Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର: ହରହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହେଉଛି ଶୈବପୀଠ
ଆଜିର ଖବର

ରଣପୁର: ହରହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହେଉଛି ଶୈବପୀଠ

February 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ପବିତ୍ର ଜାଗର ଯାତ୍ରା ଓ ମହାଶିବରାତ୍ରି ଅବସରରେ ନୟାଗଡ ଜିଲ୍ଲା ରଣପୁର ବ୍ଲକର ବିଭିନ୍ନ ମହାଦେବଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ମଧ୍ୟରେ ଏହି ପର୍ବ ପାଳନ ହେଉଛି। ରଙ୍ଗୀନ ବୈଦ୍ୟୁତିକ ଆଲୋକମାଳା ଓ ଭଳିକି ଭଳି ଫୁଲରେ ମହାଦେବ ମନ୍ଦିରଗୁଡିକୁ ଅତ୍ୟନ୍ତ ଆକର୍ଷଣୀୟ ଭାବେ ସଜା ହୋଇଛି।

ମହାମାରୀ କରୋନା କଟକଣା ଯୋଗୁଁ ବିଗତ ଦୁଇ ବର୍ଷ ସାର୍ବଜନୀନ ଭାବେ ମହାଶିବରାତ୍ରି ପାଳନ ହୋଇନଥିଲା ବେଳେ ଚଳିତ ବର୍ଷ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମରେ ଏହି ପବିତ୍ର ଉତ୍ସବ ଧୂମଧାମରେ ପାଳିତ ହେଉଛି। ରଣପୁର ସ୍ୱପ୍ନେଶ୍ଵର ପୀଠ, ଚଣ୍ଡେଶ୍ୱର ପୀଠ, ବାଲୁଙ୍କେଶ୍ୱର ପୀଠ, ପୁରୁଣାବସନ୍ତ ବାଲୁଙ୍କେଶ୍ୱର ଦେବ ପୀଠ, ବଜ୍ରକୋଟ ବାଲୁଙ୍କେଶ୍ୱର ପୀଠରେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁମାନେ ଜାଗର ଦୀପ ଜାଳିବା ପାଇଁ ଭିଡ଼ ଲାଗି ରହିଥିଲା।

ଭୋର ୪ ଟାରେ ମନ୍ଦିରରେ ମହାଦୀପ ଉଠିବ ବୋଲି ସେବାୟତ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ରଣପୁର ବ୍ଲକ ଅନ୍ତର୍ଗତ ସମସ୍ତ ଶୈବ ପୀଠଗୁଡିକରେ ଜାଗର ଯାତ୍ରା ଧୁମଧାମରେ ପାଳିତ ହୋଇ ଯାଇଛି। ଏହା ସହିତ ମନ୍ଦିର ପରିସରରେ ସଂକୀର୍ତ୍ତନ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟ ପରିବେଷଣ କରା ଯାଉଥିବା ମଧ୍ୟ ଦେଖିବାକୁ ମିଳିଛି।

ଜାଗର ଯାତ୍ରା ମହାଶିବରାତ୍ରି ରଣପୁର ଶୈବପୀଠ ହରହର ମହାଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.