Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ବରରେ ଆରମ୍ଭ ହେଲା ମୃତ୍ତିକା ହସ୍ତଶିଳ୍ପ ବା ଟେରାକୋଟା ପ୍ରଦର୍ଶନୀ
ଜାତୀୟ ଖବର

ଭୁବନେଶ୍ବରରେ ଆରମ୍ଭ ହେଲା ମୃତ୍ତିକା ହସ୍ତଶିଳ୍ପ ବା ଟେରାକୋଟା ପ୍ରଦର୍ଶନୀ

October 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଆରମ୍ଭ ହେଲା ମୃତ୍ତିକା ହସ୍ତଶିଳ୍ପ ବା ଟେରାକୋଟା ପ୍ରଦର୍ଶନୀ

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଆଜି ସନ୍ଧ୍ୟାରେ ‘ମୃତ୍ତିକା-୨୨’ ପ୍ରଦର୍ଶନୀର ଶୁଭ ଉଦ୍‌ଘାଟନ କରିଛନ୍ତି। ଚଳିତ ବର୍ଷ ଦୀପାବଳିକୁ ଦୃଷ୍ଟିରେ ରଖି ‘ମୃତ୍ତିକା-୨୨’ ନାମରେ ଏହି ପ୍ରଦର୍ଶନୀ ୟୁନିଟ୍‌-୩ସ୍ଥିତ ଏକାମ୍ର ହାଟ, ଭୁବନେଶ୍ୱରଠାରେ ଅକ୍ଟୋବର ୧୫ ରୁ ୨୨ ତାରିଖ ପର୍ଯ୍ୟନ୍ତ ଆୟୋଜନ କରାଯାଉଛି।

ଏହି ଅବସରରେ ୧୨୫ଟି ଷ୍ଟଲର ବ୍ୟବସ୍ଥା କରାଯାଇ ୨୫୦ରୁ ଉର୍ଦ୍ଧ କାରିଗରମାନଙ୍କୁ ବିନା ଦେୟରେ ପ୍ରଦାନ କରାଯାଉଛି। ଅଂଶଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଜଗତସିଂହପୁର, ଭଦ୍ରକ, କଟକ, ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗିର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, କୋରାପୁଟ, ଗଜପତି, ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ା। ଏହି ପ୍ରଦର୍ଶନୀ ମାଧ୍ୟମରେ ପ୍ରାୟ ୧୭୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ ଟେରାକୋଟା ସାମଗ୍ରୀ ବିକ୍ରି ହେବାର ଆକଳନ କରାଯାଇଛି ।

ଏହି ଉଦ୍‌ଘାଟନୀ ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି, ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ର, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶକ ସରୋଜ କୁମାର ପଟେଲ, ବିଭାଗୀୟ ଅତିରିକ୍ତ ସଚିବ ବିକ୍ରମାଦିତ୍ୟ ବାରିକ, ମୃତ୍ତିକା ଶିଳ୍ପୀ ଅଞ୍ଜୁଲତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଆଜିର ଉଦ୍‌ଘାଟନୀ ଉତ୍ସବରେ ଶ୍ରଦ୍ଧାଞ୍ଜଳି ରାଉଳ ଓ ସାଥୀଙ୍କ ଦ୍ୱାରା ଓଡ଼ିଶୀ ଓ ଲୋକନୃତ୍ୟ ପରିବେଷିତ ହୋଇଥିଲା।

ଟେରାକୋଟା ସାମଗ୍ରୀଗୁଡ଼ିକର ବିକ୍ରିବଟାର ସହାୟତା ନିମନ୍ତେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ମାଧ୍ୟମରେ ୨୦୦୬ ମସିହାଠାରୁ ‘ମୃତ୍ତିକା’ ନାମରେ ଏହି ବାର୍ଷିକ ପ୍ରଦର୍ଶନୀ ଆୟୋଜିତ ହୋଇଆସୁଛି।

‘ମୃତ୍ତିକା-୨୨ ଅରବିନ୍ଦ କୁମାର ପାଢ଼ୀ ଏକାମ୍ର ହାଟ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026

୧୦ ବର୍ଷ ପରେ କେରଳରେ କ୍ଷମତା ପରିବର୍ତ୍ତନର ସଙ୍କେତ, କଂଗ୍ରେସକୁ ବହୁମତ!

April 30, 2026

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026

୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 29, 2026
Latest News

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026

୧୦ ବର୍ଷ ପରେ କେରଳରେ କ୍ଷମତା ପରିବର୍ତ୍ତନର ସଙ୍କେତ, କଂଗ୍ରେସକୁ ବହୁମତ!

April 30, 2026

ଜୀ ସାର୍ଥକରେ ମେ ୩ ତାରିଖ ସନ୍ଧ୍ୟା ୬:୩୦ ମିନିଟରେ ପ୍ରଥମ ଥର ପାଇଁ ସୁପରହିଟ ଚଳଚିତ୍ର ଦେଖନ୍ତୁ ‘ଚକ୍ରାନ୍ତ’

April 30, 2026

ଆଜି ଏପ୍ରିଲ ୩୦ ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 30, 2026

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.