Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆରମ୍ଭ ହେଲା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ, ବିବିଧ ଓଡିଶୀ ନୃତ୍ୟର ସଂଗମ
ବିଶେଷ ଖବର

ଆରମ୍ଭ ହେଲା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ, ବିବିଧ ଓଡିଶୀ ନୃତ୍ୟର ସଂଗମ

January 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
MukteswarFestival
ଆରମ୍ଭ ହେଲା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ, ବିବିଧ ଓଡିଶୀ ନୃତ୍ୟର ସଂଗମ

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଆଜିଠାରୁ ତିନିଦିନ ଧରି ଦଶମ ଶତାବ୍ଦୀରେ ନିର୍ମିତ କାରୁକାର୍ଯ୍ୟ ପୂର୍ଣ୍ଣ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଶୁଭ ଉଦ୍ଘାଦଟିତ ହୋଇଥିଲା।

ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ଶୈଳୀ ଯଥା ଏକକ, ଦ୍ୱୈତ୍ୟ ଓ ଦଳଗତ ନୃତ୍ୟ ଗୋଟିଏ ମଞ୍ଚରେ ଦେଶ ତଥା ଦେଶ ବାହାରୁ ଆସୁଥିବା ନୃତ୍ୟଶିଳ୍ପୀଙ୍କୁ ଉପସ୍ଥାପନ କରାଇବା ସହିତ ଓଡ଼ିଶୀ ନୃତ୍ୟର ପ୍ରଚାର ଓ ପ୍ରସାର ଦେଶ ତଥା ଦେଶ ବାହାରେ କରାଇବା।

ଉଦଘାଟନୀ ସନ୍ଧ୍ୟାର ଅତିଥିମାନେ ଥିଲେ ମାନ୍ୟବର ଭିନ୍ନକ୍ଷମ, ସାମାଜିକ ସୁରକ୍ଷା, ସଶକ୍ତିକରଣ, ସରକାରୀ ଉଦ୍ୟୋଗ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା; ଓଡ଼ିଆ ଭାଷା, ସାହିତ‎୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ଶାସନ ସଚିବ ରଞ୍ଜନ କୁମାର ଦାସ; ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଭାପତି ଗୁରୁ ଅରୁଣା ମହାନ୍ତି ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଚିବ ପ୍ରବୋଧ କୁମାର ରଥ।

ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଶିବ ବନ୍ଦନା – ଓମଂ ନମଃ ଶିବାୟ ଯାହାକୁ ପରିବେଷଣ କରିଥିଲେ ମହେନ୍ଦ୍ର କୁମାର ଆଚାର୍ଯ୍ୟ ଓ ସାଥୀ। ପରବର୍ତ୍ତୀ କାର୍ଯ୍ୟକ୍ରମ ଥିଲା ବିଶିଷ୍ଟ ଓଡ଼ିଶୀ ନୃତ୍ୟ ଶିଳ୍ପୀ ସରିତା ମିଶ୍ରଙ୍କ ଦ୍ୱାରା ଏକକ ଓଡ଼ିଶୀ ନୃତ୍ୟ ପରିବେଷଣ। ତାଙ୍କର ପ୍ରଥମ ଅର୍ଘ୍ୟ ଥିଲା ଶିବଙ୍କ ଉପରେ ନୃତ୍ୟ ପରିବେଷଣ ଓ ପରେ ପରେ ଭାଗିରଥୀଙ୍କ ରଚିତ କାବ୍ୟ ଉପରେ ନିବଦ୍ଧ ଅଭିନୟ ଗଙ୍ଗା।

ପରେ ପରେ ଯୁଗ୍ମ ନୃତ୍ୟ କାର୍ଯ୍ୟକ୍ରମରେ ଗାୟତ୍ରୀ ରଣବୀର ଓ ସୌରଭ ମହାନ୍ତିଙ୍କ ଦ୍ୱାରା ପ୍ରଥମେ ଶୁଦ୍ଧଦେଶୀ ପଲ୍ଲବୀ ପରେ ପରେ ପାଶାଣୀ ଅହଲ୍ୟା ପରିବେଶିତ ହୋଇଥିଲା ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ଦୁର୍ଗାଚରଣ ରଣବୀର ଏବଂ ସଙ୍ଗୀତ ସଂଯୋଜନା କରିଥିଲେ ଗୁରୁ ଧନେଶ୍ୱର ସ୍ୱାଇଁ ।

ଶେଷ କାର୍ଯ୍ୟକ୍ରମ ଥିଲା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଶିଳ୍ପୀମାନଙ୍କ ଦ୍ୱାରା ଦଳଗତ ନୃତ୍ୟ । ସେମାନେ ପ୍ରଥମେ ମଙ୍ଗଳାଚରଣରେ ପଞ୍ଚପରମେଶ୍ୱର ଓ ପରେ ପରେ ଗାୱତୀ ପଲ୍ଲବୀ ଏବଂ ଶେଷରେ ଅଭିନୟ ବ୍ରୀଜେବସନ୍ତମ୍‍ ପରିବେଷଣ କରିଥିଲେ ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ଡ଼. ମନୋରଞ୍ଜନ ପ୍ରଧାନ ଯାହାକୁ ଦର୍ଶକ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଉପସ୍ଥିତ ରହି ଉପଭୋଗ କରିଥିଲେ ।

କାର‌୍ୟ୍ୟକ୍ରମକୁ ସଂଚାଳନା କରିଥିଲେ ଡ଼. ଶ୍ରୀନିବାସ ଘଟୁଆରୀ ଏବଂ ସଂହତି ପାଣି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ଅଧିକାରୀ ବୃନ୍ଦ ଉପସ୍ଥିତ ରହି କାଯ୍ୟକ୍ରମକୁ ପରିଚାଳନା କରିଥିଲେ । ଉଦଘାଟନୀ ସଂଧ୍ୟାର ଏହି ମନୋରମ କାର‌୍ୟ୍ୟକ୍ରମକୁ ବହୁ ସଂଖ୍ୟାରେ ସ୍ଥାନୀୟ ଓ ବିଦେଶାରତ ଦର୍ଶକ ଉପଭୋଗ କରିଥିଲେ । ଏହି ନୃତ୍ୟ ଉତ୍ସବର ସିଧା ପ୍ରସାରଣ ଦୂରଦର୍ଶନର କେନ୍ଦ୍ରର ଡ଼ି ଡ଼ି ଭାରତୀ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସୋସିଆଲ ମିଡ଼ିଆ ପାଲ୍ଟଫର୍ମରେ କରାଯାଉଅଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସିଲିଗୁଡ଼ି କରିଡରର ସୁରକ୍ଷା ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

August 23, 2026

୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ

August 23, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

“ବନ୍ଦେ ମାତରମ୍” ବିବାଦ: କଂଗ୍ରେସ ନିଷ୍ପତ୍ତିରେ କ୍ଷୁବ୍ଧ ବିଜେପି, ପାସ୍ କଲା ପ୍ରସ୍ତାବ

August 22, 2026
Latest News

ବିଶ୍ବ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ସିଲ୍ଭର ମିଟକୁ ଶୁଭାରମ୍ଭ କଲେ କ୍ରୀଡ଼ା ମନ୍ତ୍ରୀ

August 23, 2026

ସିଲିଗୁଡ଼ି କରିଡରର ସୁରକ୍ଷା ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

August 23, 2026

ବିଶାଖାପାଟଣାଠାରେ ବ୍ରିକ୍ସ ଯୁବ ମନ୍ତ୍ରୀସ୍ତରୀୟ ବୈଠକ ୨୦୨୬ ସମାପ୍ତ: ମିଳିତ ବିବୃତ୍ତି ଗୃହୀତ

August 23, 2026

୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ

August 23, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୩ ତାରିଖ ରବିବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.