Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର ମହୋତ୍ସବ ‘ଅର୍ଜୁନ’ର ଚତୁର୍ଥ ଦିବସ ମନ ମୋହିଲା ମହିଳା ପାଇକ ଆଖଡ଼ା
ଆଜିର ଖବର

ରଣପୁର ମହୋତ୍ସବ ‘ଅର୍ଜୁନ’ର ଚତୁର୍ଥ ଦିବସ ମନ ମୋହିଲା ମହିଳା ପାଇକ ଆଖଡ଼ା

January 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ମିନି ଷ୍ଟାଡିଅମରେ ଅନୁଷ୍ଠିତ ହେଉଥିବା ରଣପୁର ମହୋତ୍ସବ ଅର୍ଜୁନର ଚତୁର୍ଥ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି।

ଏଥିରେ ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର, ମୁଖ୍ୟ ବକ୍ତା ଭାବେ ଐତିହାସିକ ସତ୍ୟବାଦୀ ବଳିୟାରସିଂହ, ବିଶିଷ୍ଟ ଅତିଥି ପୁରୀର କମାଣ୍ଡିଂ ଅଫିସର କର୍ନେଲ ପ୍ରଶୁନ ପଣ୍ଡା , ସମ୍ମାନିତ ଅତିଥି ଭାବେ ରାଜ୍ୟ ଖାଉଟି ଫୋରମର ଅବସର ପ୍ରାପ୍ତ ସଭାପତି ନାରାୟଣ ମହାପାତ୍ର, ନୟାଗଡ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ଓଡିଶା ବିହନ ନିଗମର ଅଧ୍ୟକ୍ଷ ବିଜୟ ନାୟକ, ରଣପୁର ବିଜ୍ଞାପିତ ପରିଷଦର ଉପାଧ୍ୟକ୍ଷ ବିଶ୍ୱରଞ୍ଜନ ପଟ୍ଟନାୟକ, ରଣପୁର ଆତ୍ମାର ଅଧ୍ୟକ୍ଷା ନର୍ମଦା ରାୟ, ମହୋତ୍ସବ କମିଟିର ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ, ସମ୍ପାଦକ ସୁରେଶ ଚନ୍ଦ୍ର ମିଶ୍ର, ଆବାହକ ପୂର୍ଣଚନ୍ଦ୍ର ରାୟ ପ୍ରମୁଖ ଯୋଗ ଦେଇଥିଲେ।

ଏହି ସଭାରେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ତଥା ମହୋତ୍ସବ କମିଟିର ସଂଯୋଜକ ଇଞ୍ଜିନିଅର ଦେବାଶିଷ ପଟ୍ଟନାୟକ ସଭାପତିତ୍ୱ କରିଥିଲେ। ଡ଼ଃ ପ୍ରଶାନ୍ତ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ସଂଗୀତ କଳା ବିଦ୍ୟା ନିକେତନର ଛାତ୍ରଛାତ୍ରୀମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ। କମାଣ୍ଡିଂ ଅଫିସର କର୍ନେଲ ଶ୍ରୀ ପଣ୍ଡା ରଣପୁର ସ୍ଥିତ ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ପୁଣି ଥରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଆରମ୍ଭ ହେବ ବୋଲି ଘୋଷଣା କରିଥିଲେ।

ଭରପୁର ଦର୍ଶକଙ୍କ ଗହଣରେ ଲୋକମାନେ ଚତୁର୍ଥ ସନ୍ଧ୍ୟାର ମଜା ଉଠାଇ ଥିଲେ। ଆରାଧନା ପ୍ରିନ୍ସସେସ ଡ୍ୟାନ୍ସ ଏକାଡେମୀ, ଚିଲିକାରଣୀ ମହିଳା ପାଇକ ଆଖଡ଼ା, ପୁରୀ ସିଂଘାରି ଏଣ୍ଟରଟେନମେଣ୍ଟ ଏବଂ ଫାୟାଇ ଆକ୍ଟ ଆଣ୍ଡ ଡ୍ୟାନ୍ସ ଦ୍ୱାରା ପ୍ରଦର୍ଶିତ ସାଂସ୍କୃତିକ କାର୍ଯ୍ୟକ୍ରମ ଲୋକମାନଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖିଥିଲା। ସତ୍ୟ ନାରାୟଣ ମହାପାତ୍ର ସାଂସ୍କୃତିକ ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ।

ଅପରାହ୍ନ ୩ ଘଟିକା ଠାରୁ ୫ ଘଟିକା ପର୍ଯ୍ୟନ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ନେଇ କୁଇଜ ପ୍ରତି ଯୋଗିତା କରାଯାଇଥିଲା। ଏହା ପରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ମଧ୍ୟ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟ ପରିବେଷଣ କରିଥିଲେ। ପୋଲିସ ବିଭାଗ ଓ ଦମକଳ ବାହିନୀ ପକ୍ଷରୁ ବ୍ୟାପକ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା।

ମହୋତ୍ସବ ଅବସରରେ ସ୍କୁଲ ଛକ ଠାରୁ ମହୋତ୍ସବ ପଡିଆ ପର୍ଯ୍ୟନ୍ତ ବହୁ ସଂଖ୍ୟାରେ ଦୋକାନ ବଜାର ପଡ଼ିଥିବା ଦେଖିବାକୁ ମିଳିଛି। ହଜାର ହଜାର ଲୋକଙ୍କ ଭିଡ଼ ମଧ୍ୟ ଜମୁଛି।  ମୀନ ବଜାର ଓ ଦୋଳି ପଡ଼ିଥିବା ସ୍ଥାନରେ ବହୁ ସଂଖ୍ୟାରେ ଭିଡ଼ ଜମିଥିବା ଦେଖିବାକୁ ମିଳିଛି।

ଅନ୍ୟମାନଙ୍କ ମଧ୍ୟରେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ସମାଜସେବୀ କିଶୋର ପଟ୍ଟନାୟକ, ନଗର ସଭାପତି ଲିଙ୍ଗରାଜ ନାୟକ, ସାଂସଦ ପ୍ରତିନିଧି ସ୍ୱରାଜ ମହାନ୍ତି, ଆଇନୀଜୀବୀ ଦିଲ୍ଲୀପ କୁମାର ନନ୍ଦ, ଆଇନୀଜୀବୀ ବନମାଳୀ ମହାପାତ୍ର, ସୁଶାନ୍ତ ମିଶ୍ର, ଯୁବ ନେତା ରାଜିବ ପ୍ରଧାନ, ରଞ୍ଜନ ଦାଶଙ୍କ ସହ ସାମ୍ବାଦିକ ଓ କାଉନସିଲରମାନେ ଉପସ୍ଥିତ ଥିଲେ।

ଅର୍ଜୁନ ମହିଳା ପାଇକ ଆଖଡା ରଣପୁର ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026
Latest News

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.