Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସଂଗ୍ରହାଳୟ ପରିସରରେ ହେବ ‘ମୌଖିକ ଓ ଜନଜାତି ସାହିତ୍ୟ କେନ୍ଦ୍ର’
ଆଜିର ଖବର

ରାଜ୍ୟ ସଂଗ୍ରହାଳୟ ପରିସରରେ ହେବ ‘ମୌଖିକ ଓ ଜନଜାତି ସାହିତ୍ୟ କେନ୍ଦ୍ର’

December 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Culture Center
ରାଜ୍ୟ ସଂଗ୍ରହାଳୟ ପରିସରରେ ହେବ 'ମୌଖିକ ଓ ଜନଜାତି ସାହିତ୍ୟ କେନ୍ଦ୍ର'

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିଷ୍ପତ୍ତି ଅନୁଯାୟୀ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିସରରେ କେନ୍ଦ୍ର ସାହିତ୍ୟ ଏକାଡେମୀର ଏକ “ମୌଖିକ ଓ ଜନଜାତି ସାହିତ୍ୟ କେନ୍ଦ୍ର” ( Centre for Oral & Tribal Literature ) ସର୍ବସାଧାରଣଙ୍କ ନିମନ୍ତେ ପ୍ରତିଷ୍ଠିତ ହେବାପାଇଁ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଏବଂ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ମଧ୍ୟରେ ଚୁକ୍ତିନାମା ସ୍ଵାକ୍ଷରିତ ହୋଇଅଛି।

ଏହି କେନ୍ଦ୍ର ମାଧ୍ୟମରେ ବିଶେଷ କରି ପୂର୍ବାଞ୍ଚଳ ଓ ଉତ୍ତର ପୂର୍ବାଞ୍ଚଳରେ ଜନଜାତି ସାହିତ୍ୟର ପ୍ରଚାର, ପ୍ରସାର ତଥା ଗବେଷଣା ପାଇଁ ସୁଯୋଗ ସୃଷ୍ଟି ହେବ। ଆଗ୍ରହୀ ସାହିତ୍ୟିକ ଓ ଗବେଷକମାନେ ଏହି କେନ୍ଦ୍ରର ସଦୁପଯୋଗ କରିବାକୁ ଅନୁରୋଧ କରାଯାଇଛି।

ଏହି କାର‌୍ୟ୍ୟକ୍ରମରେ ଓଡ଼ିଶା ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସ ଓ ରାଜ୍ୟ ସଂଗ୍ରହାଳୟ ଅଧିକ୍ଷକ ଡଃ. ଭାଗ୍ୟଲିପି ମଲ୍ଲ ଏବଂ କେନ୍ଦ୍ର ସାହିତ୍ୟ ଏକାଡେମୀର ସଚିବ ଡଃ. କେ. ଶ୍ରୀନିବାସ ରାଓ ଏବଂ ଏକାଡେମୀର ଓଡ଼ିଆ ଭାଷା ପରାମର୍ଶଦାତା କମିଟିର ଆବାହକ ଡ଼ଃ ବିଜୟାନନ୍ଦ ସିଂହ ଉପସ୍ଥିତ ଥିଲେ ଓ କେନ୍ଦ୍ର ସାହିତ୍ୟ ଏକାଡେମୀର ସଚିବ ଏଥିପାଇଁ ଓଡ଼ିଶା ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026
Latest News

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.