Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି ଉତ୍ସବ ଦ୍ଵିତୀୟ ଦିନ: ବଜାଶାଲ, ଘୁମୁରାର ତାଳେ ଦୁଲୁକିଲା ସହିଦ ରେଣ୍ଡୋ ମାଝୀ ମଞ୍ଚ
ଆଜିର ଖବର

କଳାହାଣ୍ଡି ଉତ୍ସବ ଦ୍ଵିତୀୟ ଦିନ: ବଜାଶାଲ, ଘୁମୁରାର ତାଳେ ଦୁଲୁକିଲା ସହିଦ ରେଣ୍ଡୋ ମାଝୀ ମଞ୍ଚ

January 16, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ରାଜ୍ୟ ଓ ରାଜ୍ୟ ବାହାରର କଳା ଓ କଳାକାରମାନଙ୍କ ମହା ସମାବେଶ ହେଉଛି କଳାହାଣ୍ଡି ଉତ୍ସବ ‘ଘୁମୁରା’। ଜିଲ୍ଲାରୁ ପ୍ରବହମାନ ଏଇ ସାଂସ୍କୃତିକ ଧାରା ସାରା ରାଜ୍ୟ ତଥା ଦେଶକୁ ଯୋଡ଼ି ରଖିବାରେ ସଫଳ ହୋଇପାରିଛି ବୋଲି କଳାହାଣ୍ଡି ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି।

ଦ୍ବିତୀୟ ସନ୍ଧ୍ୟାର ଗୁରୁତ୍ୱପୂର୍ଣ୍ଣ ସମାରୋହ ସହିଦ ରେଣ୍ଡୋ ମାଝୀ ମଞ୍ଚରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଯୋଗ ଦେଇଥିବାବେଳେ ବିଶିଷ୍ଟ ଅତିଥି ଭାବେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଂପାଦକ ପ୍ରବୋଧ କୁମାର ରଥ, ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସୁଧୀରା ମେହେର, ଭବାନୀପାଟଣା ପୌର ପରିଷଦର ଉପାଧ୍ୟକ୍ଷ ବିଷ୍ଣୁ ପ୍ରଧାନ, ଜୁନାଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ, କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ନୃପରାଜ ଯାଦବ, ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, ଥୁଆମୂଳ ରାମପୁର ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ, କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା କୁନି ସାହୁ, ଜୟପାଟଣା ବ୍ଲକ ଅଧ୍ୟକ୍ଷ ଥବିର ବାଗ, କଲମପୁର ବ୍ଲକ ଅଧ୍ୟକ୍ଷା ମୋତି ବିହାରୀ, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଧର୍ମଗଡ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଷୀ, ଜୁନାଗଡ ବ୍ଲକ ଅଧ୍ୟକ୍ଷା ସବିତା ମେହେର, ଭବାନୀପାଟଣା ସଦର ବ୍ଲକ ଅଧ୍ୟକ୍ଷ ପ୍ରଫୁଲ୍ଲ ସାହୁ, ମ. ରାମପୁର ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ସିଂହଦେଓ, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ସଚିନ ପାୱାର ପ୍ରମୁଖ ମଞ୍ଚାସୀନ ଥିଲେ।

କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଲୋକଗୀତ, ଘୁମୁରା, ମହାବୀର ସାଂସ୍କୃତିକ ଅନୁଷ୍ଠାନର ବଜାଶାଲ, ନୂପୁର, ମୃଣ୍ମୟୀ ସଂସ୍କୃତି ଅନୁଷ୍ଠାନ, ଶ୍ରୀ ଅରବିନ୍ଦ କଳା ବିକାଶ କେନ୍ଦ୍ର, ବଲାଙ୍ଗୀର ଦୁଲଦୁଲି କଳା ପରିଷଦ, ଜିଲ୍ଲା ସଂସ୍କୃତି ପରିଷଦ, କନ୍ଧମାଳ ଜିଲ୍ଲା ସଂସ୍କୃତି ପରିଷଦ, ଗଞ୍ଜାମର ମୁଖା ଓ ମୃଦଙ୍ଗ ନୃତ୍ୟ କଳା ସଂସଦ, ଭୁବନେଶ୍ୱରର ଗୁରୁ ବିଜୟ ଜେନା ଓ ସାଥୀ ଭଳି ରାଜ୍ୟର ବିଭିନ୍ନ ଲୋକକଳା ସହିତ ମଧ୍ୟପ୍ରଦେଶର ବଧେଇ ନୃତ୍ୟ, ମହାରାଷ୍ଟ୍ରର ଲାବଣୀ, ରାଜସ୍ଥାନର ମାନିଂହାର ଓ କାଲବେଲିଆ ଆଦି ନୃତ୍ୟ ପ୍ରଦର୍ଶିତ ହୋଇଥିଲା।

ଶେଷରେ ଗୀତକାର ଓ ଲୋକପ୍ରିୟ ଗାୟକ ସର୍ବେଶ୍ୱର ଭୋଇ ଏବଂ ସାଥୀଙ୍କ ଦ୍ୱାରା ସଙ୍ଗୀତ ପରିବେଷଣ ସହିତ ଲୋକେ ମତୁଆଲା ହୋଇ ଉଠିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମକୁ ଶୁଭେନ୍ଦୁ ମହାପାତ୍ର, ଲୋଚନୀ ବାଗ, ବିରଞ୍ଚି ନାରାୟଣ ମୁଣ୍ଡ, ସସ୍ମିତା ସିଂହ,ରାମେଶ୍ବର ତ୍ରିପାଠୀ, ସାବିତ୍ରୀ ମହାରଣା, ସୌରଭ ମହାପାତ୍ର ପ୍ରମୁଖ ପରିଚାଳନା କରିଥିଲେ।

ସେହିପରି ଉତ୍ସବର ଦ୍ୱିତୀୟ ମଞ୍ଚ ପାରବା ମଞ୍ଚରେ ବିଭିନ୍ନ କଳାକାରଙ୍କ ପ୍ରଦର୍ଶନ ଲୋକଙ୍କୁ ଶୀତୁଆ ରାତିର ଆନନ୍ଦ ଆଣି ଦେଇଥିଲା। ପାରବା ମଞ୍ଚରେ ସୁଶୀଲ ଗହୀର, ଆଶୁତୋଷ ପୁରୋହିତ, ସ୍ନିଗ୍ଧାରାଣୀ ସିଂହ, ତଥାଗତ ମିଶ୍ର, ଆର୍ୟା ନାୟକ, ସସ୍ମିତା ରାଉତ ପ୍ରମୁଖ ମଞ୍ଚ ସଂଚାଳନ କରିଥିଲେ।

ଏଇ ଅବସରରେ ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ କ୍ରୁତୀତ୍ବ ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ପ୍ରଶଂସାପତ୍ର ସହିତ ସମ୍ମାନିତ କରାଯାଇଥିଲା। ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ସତ୍ୟବ୍ରତ ସାହୁ ଙ୍କ କଣ୍ଠ ରେ ଭଜନ ଓ ଏମିତି ରାତି ସେଜେ ଅଭୁଲା ସୃତି ଗୀତଟି ଉପସ୍ଥିତ ଲକ୍ଷାଧିକ ଦର୍ଶକଙ୍କ ମାନମୋହି ନେଇଥିଲା।

ତେବେ ଦ୍ଵିତୀୟ ଦିନ ର ଉଦଘାଟନୀ ଉତ୍ସବ ରେ ମଧ୍ୟ ଯେଉଁମାନେ କଳାହାଣ୍ଡି ଭାଷା କୁ ଘୃଣା କରନ୍ତି ସେମାନଙ୍କ ମଞ୍ଚ ପରିଚାଳନା ଯୋଗୁଁ କଳାହାଂଡିଆ ଭାଷା କୁ ଉପେକ୍ଷା ଘଟଣା ମୁଖ୍ୟ ଚର୍ଚ୍ଚା ର ବିଷୟ ହୋଇଛି। ସାମ୍ବାଦିକ ଗ୍ୟାଲେରୀ ରେ ସାମ୍ବାଦିକ ମାନଙ୍କୁ ଆସନ ନ ମିଳିବା ପ୍ରତିବାଦ ରେ ସାମ୍ବାଦିକ ମାନଙ୍କ ଗାନ୍ଧିଗିରି ତଳେ ବସି ପ୍ରତିବାଦ ଘଟଣା ଆୟୋଜନ କମିଟି , ପୋଲିସ ପ୍ରଶାସନ ଙ୍କ ମୁଣ୍ଡବ୍ୟଥା ପାଲଟି ଥିଲା। ଡ଼ିଏସପି ଓ ଟାଉନ ଥାନା ଅଧିକାରୀ ସାମ୍ବାଦିକ ମାନଙ୍କ ପାଖକୁ ଆସି ବୁଝାସୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା।

କଳାହାଣ୍ଡି ଉତ୍ସବ ଘୁମୁରା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Latest News

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.