Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ଦିନରେ ରଣପୁର ମହୋତ୍ସବ ‘ଅର୍ଜୁନ’: ତୁରୁମା, ମଣିପୁରୀ, କଥକ ଦାଣ୍ଡିଆ ନୃତ୍ୟରେ ବିମୋହିତ ଦର୍ଶକ
ଆଜିର ଖବର

ତୃତୀୟ ଦିନରେ ରଣପୁର ମହୋତ୍ସବ ‘ଅର୍ଜୁନ’: ତୁରୁମା, ମଣିପୁରୀ, କଥକ ଦାଣ୍ଡିଆ ନୃତ୍ୟରେ ବିମୋହିତ ଦର୍ଶକ

January 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ମିନି ଷ୍ଟାଡିଅମରେ ଅନୁଷ୍ଠିତ ହେଉଥିବା ରଣପୁର ମହୋତ୍ସବ ଅର୍ଜୁନର ତୃତୀୟ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି।  ଭରପୁର ଦର୍ଶକଙ୍କ ଗହଣରେ ଲୋକମାନେ ତୃତୀୟ ସନ୍ଧ୍ୟାର ମଜା ଉଠାଇଥିଲେ। କଟକର ସିଙ୍ଗମ ଡ୍ୟାନ୍ସ, କୋରାପୁଟର ତୁରୁମା ଡ୍ୟାନ୍ସ, ମଣିପୁରୀ, କଥକ, ଗୁଜୁରାଟ ଦାଣ୍ଡିଆ ପ୍ରଭୃତି ସାଂସ୍କୃତିକ କାର୍ଯ୍ୟକ୍ରମ ଲୋକମାନଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖିଥିଲା।

ତୃତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ପୁରୀ ସାଂସଦ ପିନାକୀ ମିଶ୍ର, ମୁଖ୍ୟ ବକ୍ତା ଭାବେ ନୟାଗଡ ବିଧାୟକ ଡ଼ଃ ଅରୁଣ କୁମାର ସାହୁ , ସମ୍ମାନିତ ଅତିଥି ଭାବେ ବାଲମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ, ନୟାଗଡ ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ରଣପୁର ତହସିଲଦାର ପ୍ରଭାକର ପଣ୍ଡା, ମହୋତ୍ସବ କମିଟିର ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ, ସମ୍ପାଦକ ସୁରେଶ ଚନ୍ଦ୍ର ମିଶ୍ର, ଆବାହକ ପୂର୍ଣଚନ୍ଦ୍ର ରାୟ ପ୍ରମୁଖ ଯୋଗ ଦେଇଥିଲେ। ଏହି ସଭାରେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ତଥା ମହୋତ୍ସବ କମିଟିର ସଂଯୋଜକ ଇଞ୍ଜିନିଅର ଦେବାଶିଷ ପଟ୍ଟନାୟକ ସଭାପତିତ୍ୱ କରିଥିଲେ। ଅମ୍ରିତା ମିଶ୍ର ଓ ଡ଼ଃ ପ୍ରଶାନ୍ତ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ।

ଅପରାହ୍ନ ୩ ଘଟିକା ଠାରୁ ୫ ଘଟିକା ପର୍ଯ୍ୟନ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ନେଇ କୁଇଜ ପ୍ରତି ଯୋଗିତା କରାଯାଇଥିଲା। ଏହି କୁଇଜ ପ୍ରତିଯୋଗିତାକୁ ବରିଷ୍ଠ ଶିକ୍ଷକ ବିରୁପାକ୍ଷ ମହାପାତ୍ର, ଚିତ୍ତରଞ୍ଜନ ଦାଶ, ଜ୍ୟୋତି ରଞ୍ଜନ ଦାଶ, ପ୍ରଭାତ କୁମାର ପଣ୍ଡା, ମାନସ ରଞ୍ଜନ ପଟ୍ଟନାୟକ ପ୍ରମୁଖ ପରିଚାଳନା କରିଥିଲେ। ଏହା ପରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ। ସୋମ୍ୟ ରଞ୍ଜନ ରଣା, ଶାଶ୍ୱତ ବେହେରା, ସତ୍ୟଜିତ ମହାରଣାଙ୍କ ନେତୃତ୍ୱରେ କରାଯାଇଥିବା ‘ଓଡ଼ିଆ ପୁଅ’ ନାମକ ଦଳଗତ ନୃତ୍ୟ ଅତ୍ୟନ୍ତ ଆକର୍ଷଣୀୟ ଥିଲା। ସଭାକାର୍ଯ୍ୟ ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଓଟିଭିର ଗ୍ରେଟ ପାଲିଟିକାଲ ସର୍କସ ଟିମ ଓ କଳାହାଣ୍ଡି ଘୁମୁରି ନୃତ୍ୟ ଦର୍ଶକମାନଙ୍କୁ ବିମୋହିତ କରିଥିଲା।

ସତ୍ୟ ନାରାୟଣ ମହାପାତ୍ର ସାଂସ୍କୃତିକ ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ନଗର ସଭାପତି ଲିଙ୍ଗରାଜ ନାୟକ, ସାଂସଦ ପ୍ରତିନିଧି ସ୍ୱରାଜ ମହାନ୍ତି, ସମାଜସେବୀ କିଶୋର ପଟ୍ଟନାୟକ,ଆଜିନିଜିବି ବନମାଳୀ ମହାପାତ୍ର, ସୁଶାନ୍ତ ମିଶ୍ର, ସୁଶାନ୍ତ କୁମାର ମାନସିଂ, ଆଇନୀଜୀବୀ ସୁଦର୍ଶନ ମାନସିଂହ, ଦିନେଶ ପରିଡା, ରଞ୍ଜନ ଦାଶ, ଲିଟୁ ସ୍ୱାଇଁ ଓ କାଉନସିଲରମାନେ ଉପସ୍ଥିତ ଥିଲେ। ପୋଲିସ ବିଭାଗ ଓ ଦମକଳ ବାହିନୀ ପକ୍ଷରୁ ବ୍ୟାପକ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା।

ଅର୍ଜୁନ ରଣପୁର ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026
Latest News

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ରାଶିଫଳ: ସେପ୍ଟେମ୍ବର ୧୬ ତାରିଖ ବୁଧବାରରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.