Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ବର୍ଷ ଧୂମଧାମରେ ପାଳିତ ହେବ ବାଣପୁରର ଐତିହାସିକ ପଞ୍ଚଦୋଳ!: ଆରମ୍ଭ ହେଲାଣି ପ୍ରସ୍ତୁତି
ଆଜିର ଖବର

ଚଳିତ ବର୍ଷ ଧୂମଧାମରେ ପାଳିତ ହେବ ବାଣପୁରର ଐତିହାସିକ ପଞ୍ଚଦୋଳ!: ଆରମ୍ଭ ହେଲାଣି ପ୍ରସ୍ତୁତି

February 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଚଳିତ ବର୍ଷ ଜମିବ ବାଣପୁର ଐତିହାସିକ ପଞ୍ଚଦୋଳ। ବିଗତ ଦୁଇ ବର୍ଷ ହେଲା କରୋନା କଟକଣା ଥିବାରୁ ସମସ୍ତ କାର୍ଯ୍ୟକ୍ରମକୁ କାଣ୍ଟଛାଣ୍ଟ କରାଯାଇ କେବଳ ବିଧି ଅନୁଯାୟୀ ବିମାନ ପୂଜା କରାଯାଇଥିବା ବେଳେ ଭକ୍ତଙ୍କୁ ପଲଟନ ପଡିଆ ବାରଣ ଥିଲା। ଫଳରେ ହଜାର ହଜାର ଭକ୍ତ ଐତିହାସିକ ପଞ୍ଚଦୋଳ ଯାତ୍ରା ଦେଖିବାରୁ ବଞ୍ଚିତ ହୋଇଥିଲେ। ଏପରିକି ଆତସବାଜି ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ଥିଲା।

ତେବେ ଚଳିତ ବର୍ଷ ଏହାକୁ ପୁନର୍ବାର ଧୁମଧାମରେ ପାଳନ କରାଯିବ ବୋଲି ଜଣାପଡିଛି।  ଏଥି ନିମନ୍ତେ ଏବେଠାରୁ ପ୍ରସ୍ତୁତ ହେଉଛି ପଲଟନ ପଡିଆ। ଚଳିତ ମାର୍ଚ୍ଚ ୧୩ ତାରିଖରେ ପଞ୍ଚଦୋଳ ମେଳଣ ଅନୁଷ୍ଠିତ ହେବାକୁ ଥିବା ବେଳେ ୧୨ ତାରିଖ ବିଳମ୍ବିତ ରାତିରେ ସମସ୍ତ ବିମାନ ପଡିଆ ମଧ୍ୟକୁ ଓହ୍ଲାଇବେ। ଇତି ମଧ୍ୟରେ ବାଣପୁର ବ୍ଲକ ଓ ଏନଏସି ରେ ଦୁଇ ନୂତନ ଅଧ୍ୟକ୍ଷ ନିର୍ବାଚିତ ହୋଇଥିବା ବେଳେ ଉଭୟ କିପରି ଚଳିତ ବର୍ଷ ପଞ୍ଚଦୋଳ ଧୁମଧାମରେ ପାଳିତ ହେବ ତାହାକୁ ଗୁରୁତ୍ୱ ଦେଉଛନ୍ତି।

ପଡିଆରେ ଅବସ୍ଥିତ ବିମାନ ପିଣ୍ଡି ସବୁ ଏନଏସି ପକ୍ଷରୁ ସୌନ୍ଦର୍ଯ୍ୟକରଣ ହେବ ବୋଲି ଜଣାପଡିଛି। ଅନୁରୂପ ଭାବେ ବହୁ ଉଠା ଦୋକାନୀ ଗତ ଦୁଇ ବର୍ଷ ହେଲା ବାଣପୁର ପଞ୍ଚଦୋଳରେ ନିଜ ଦୋକାନ ପକାଇବା ପାଇଁ ଚାତକ ପରି ଚାହିଁ ରହିଥିବା ବେଳେ ଚଳିତ ବର୍ଷ ସେମାନଙ୍କୁ ମଧ୍ୟ ଅନୁମତି ମିଳିବ ବୋଲି ଜଣାପଡିଛି।

ବିଗତ ଦୁଇ ବର୍ଷ ହେଲା ଜନସାଧାରଣଙ୍କୁ କୋଭିଡ ଦାଉରୁ ବଞ୍ଚାଇବା ପାଇଁ ପ୍ରଶାସନର ନିର୍ଦ୍ଦେଶକୁ ମୁଣ୍ଡପାତି ସହିନେଇ ଅନିଚ୍ଛାସତ୍ତ୍ୱେ ପଞ୍ଚଦୋଳ କମିଟି ବହୁ କଠୋର ପଦକ୍ଷେପ ହାତକୁ ନେଇଥିଲା, ଏପରିକି ଭକ୍ତଙ୍କୁ ପଡିଆ ମଧ୍ୟକୁ ନଆସିବା ପାଇଁ ବାରଣ କରିବାକୁ ବାଧ୍ୟ ହୋଇଥିବା ବେଳେ ଚଳିତ ବର୍ଷ ଜିଲ୍ଲା ଓ ସ୍ଥାନୀୟ ପ୍ରଶାସନ ଉକ୍ତ କମିଟିର ସମ୍ମାନ ନିଶ୍ଚିତ ରଖିବା ସହ ଐତିହାସିକ ପଞ୍ଚଦୋଳକୁ ଧୁମଧାମରେ ପାଳନ କରିବା ପାଇଁ ସମସ୍ତ ସହଯୋଗ ଯୋଗାଇଦେବ ବୋଲି ବାଣପୁରବାସୀ ଆଶା ରଖିଛନ୍ତି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026
Latest News

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.