Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆକର୍ଷଣ
ବିଶେଷ ଖବର

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆକର୍ଷଣ

February 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ToshaliMela
ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆକର୍ଷଣ

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସଂଧ୍ୟାରେ ବରେଣ୍ୟ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଅଶ୍ୱଥି ଏସ୍‌, ଯୋଗଦେଇ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପାଦପଦ୍ମରେ ପୁଷ୍ପଗୁଚ୍ଛ ଅର୍ପଣ କରି ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ରୁଦ୍ରାକ୍ଷ ବୃକ୍ଷରେ ଜଳାର୍ପଣ କରି ସାଂସ୍କୃତିକ ସଂଧ୍ୟାର ଶୁଭାରମ୍ଭ କରିଥିଲେ ।

ମଞ୍ଚରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ସଚିବ ଶ୍ରୀଯୁକ୍ତ ବିକ୍ରମାଦିତ୍ୟ ବାରିକ ଏବଂ ହସ୍ତଶିଳ୍ପ ନିର୍ଦେଶକ ଶ୍ରୀଯୁକ୍ତ ଶ୍ୟାମଭକ୍ତ ମିଶ୍ର ଉପସ୍ଥିତ ରହି ବରେଣ୍ୟ ଅତିଥିଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ ।

ଆଜିର ସାଂସ୍କୃତିକ ସନ୍ଧ୍ୟାରେ ଅତି ପରିଚିତ କଣ୍ଠଶିଳ୍ପୀ ଆଶୁତୋଷ ମହାନ୍ତି, ଅମ୍ରିତା ନାୟକ, ବିଶ୍ୱଜିତ ମହାପାତ୍ର ଏବଂ ଦେବାଂଶି ଦାସ ନିଜ ସଙ୍ଗୀତର ତାଳେ ତାଳେ ଦର୍ଶକମାନଙ୍କୁ ବିମୋହିତ କରାଇଥିଲେ । ଦେବାଂଶି ଦାସ, ୨୦୨୧ ରେ ଜୀ ସାର୍ଥକ ‘ସା ରେ ଗା ମା ପା’ର ବିଜେତା ଥିଲେ, ଯାହାଙ୍କ ସଂଗୀତରେ ଲୋକମାନେ ମନ୍ତ୍ରମୁଗ୍ଧ ହୋଇ ଯାଇଥିଲେ ।

ସୁନାମଧନ୍ୟ କଳାକାର ଆଶୁତୋଷ ମହାନ୍ତି ଏବଂ ଅମ୍ରିତା ନାୟକ ନିଜର ସଙ୍ଗୀତର ଯାଦୁଗରୀରେ ଦର୍ଶକମାନଙ୍କ ମନରେ ଉଦ୍ଦୀପନା ଭରି ଦେଇଥିଲେ । ଇଣ୍ଡିଆନ ଆଇଡଲ୍‌ ସିଜନ-୧୦ ରେ ଟପ୍‌ ୮ ପ୍ରତିଯୋଗୀ ବିଶ୍ୱଜିତ ମହାପାତ୍ର ଯିଏ କି ବଲିଉଡ ଓ ଓଡ଼ିଆ ସଙ୍ଗୀତରେ ନିଜର କଣ୍ଠଦାନ କରିଛନ୍ତି, ସେ ନିଜର କଣ୍ଠର ଯାଦୁଗରୀରେ ଲୋକମାନଙ୍କର ମନୋରଞ୍ଜନ କରିଥିଲେ ।

ଆଜି ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସଂଧ୍ୟାରେ ପ୍ରବଳ ଜନସମାଗମ ହୋଇଥିଲା । ଦର୍ଶକମାନେ ହସ୍ତଶିଳ୍ପ ଏବଂ ହସ୍ତତନ୍ତର ବିଭିନ୍ନ ଷ୍ଟଲରେ ବୁଲି ବିଭିନ୍ନ ସାମଗ୍ରୀ କିଣିବା ସହ ସାଂସ୍କୃତିକ କାର୍ଯକ୍ରମର ମଜା ଉଠାଇଥିଲେ । ସବୁଦିନ ଭଳି ଆଜି ବି ଫୁଡ କୋର୍ଟରେ ବହୁି ଗହଳି ପରିଲକ୍ଷିତ ହୋଇଥିଲା । ପରିଦର୍ଶକମାନେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସୁସ୍ୱାଦୁ ତଥା ପାରମ୍ପରିକ ଖାଦ୍ୟର ବ୍ୟଞ୍ଜନ ମନ ଭରି ଉପଭୋଗ କରୁଥିଲେ । ଛୋଟ ପିଲାମାନେ କିଡ୍ସ ପ୍ଲେ ଜୋନରେ ବିଭିନ୍ନ ପ୍ରକାରର ଦୋଳି ଖେଳି ଆନନ୍ଦ ଲାଭ କରିଥିଲେ ।

ଏହି ମେଳା ପ୍ରତ୍ୟହ ଦିବା ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହୁଛି ଓ ଏହା ଫେବୃୟାରୀ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ।

ଜାତୀୟ ତୋଷାଳୀ ମେଳା ତୋଷାଳୀ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026
Latest News

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.