Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏଥର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କମ୍ପିବ ଡାଲଖାଇ ଓ ବଜାଶାଲ ନୃତ୍ୟ
ଜାତୀୟ ଖବର

ଏଥର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କମ୍ପିବ ଡାଲଖାଇ ଓ ବଜାଶାଲ ନୃତ୍ୟ

November 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏଥର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କମ୍ପିବ ଡାଲଖାଇ ଓ ବଜାଶାଲ ନୃତ୍ୟ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ପ୍ରଗତି ମୈଦାନରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆଗାମୀ ୨୪ ତାରିଖ ଦିନ ପାଳିତ ହେବ ଓଡ଼ିଶା ରାଜ୍ୟ ଦିବସ । ଏକାଦଶ ଦିବସରେ ଓଡ଼ିଶା ପାଭିଲିୟନ ପକ୍ଷରୁ ପ୍ରଗତି ମୈଦାନ ପରିସରସ୍ଥ ଆମ୍ଫି ଥିଏଟର-୧ ରେ ଅପରାହ୍ନ ୨ ଟା ୩୦ ରୁ ୪ ଟା ୩୦ ପର୍ଯ୍ୟନ୍ତ ଏହି ଦିବସ ପାଳନ ପାଇଁ ଭାରତୀୟ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନର ସହମତି କ୍ରମେ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି।

ଓଡ଼ିଶା ରାଜ୍ୟ ଦିବସରେ ଓଡ଼ିଶାର ଗ୍ରାମ୍ୟ ଉନ୍ନୟନ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରୀତିରଞ୍ଜନ ଘଡେଇ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ପର୍ଯ୍ୟଟନ ନିଗମର ଅଧ୍ୟକ୍ଷ ଡ. ଲେନିନ ମହାନ୍ତି ଏବଂ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସମ୍ପାଦିକା ଶ୍ରୀମତୀ କସ୍ତୁରୀ ମହାପାତ୍ରଙ୍କ ସମେତ ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଆବାସିକ ଆୟୁକ୍ତ ଶ୍ରୀଯୁକ୍ତ ରବିକାନ୍ତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେବେ।

ଓଡ଼ିଶା ରାଜ୍ୟ ଦିବସ ଉପଲକ୍ଷେ ପ୍ରଗତି ମୈଦାନ ପରିସରସ୍ଥ ଆମ୍ଫି ଥିଏଟର-୧ ର ମୁକ୍ତାକାଶ ରଙ୍ଗମଞ୍ଚରେ ଭୁବନେଶ୍ୱରସ୍ଥିତ ରୁଦ୍ରାକ୍ଷ ଫାଉଣ୍ଡେସନର ନୃତ୍ୟାଙ୍ଗନାମାନେ ଗୁରୁ ଶ୍ରୀ ବିଚିତ୍ରାନନ୍ଦ ସ୍ୱାଇଁଙ୍କ ସଂଯୋଜନା ଓ ନିର୍ଦ୍ଦେଶନାରେ ଓଡିଶୀ ନୃତ୍ୟରେ ମହାକାଳୀ ବନ୍ଦନା ପରିବେଷଣ କରିବେ। ପରେ ପରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ମହାବୀର ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ଲୋକପ୍ରିୟ ବଜାଶାଲ ନୃତ୍ୟ ଏବଂ ନିର୍ଦ୍ଦେଶକ ମୋହିତ କୁମାର ସ୍ୱାଇଁଙ୍କ ନିର୍ଦ୍ଦେଶନାରେ ସମ୍ବଲପୁରରୁ ଆସିଥିବା ଲହରୀ ଅନୁଷ୍ଠାନର କଳାକାରମାନେ ସମ୍ବଲପୁରୀ ଡାଲଖାଇ ନୃତ୍ୟ ପରିବେଷଣ କରିବେ।

ଶେଷରେ ଓଡ଼ିଶାର ଖ୍ୟାତନାମା କଣ୍ଠଶିଳ୍ପୀ ସୁସ୍ମିତା ଦାସଙ୍କ ସଙ୍ଗୀତ ମୂର୍ଚ୍ଛନାର ତାଳେତାଳେ ମୋକ୍ଷ ଡ୍ୟାନ୍ସ ଗ୍ରୁପର କଳାକାରମାନଙ୍କ ଦ୍ୱାରା ଆଧୁନିକ ଫ୍ୟìଜନ ଡ୍ୟାନ୍ସ ପରିବେଷିତ ହେବ। ଏହି ଅବସରରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟìର ନଭେମ୍ବର ସଂସ୍କରଣକୁ ମଧ୍ୟ ବରେଣ୍ୟ ଅତିଥିମାନେ ଉନ୍ମୋଚନ କରିବେ।

ମୁଖ୍ୟ ଅତିଥି ତଥା ମନ୍ତ୍ରୀ ଶ୍ରୀଯୁକ୍ତ ଘଡେଇ ଦିଲ୍ଲୀରେ ପହଞ୍ଚିବା ପରେ, ସନ୍ଧ୍ୟାରେ ସ୍ଥାନୀୟ ଓଡ଼ିଶା ଭବନରେ ଗଣମାଧ୍ୟମକୁ ସମ୍ବୋଧିତ କରିବେ । ୨୪ ତାରିଖ ପୂର୍ବାହ୍ନରେ ଓଡ଼ିଶା ପାଭିଲିୟନ ପରିଦର୍ଶନ କରିବା ପରେ ଅପରାହ୍ନରେ ଆମ୍ଫି ଥିଏଟର-୧ ରେ ଓଡ଼ିଶା ରାଜ୍ୟ ଦିବସକୁ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି ବୋଲି ଓଡ଼ିଶା ପାଭିଲିୟନର ନିର୍ଦ୍ଦେଶକ ଜଣାଇଛନ୍ତି ।

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026
Latest News

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.