପ ଯେତେ ଉଚ୍ଚା ତାହାର ପୂଣ୍ୟର ମାତ୍ର ସେତେ ଅଧିକ ହେବ।

ଏଥିସହିତ ଆକାଶ ଦୀପର ଆଉ ଏକ କାରଣ ରହିଛି। ତାହା ହେଲା ମହାଳୟାକୁ ପୂର୍ବପୁରୁଷମାନେ ପୃଥିବୀକୁ ଆସିଥାନ୍ତି। ଆଉ ଦୀପାବଳି ଦିନ ଦିପରେ ଆଲୋକରେ ସେମାନେ ଫେରିଯାଆନ୍ତି। ସେଥିପାଇଁ ବହୁ ଉଚ୍ଚରେ ଏହି ଆକାଶ ଦୀପ ସେମାନଙ୍କୁ ବାଟ କଢାଇଥାଏ ବୋଲି ଏକ ବିଶ୍ବାସ ମଧ୍ୟ ରହିଛି।

ଅନେକ ପୁରା କାର୍ତ୍ତିକ ମାସ ସାରା ଏହି ଦୀପ ଲଗାଇଥାନ୍ତି। ହେଲେ କେତେକ ସ୍ଥାନରେ ଦୀପାବଳି ପରେ, କେତେକ ସ୍ଥାନରେ ଅଁଳା ନବମୀ ପରେ କରିଥାନ୍ତି। ହେଲେ ଅଧିକାଂଶ ପଞ୍ଚୁକ ପାଞ୍ଚଦିନ ଏହି ଆକାଶ ଦୀପ ସ୍ଥାପନ କରୁଥିବାର ପରିଲକ୍ଷିତ ହୋଇଛି।

ଆକାଶ ଦ୍ବୀପ କାର୍ତ୍ତିକ ବ୍ରତ କାର୍ତ୍ତିକ ମାସ
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026
Latest News

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.