Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନ ସଂଗ୍ରାମୀ ଚକରା ବିଷୋୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ
ଆଜିର ଖବର

ମହାନ ସଂଗ୍ରାମୀ ଚକରା ବିଷୋୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

January 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
BikramArukh
ମହାନ ସଂଗ୍ରାମୀ ଚକରା ବିଷୋୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଚକରା ବିଷୋୟୀଙ୍କ ଦେଶ ମାତୃକା ପାଇଁ ସଂଗ୍ରାମ ଓ ତ୍ୟାଗ ଆଜି ଦିନରେ ବିରଳ ବୋଲି ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ପ୍ରକାଶ କରିଛନ୍ତି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ଭଞ୍ଜନଗରର ତରୁଣ କଳାକାର ସଂସ୍ଥାର ମିଳିତ ଆନୁକୂଲ୍ୟରେ ଆଜି ସଂଧ୍ୟାରେ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବାଚସ୍ପତି ଶ୍ରୀ ଆରୁଖ ଏହା କହିଛନ୍ତି ।

ଓଡିଶା ସଂଗୀତ ନାଟକ ଏକାଡେମୀର ଉପସଭାପତି ତଥା ବିଶିଷ୍ଟ ଗବେଷକ ଓ ନାଟ୍ୟକାର ଶ୍ରୀ ମନ୍ମଥ କୁମାର ଶତପଥୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଚକରା ବିଷୋୟୀଙ୍କ ସଂଗ୍ରାମୀ ବ୍ୟକ୍ତିତ୍ୱ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ। ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହିତ ସ୍ୱାଗତ ଭାଷଣ କ୍ରମରେ ଚକରା ବିଷୋୟୀଙ୍କ ଜୀବନୀ ବର୍ତ୍ତମାନ ତଥା ଭବିଷ୍ୟତ ପିଢି ନିମନ୍ତେ ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ପ୍ରକାଶ କରିଥିଲେ ।

ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଡଃ. ବିଚିତ୍ରାନନ୍ଦ ଦାସ ମୁଖ୍ୟ ବକ୍ତା ଭାବରେ ବକ୍ତବ୍ୟ ରଖି ଚକରା ବିଷୋୟୀଙ୍କ ସଶସ୍ତ୍ର ସଂଗ୍ରାମ ଉପରେ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ଅତିଥି ମାନେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଚକରା ବିଷୋୟୀଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୂଚେତା ପ୍ରିୟଦର୍ଶିନୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମରେ ତରୁଣ କଳାକାର ସଂସ୍ଥାର କାର୍ଯ୍ୟକର୍ତ୍ତା ତଥା ଖ୍ୟାତିସଂପନ୍ନ ଅନୁବାଦକ ଡଃ. ଅଜୟ କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

ଶେଷରେ ଢେଙ୍କାନାଳର ଅଲଟରନେଟିଭ୍ ରିଦମ୍ ଥିଏଟରର ଶିଳ୍ପୀମାନଙ୍କ ଦ୍ୱାରା ଚକରାବିଷୋୟୀଙ୍କ ଜୀବନୀ ଆଧାରିତ “ ମୁଁ ଚକରା କହୁଛି” ନାଟକ ପରିବେଷଣ କରାଯାଇଥିଲା । ନାଟକର ନିର୍ଦ୍ଦେଶକ ଶ୍ରୀ ଦୀନେଶ ଦାସଙ୍କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ ।

ଚକରା ବିଷୋୟୀ ବିକ୍ରମ କେଶରୀ ଆରୁଖ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.