Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଦିବାସୀ ମେଳା ୨୦୨୩: ପ୍ରଦର୍ଶିତ ହୋଇଛି ୧୦ଟି ପ୍ରାଚୀନ ଜନଜାତି ଘରର ମଡେଲ
ଆଜିର ଖବର

ଆଦିବାସୀ ମେଳା ୨୦୨୩: ପ୍ରଦର୍ଶିତ ହୋଇଛି ୧୦ଟି ପ୍ରାଚୀନ ଜନଜାତି ଘରର ମଡେଲ

February 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଫେବୃଆରୀ ୨୦ ତାରିଖଠାରୁ ଆଦିବାସୀ ମେଳା-୨୦୨୩ ଆରମ୍ଭ ହୋଇଛି।

୧୦ ଦିନ ଧରି ଚାଲିବାକୁ ଥିବା ଆଦିବାସୀ ମେଳାର ଆଜି ପଞ୍ଚମ ଦିବସ। ବଣପାହାଡ଼ ଘେରା ଆଦିବାସୀ ଅଞ୍ଚଳରେ ରହିଥିବା ଗ୍ରାମଗୁଡ଼ିକର ଅବିକଳ ରୂପନେଇ ମେଳା ପରିସରରେ ପ୍ରାଚୀନ ଜନଜାତି ଦୁନିଆର ୧୦ଟି ପ୍ରାଚୀନ ଜନଜାତି ଗୋଷ୍ଠୀର ଘରର ମଡେଲ ପ୍ରଦର୍ଶିତ ହୋଇଛି। ଏଥିରେ ପରମ୍ପରା ସହିତ ପ୍ରଗତିର ଝଲକ ଦେଖିବାକୁ ମିଳୁଛି।

ଏ ମଧ୍ୟରେ ନୂଆପଡ଼ା ଜିଲ୍ଲା ଚୁକୁଟିଆ ଭୁଂଜିଆଙ୍କ ଘର ପାରମ୍ପରିକ ସାଜସଜ୍ଜାରେ ବିକାଶର ବାର୍ତ୍ତା ବଖାଣୁଛି। ଏମାନଙ୍କ ଲାଲ ବଙ୍ଗଳା କେବଳ ସଂସ୍କୃତି ଦୃଷ୍ଟିରୁ ମହାନ୍‌ ନୁହେଁ ବରଂ ଏମାନଙ୍କ ରକ୍ଷଣଶୀଳତାକୁ ବୁଝାଉଛି। ସେହିପରି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଅଞ୍ଚଳସ୍ଥ କୁଟିଆ କନ୍ଧ ଘର ଓ ବେଲଘରଙ୍କ କୁଟିଆ କନ୍ଧ ଘର ଭିତରେ ନିର୍ମାଣ ଗତ ସାମଞ୍ଜସ୍ୟ ଥିଲେ ମଧ୍ୟ ସୌନ୍ଦର୍ଯ୍ୟାନୁଭବରେ ବେଶ୍‌ ପାର୍ଥକ୍ୟ ଅଞ୍ଚଳ ଭେଦରେ ସାଂସ୍କୃତିକ ବିବିଧତାର ସୂଚନା ଦେଉଛି।

ସେହିପରି ଗଜପତି ଜିଲ୍ଲା ରାୟଗଡ଼ା ଜିଲ୍ଲା ଗୁଣୁପୁର ଅଞ୍ଚଳର ସଉରା ଓ ଲାଞ୍ଜିଆ ସଉରା ଘର ନିର୍ମାଣଶୈଳୀରେ ସମାନତା ଥିଲେ ମଧ୍ୟ ଇଡ଼ିତାଲ ଚିତ୍ରର ବିବିଧ ବୈଚିତ୍ର୍ୟ ସ୍ୱତନ୍ତ୍ର ଅନୁଭବ ଆଣିଦେଉଛି। ଡଙ୍ଗରିଆ କନ୍ଧମାନଙ୍କର ନିଜସ୍ୱ ଶୈଳୀ ଦର୍ଶକଙ୍କୁ ଆକର୍ଷିତ କରିବାରେ ଲାଗିଥିବାବେଳେ ପାହାଡ଼ି ଖଡ଼ିଆମାନଙ୍କର ଗୃହ ନିର୍ମାଣ ବେଶ୍‌ ସୁନ୍ଦର ହୋଇଛି।

ସେହିପରି ବଣ୍ଡାମାନଙ୍କର ମଧ୍ୟ ଘର ପରମ୍ପରା ସହିତ ପ୍ରଗତି ସୂଚନା ଦେଉଛି। ସହରୀ ମଣିଷଙ୍କ ପାଇଁ ଏହା ସଂସ୍କୃତିର ସନ୍ଧାନ ହୋଇଥିବାବେଳେ ଜଣେ ଗବେଷକ ପାଇଁ ଏହା କିଛିଟା ପ୍ରଶ୍ନବାଚୀ ସୃଷ୍ଟି କରିବା ସ୍ୱାଭାବିକ। ଆଦିବାସୀ ମେଳାରେ ପ୍ରଦର୍ଶିତ ପ୍ରାଚୀନ ଜନଜାତିଙ୍କ ଗ୍ରାମ ଦର୍ଶକମାନଙ୍କ ନିମନ୍ତେ ବେଶ୍‌ ଆକର୍ଷଣୀୟ ହୋଇଛି।

ଗତକାଲି ସନ୍ଧ୍ୟାରେ ଜନଜାତିଙ୍କ ଦ୍ୱାରା ପରିବେଷିତ କୋୟା ନୃତ୍ୟ, ଗଦବା ନୃତ୍ୟ, ଭୂମିଆ ନୃତ୍ୟ, କିନ୍ଦରୀ ନୃତ୍ୟ, ଲାଞ୍ଜିଆ ସଉରା ନୃତ୍ୟ, ଢେମ୍‌ସା ନୃତ୍ୟ ଓ ଚାଙ୍ଗୁ ନୃତ୍ୟ ଦର୍ଶକମାନଙ୍କୁ ବିମୋହିତ କରିଛି।

ଆଦିବାସୀ ମେଳା ପ୍ରତ୍ୟହ ୨.୩୦ଠାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହୁଛି । ଏହି ମେଳା ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଚାଲିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026
Latest News

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.