Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଉରକେଲାରେ ଜାନୁଆରି ୧୫ରୁ ୨୭ ଯାଏଁ “ସରସ ମେଳା”
ଆଜିର ଖବର

ରାଉରକେଲାରେ ଜାନୁଆରି ୧୫ରୁ ୨୭ ଯାଏଁ “ସରସ ମେଳା”

January 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା: ହକି ବିଶ୍ୱକପ୍ ଅବସରରେ ରାଉରକେଲା ଭଞ୍ଜ ଭବନସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ “ସରସ ମେଳା” ଆୟୋଜନ କରାଯିବ। ଜାନୁଆରି ୧୫ରୁ ୨୭ ତାରିଖ ଯାଏଁ ଏହି ଜାତୀୟସ୍ତରୀୟ ମେଳା ଚାଲିବ। ଏଥିରେ ରାଜ୍ୟ ଏବଂ ରାଜ୍ୟ ବାହାରର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ/ଉତ୍ପାଦକ ଗୋଷ୍ଠୀ ଯୋଗଦେଇ ସେମାନଙ୍କ ଉତ୍ପାଦ ପ୍ରଦର୍ଶନ କରିବା ସହ ବିକ୍ରି କରିବାର ସୁଯୋଗ ପାଇପାରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସରସ ମେଳା ସମ୍ପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଦିନ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟଠାରେ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। ଏଥିରେ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମନୋଜ ସତ୍ୟବାନ ମହାଜନ ଯୋଗଦେଇ ସରସ ମେଳାରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ।

“୧୩ ଦିନ ଧରି ଚାଲିବାକୁ ଥିବା ଏହି ମେଳାରେ ୨୫୦ଟି ଷ୍ଟଲ ପଡ଼ିବ। ସୁନ୍ଦରଗଡ଼ ଜିଲ୍ଲାରେ ପ୍ରଥମ ଥର ପାଇଁ ଏଭଳି ଜାତୀୟ ସ୍ତରର ମେଳା ଆୟୋଜନ କରାଯାଉଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏହି ମେଳାକୁ ସଫଳ କରିବା ଲାଗି ସ୍ଥାନୀୟ ଜନସାଧାରଣ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ସହଯୋଗ କରିବା ଆବଶ୍ୟକ”, କହିଛନ୍ତି ମନୋଜ ସତ୍ୟବାନ ମହାଜନ।

ଏହି ସରସ ମେଳାର କିପରି ଅଧିକ ପ୍ରଚାର ପ୍ରସାର ହୋଇପାରିବ ସେନେଇ ବିଶେଷ ଧ୍ୟାନ ଦେବାକୁ ଶ୍ରୀଯୁକ୍ତ ମହାଜନ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଅନୁରୋଧ କରିଥିଲେ।

ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓରମାସ ଏବଂ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଏହି ମେଳା ଆୟୋଜନ କରାଯାଉଛି। ଏଥିରେ ସୁନ୍ଦରଗଡ଼ ସହିତ ବିଭିନ୍ନ ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ସାମିଲ ହେବେ। ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଟେରାକୋଟା ସାମଗ୍ରୀ, ଢୋକ୍ରା କାଷ୍ଟିଙ୍ଗ, ହସ୍ତତନ୍ତ ସାମଗ୍ରୀ ସହିତ ବିଭିନ୍ନ ଖାଦ୍ୟ ସାମଗ୍ରୀ ଏଠାରେ ବିକ୍ରୟ ହୋଇପାରିବ।

ସେହିପରି ଉତ୍ତରପ୍ରଦଶର କାଗଜ ପ୍ରସ୍ତୁତ ସାମଗ୍ରୀ, ଆସାମ ଓ ତ୍ରିପୁରାର ବେତ ଓ ବାଉଁଶ ପ୍ରସ୍ତୁତ ସାମଗ୍ରୀ, ମଣିପୁର, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଜମ୍ମୁ ଓ କଶ୍ମୀରର ଉଲ୍ ପୋଷାକ, ପଶ୍ଚିମବଙ୍ଗର ଝୋଟ ପ୍ରସ୍ତୁତ ସାମଗ୍ରୀ, ମଣିପୁରର ଶୁଖିଲା ଫୁଲ, ଆନ୍ଧ୍ରପ୍ରଦେଶ ଓ କେରଳର ପ୍ରସିଦ୍ଧ ହସ୍ତତନ୍ତ ସାମଗ୍ରୀ ଏହି ସରସ ମେଳାର ମୁଖ୍ୟ ଆକର୍ଷଣ ପାଲଟିବ।

ଏହି ମେଳାରେ ପ୍ରତିଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବୟ ରାଜ୍ୟ ତଥା ରାଜ୍ୟ ବାହାରର ପ୍ରସିଦ୍ଧ କଳାକାରମାନେ ଏଥିରେ ସାମିଲ ହେବେ। ଓଡ଼ିଶା ସହିତ ବିଭିନ୍ନ ରାଜ୍ୟର କଳା, ସଂସ୍କୃତି ଓ ଐତିହ୍ୟର ଝଲକ୍ ଦେଖିବାକୁ ମିଳିବ।

ହକି ପୁରୁଷ ବିଶ୍ୱକପ୍ ଅବସରରେ ଏହି ମେଳା ଆୟୋଜନ କରାଯାଉଥିବାରୁ ଏହାକୁ ଅଧିକ ଆକର୍ଷଣୀୟ କରିବା ଲାଗି ପ୍ରଶାସନ ଲକ୍ଷ୍ୟ ରଖିଛି। ମେଳାକୁ ଆସୁଥିବା ଲୋକମାନେ ଯେପରି ହକି ବିଶ୍ୱକପର ସିଧାପ୍ରସାରଣ ଦେଖିପାରିବେ ସେନେଇ ବିଶେଷ ବ୍ୟବସ୍ଥା କରାଯାଉଛି। ସାଧାରଣ ଲୋକଙ୍କ ପାଇଁ ମେଳା ପରିସରରେ ସେଲଫି ପଏଣ୍ଟ ଏବଂ ସାନ ସାନ ପିଲାଙ୍କ ପାଇଁ ବିଶେଷ କାର୍ଯ୍ୟକ୍ରମ କରାଯାଉଛି। ସେହିପରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ବିଭିନ୍ନ କର୍ମଶାଳା ଆୟୋଜନ କରାଯିବ।

ଏହି ସାମ୍ବାଦିକ ସମ୍ମିଳନୀରେ ସୁନ୍ଦରଗଡ଼ ଓରମାସର ଡେପୁଟି ସିଇଓ କେଶବ ଝା, ସୁନ୍ଦରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ଏବଂ ରାଉରକେଲା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୀମାଫାତିମା ଏକ୍କା ଯୋଗ ଦେଇଥିଲେ।

ରାଉରକେଲା ସରସ ମେଳା ସୁନ୍ଦରଗଡ଼ ଜିଲ୍ଲା ହକି ବିଶ୍ୱକପ୍
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.