Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ବର୍ଷ ଧୂମଧାମରେ ପାଳନ ହେଲା ବାଣପୁରର ଐତିହାସିକ ପଞ୍ଚଦୋଳ ଓ ମେଳଣ ପର୍ବ
ଆଜିର ଖବର

ଚଳିତ ବର୍ଷ ଧୂମଧାମରେ ପାଳନ ହେଲା ବାଣପୁରର ଐତିହାସିକ ପଞ୍ଚଦୋଳ ଓ ମେଳଣ ପର୍ବ

March 13, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ଐତିହାସିକ ପଲଟଣ ପଡିଆ ଠାରେ ଦୁଇଦିନ ଧରି ପଞ୍ଚୁଦୋଳ ଓ ମେଳଣ ପର୍ବ ଅନୁଷ୍ଠିତ ହୋଇଯାଇଛି। କରୋନା କଟକଣା ପାଇଁ ଦୀର୍ଘ ଦୁଇ ବର୍ଷ ଧରି ମେଳଣ ପଡିଆ ଖାଁ ଖାଁ ଲାଗୁଥିଲା। ସରକାରଙ୍କ କଟକଣା ପାଇଁ ନା ଥିଲା ଜନ ସମାଗମ ନା ଥିଲା ଦୋକାନ ବଜାର।

ଚଳିତ ବର୍ଷ ଲୋକମାନେ ଖୁବ ଧୂମଧାମରେ ପାଳନ କରିଛନ୍ତି ମେଳଣ ପର୍ବ। କାହିଁ କେଉଁ ଅନାଦି କାଳରୁ ବାଣପୁରରେ ଏହି ପର୍ବ ପାଳନ କରାଯାଉଛି। ଚୈତ୍ର କୃଷ୍ଣପକ୍ଷ ପ୍ରତିପଦା ଠାରୁ ପାଞ୍ଚଦିନ ପରେ ରବିବାର ମାହେନ୍ଦ୍ର ବେଳା ରାତ୍ର ୧୨ ଘଟିକା ୧୭ ମିନିଟ ପରେ ସ୍ଥାନାଧିପତି ଚରଣ ଚକାଦେବ ଓ ମା’ ଭଗବତୀଙ୍କ ନିମନ୍ତ୍ରଣ କ୍ରମେ ଠାକୁରମାନେ ମେଳଣ ପଡିଆକୁ ଆସିଥିଲେ।

ପ୍ରଥମେ ମା’ ଭଗବତୀ ଓ ଚକାଦେବ ମେଳଣ ପଡିଆରେ ପଦାର୍ପଣ କରି ଆସନ ଗ୍ରହଣ କଲା ପରେ ବାଣପୁର ଅଞ୍ଚଳର ଗାଁ ସହର ଓ ପୁରପଲ୍ଲୀର ଦେବାଦେବୀ ମାନେ ସୁସଜିତ ଦୋଳ ବିମାନରେ ବିଭିନ୍ନ ଥାଟ ପାଟ ଓ ପଟୁଆରରେ ଆସି ମେଳଣ ପଡିଆରେ ନିଜ ନିଜର ଅସ୍ଥାନରେ ଅଭିଷିକ୍ତ ହୋଇଥିଲେ।

ସନ୍ଧ୍ୟା ସମୟରୁ ପଲଟନ ପଡିଆର ଛାୟା ମଣ୍ଡପରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆସର ଜମିଥିଲା। ବିଭିନ୍ନ ଗ୍ରାମର ଦେବାଦେବୀ ମାନେ ପ୍ରତିଯୋଗିତା ମୁଲକ ପଟୁଆରରେ ଆସିଥିବା ବେଳେ ମୁଖ୍ୟତଃ ଭେଟେଶ୍ୱର ଗ୍ରାମର ଭେଟିନାଥ ଦେବ, ଗାଲୁଆର ଗୁପ୍ତେଶ୍ୱର ଦେବ, ବାଲିପଦର ଗ୍ରାମର ଲୋକନାଥ ଦେବଙ୍କ ପଟୁଆର ଦେଖିବାକୁ ଲୋକଙ୍କ ଭିତରେ ଉତ୍କଣ୍ଠା ଜାତ ହୋଇଥିଲା।

ଚଳିତ ବର୍ଷ ଭୂଷଣ୍ଡପୁର ବାଣ ବିସ୍ଫୋରଣ ପରେ ଆତସବାଜି ପ୍ରଦର୍ଶନ ନିଷେଧ କରାଯାଇଥିବାରୁ ଲୋକଙ୍କ ମାନରେ ନିରାଶା ଭାବ ପରିଲକ୍ଷିତ ହୋଇଥିଲା। ସୋମବାର ମେଳଣ ପର୍ବରେ ପଞ୍ଚଦୋଳ କମିଟି ତରଫରୁ ପଟୁଆର ପାଇଁ ବାଲିପଦର ଲୋକନାଥ ଦେବ ଓ ଗାଲୁଆ ଗୁପ୍ତେଶ୍ୱର ଦେବଙ୍କୁ ପ୍ରଥମ ପୁରସ୍କାର ଏବଂ ଭେଟେଶ୍ୱର ଭେଟିନାଥ ଦେବଙ୍କୁ ଦ୍ଵିତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା।

ସୋମବାର ଦିନତମାମ ହଜାର ହଜାର ଲୋକଙ୍କ ମେଳଣ ପଡିଆକୁ ଯିବା ଆସିବା ଲାଗି ରହିଥିଲା। ଶ୍ରଦ୍ଧାଳୁମାନେ ପଞ୍ଚଦୋଳ ପଡିଆରେ ପହଞ୍ଚି ଦେବଦେବୀଙ୍କ ଆଶୀର୍ବାଦ ଲାଭ କରି ବିଭିନ୍ନ ପ୍ରକାର ଘର ସରଞ୍ଜାମ, ଖଟ ପଲଙ୍କ ସହ ପିଲାଙ୍କ ପାଇଁ ଖେଳନା କିଣାବିକା କରି ସୁସ୍ୱାଦୁ ଖାଦ୍ୟର ମଜା ନେଇଥିଲେ। ଚଳିତ ବର୍ଷ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିବା ଜଣାପଡିଛି। ପିଲାମାନେ ବିଭିନ୍ନ ପ୍ରକାର ଦୋଳିର ମଜା ଉଠାଉଥିବା ନଜରକୁ ଆସିଥିଲା। ମଥୁରା କେକ ଖାଇବା ପାଇଁ ଦୋକାନ ଆଗରେ ଭିଡ଼ ପରିଲକ୍ଷିତ ହୋଇଥିଲା।

ତେବେ ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଏସପି ସିଦ୍ଧାର୍ଥ କଟାରିଆ ପଲଟନ ପଡିଆ ପହଞ୍ଚି ସମସ୍ତ ବ୍ୟବସ୍ଥା ପରଖିଥିଲେ। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡ଼ା ସମ୍ବିତ ପାତ୍ର ଓ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ମେଳଣ ପଡିଆରେ ପହଞ୍ଚି ଠାକୁରଙ୍କ ଆଶୀର୍ବାଦ ନେଇଥିଲେ। ପୂର୍ବତନ ଚିଲିକା ବିଧାୟକ ରଘୁନାଥ ସାହୁ ମଧ୍ୟ ଆଶୀର୍ବାଦ ନେଇଥିଲେ।

ଅପରାହ୍ନ ପାଞ୍ଚ ଘଟିକା ଗୋଧୂଳି ଲଗ୍ନରେ ସବୁ ଦେବାଦେବୀ ଯଂଜ୍ଞ ମଣ୍ଡପର ଚତୁଃପାର୍ଶ୍ଵରେ ପହଂଚିବା ପରେ ଦେବୀ ଭଗବତୀ ଓ ଚନ୍ଦ୍ରଶେଖରଙ୍କର ମିଳନ ହୋଇଥିଲା। ପରେ ପରେ ସମସ୍ତ ଦେବାଦେବୀ ମେଳଣ ପର୍ବରେ ସାମିଲ ହୋଇ ଯଂଜ୍ଞ ମଣ୍ଡପକୁ ସାତ ଥର ପରିକ୍ରମା କରିଥିଲେ। ମା’ ଭଗବତୀ ପ୍ରଥମେ ମେଳଣ ପଡିଆରୁ ପ୍ରତ୍ୟାବର୍ତନ କଲାପରେ ଅନ୍ୟ ଠାକୁର ମାନେ ମେଳଣ ପଡିଆରୁ ସ୍ଵଗ୍ରାମକୁ ଗମନ କରିଥିଲେ।

ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକମାନଙ୍କ ପାଇଁ ପାନୀୟ ଜଳ ବିତରଣ କେନ୍ଦ୍ର ଖୋଲାଯାଇ ଜଳ ପ୍ରଦାନ କରାଯାଇଥିଲା। ବହୁ ସଂଖ୍ୟକ ଲୋକଙ୍କ ସମାଗମକୁ ଦେଖି ପୋଲିସ ପ୍ରଶାସନ ତରଫରୁ ଏସ୍ଡ଼ିପିଓ ମାନସ ରଞ୍ଜନ ବାରିକଙ୍କ ତତ୍ୱାବଧାନରେ ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ା, ବାଲୁଗାଁ ଆଇଆଇସି ରଶ୍ମିରଞ୍ଜନ ଦାସ, ଟାଙ୍ଗୀ ଆଇଆଇସି ଦିଗବିଜୟ ବିଶ୍ୱାଳଙ୍କ ସମେତ ବ୍ୟାପକ ପୋଲିସ ଫୋର୍ସ ନିୟୋଜିତ କରାଯାଇଥିଲା।

ସ୍ଥାନୀୟ ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ବିଡ଼ିଓ ବୁଲବୁଲ ବେହେରା ଏବଂ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି ଉପସ୍ଥିତ ରହି ଯାତ୍ରାକୁ ଶୃଙ୍ଖଳିତ କରିଥିଲେ।

ଅନୁରୂପ ଭାବେ ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଏବଂ ଏନଏସି ଅଧ୍ୟକ୍ଷ ମିଟୁ ନାୟକ ପଞ୍ଚଦୋଳ କମିଟିକୁ ପୂର୍ଣ୍ଣ ସହଯୋଗ କରିଥିଲେ। ପଞ୍ଚୁଦୋଳ କମିଟିର ସଦସ୍ୟମାନଙ୍କ ଦ୍ୱାରା ଦୀର୍ଘଦିନ ଧରି ଅକ୍ଲାନ୍ତ ପରିଶ୍ରମର ଫଳସ୍ୱରୂପ ଚଳିତ ବର୍ଷ ସୁଚାରୁ ରୂପେ ମେଳଣ ପର୍ବ ସମାପନ ହୋଇପାରିଛି।

ବାଣପୁର ମେଳଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026
Latest News

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.