Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ଵିତୀୟ ଦିନରେ ରଣପୁର ମହୋତ୍ସବ ‘ଅର୍ଜୁନ’: ମନ ମୋହିଲା ପାଇକ ଆଖଡ଼ା
ଆଜିର ଖବର

ଦ୍ଵିତୀୟ ଦିନରେ ରଣପୁର ମହୋତ୍ସବ ‘ଅର୍ଜୁନ’: ମନ ମୋହିଲା ପାଇକ ଆଖଡ଼ା

January 6, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ମିନି ଷ୍ଟାଡିଅମରେ ଅନୁଷ୍ଠିତ ହେଉଥିବା ରଣପୁର ମହୋତ୍ସବ ଅର୍ଜୁନର ଦ୍ଵିତୀୟ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି।  ଭରପୁର ଦର୍ଶକଙ୍କ ଗହଣରେ ଲୋକମାନେ ଦ୍ଵିତୀୟ ସନ୍ଧ୍ୟାର ମଜା ଉଠାଇ ଥିଲେ। ଆସାମ ବିହୁ, ୱେଷ୍ଟ ବେଙ୍ଗଲୀ ମୟୂରୀ ନୃତ୍ୟ ଓ ପାଇକ ଆଖଡ଼ା ହଜାର ହଜାର ଦର୍ଶକଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖିଥିଲା।

ଦ୍ଵିତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଶ୍ରମିକ ଓ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ମୁଖ୍ୟ ବକ୍ତା ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ସମ୍ମାନିତ ଅତିଥି ଭାବେ ନୟାଗଡ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ବରିଷ୍ଠ ଆଇନିଜୀବି ଗିରିଜାକାନ୍ତ ମହାପାତ୍ର, ରଣପୁର ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପ୍ରଭାତ କୁମାର ଦଳବେହେରା, ମହୋତ୍ସବ କମିଟିର ସମ୍ପାଦକ ସୁରେଶ ଚନ୍ଦ୍ର ମିଶ୍ର, ଆବାହକ ପୂର୍ଣଚନ୍ଦ୍ର ରାୟ ପ୍ରମୁଖ ଯୋଗ ଦେଇଥିଲେ। ଏହି ସଭାରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ସଭାପତିତ୍ୱ କରିଥିଲେ। ଅବସର ପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ଜେନା ଅତିଥି ପରିଚୟ ପ୍ରଦାନ କରିଥିଲେ।

ଅପରାହ୍ନ ୩ ଘଟିକା ଠାରୁ ୫ ଘଟିକା ପର୍ଯ୍ୟନ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ନେଇ କୁଇଜ ପ୍ରତି ଯୋଗିତା କରାଯାଇଥିଲା। ଏହି କୁଇଜ ପ୍ରତିଯୋଗିତାକୁ ବରିଷ୍ଠ ଶିକ୍ଷକ ବିରୁପାକ୍ଷ ମହାପାତ୍ର, ଚିତ୍ତରଞ୍ଜନ ଦାଶ, ପ୍ରଭାତ କୁମାର ପଣ୍ଡା, ମାନସ ରଞ୍ଜନ ପଟ୍ଟନାୟକ ପ୍ରମୁଖ ପରିଚାଳନା କରିଥିଲେ। ସଭାକାର୍ଯ୍ୟ ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସେଗୁଡିକ ମଧ୍ୟରେ କଟକର ନଟରାଜ ଡ୍ୟାନ୍ସ ଏକାଡେମୀ, ଆସାମବିହୁ, ୱେଷ୍ଟ ବେଙ୍ଗଲୀ ମୟୂରୀ, ଜିଲ୍ଲା ସଂସ୍କୃତି ବିଭାଗ ଦ୍ୱାରା ସମ୍ବଲପୁରୀ ନୃତ୍ୟ ଓ ଶକ୍ତି ଏଣ୍ଟରଟେନମେଣ୍ଟ ଦ୍ୱାରା ପରିବେଶିତ ହୋଇଥିବା ପାଶ୍ଚାତ୍ୟ ନୃତ୍ୟ ଅତ୍ୟନ୍ତ ଆକର୍ଷଣୀୟ ଥିଲା।

ସତ୍ୟ ନାରାୟଣ ମହାପାତ୍ର ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ। ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ତଥା ମହୋତ୍ସବ କମିଟିର ସଂଯୋଜକ ଇଞ୍ଜିନିଅର ଦେବାଶିଷ ପଟ୍ଟନାୟକ ଉପସ୍ଥିତ ରହି କାର୍ଯ୍ୟକ୍ରମ ସୁପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ନଗର ସଭାପତି ଲିଙ୍ଗରାଜ ନାୟକ, ରଞ୍ଜନ ଦାଶ, ଜ୍ୟୋତି ରଞ୍ଜନ ଦାଶ, ଦୀପକ ସିଠ ଓ କାଉନସିଲରମାନେ ଉପସ୍ଥିତ ଥିଲେ। ପୋଲିସ ବିଭାଗ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା।

ଅର୍ଜୁନ ଦ୍ଵିତୀୟ ସନ୍ଧ୍ୟା ପାଇକ ଆଖଡ଼ା ରଣପୁର ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.