Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ଦଣ୍ଡ ମହାମିଳନ ପର୍ବ ଅନୁଷ୍ଠିତ
ଆଜିର ଖବର

ବାଣପୁରରେ ଦଣ୍ଡ ମହାମିଳନ ପର୍ବ ଅନୁଷ୍ଠିତ

April 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଅସ୍ଥା ଓ ବିଶ୍ୱାସର ପ୍ରତୀକ ଦଣ୍ଡ ଠାକୁର। ବିଶ୍ୱାସରୁ ପରମ୍ପରାର ସୃଷ୍ଟି। ଯେଉଁ ଠାକୁର ଦାଣ୍ଡରେ ବୁଲନ୍ତି, ଦାଣ୍ଡରେ ପୂଜା ପାଆନ୍ତି। ଠାକୁରଙ୍କ ସାଥିରେ ଭକ୍ତ ବି ବୁଲେ, ଦାଣ୍ଡରେ ମୁଣ୍ଡିଆ ମାରେ, ଠାକୁରଙ୍କୁ ପାଇବାକୁ ଦଣ୍ଡ ପାଏ। ଏହିଭଳି ଅନନ୍ୟ ପରମ୍ପରା ଓଡ଼ିଶାରେ ପ୍ରଚଳିତ।

ବାଣପୁର ଅଂଚଳର ପ୍ରତିଷ୍ଠିତ ଶୈବପୀଠ ମାନଙ୍କରୁ ଦଣ୍ଡ ଠାକୁର ଚୈତ୍ର ମାସରେ ଭକ୍ତ ମାନଙ୍କ ଗହଣରେ ବର୍ଷକୁ ଥରେ ପ୍ରକଟିତ ହୁଅନ୍ତି। ବାଣପୁରର ବିଜୟ ବିଶ୍ୱାଳ, ମାଧବ ଚନ୍ଦ୍ର ବାରିକି, ସଂଗ୍ରାମ କେଶରୀ ସାହୁ, ସୁରେଶ ଚନ୍ଦ୍ର ବାରିକି, ଲୋକନାଥ ପ୍ରଧାନ ଭଳି ଉଦୀୟମାନ ବ୍ୟକ୍ତିମାନେ କିଛିବର୍ଷ ପୂର୍ବେ ଐତିହାସିକ ପଲଟଣ ପଡିଆରେ ଏକତ୍ର କରିବାକୁ ପ୍ରୟାସ କରି ଦଣ୍ଡମେଳଣର ପରମ୍ପରା ସୃଷ୍ଟି କରିଥିଲେ। ସେହିଦିନ ଠାରୁ ଆଜି ପର୍ଯ୍ୟନ୍ତ ମେରୁ ଉତ୍ସବର ପୂର୍ବଦିନ ଠାକୁରଙ୍କ ମେଳଣ ପର୍ବ ଅନୁଷ୍ଠିତ ହେଉଅଛି।

ଚଳିତ ବର୍ଷ ଗୋଧୂଳି ସମୟର ଆଗମନରେ ବାଣପୁର ବଡହନ୍ତୁଆଡ଼ର ଶ୍ରୀଶ୍ରୀଶ୍ରୀ ରାଜା ରାଜେଶ୍ଵରୀଦେବ, ସାନହନ୍ତୁଆଡ଼ ଭକ୍ତ ରାଜେଶ୍ଵରୀଦେବ, ମାଟିଆପୋଖରୀ କପିଳେଶ୍ୱର ଦେବ, ଭେଟେଶ୍ୱର ଭେଟିନାଥ ଦେବ, ଗାଲୁଆ ଗୁପ୍ତେଶ୍ୱର ଦେବ, ବାଲୁଙ୍କେଶ୍ୱର ଦେବ, ବଡସିରେଇପୁର ଗୁପ୍ତେଶ୍ୱର ଦେବ, ବେଣୁଆବାଡି ଗାଦିଶ୍ୱରଦେବ, ଅରାଙ୍ଗ ନୀଳକଣ୍ଠେଶ୍ଵର ଦେବ, ବୋରିଗାଁ ନାଗରାଜ ଦେବ ଏବଂ ଖାରିଆ ପଲ୍ଲୀର ପଞ୍ଚମହାଦେବ ଦଣ୍ଡ ଠାକୁରଙ୍କ ପଞ୍ଚୁଦଳ ପଡିଆରେ ଏକ ମହାମିଳନ ପର୍ବ ଅନୁଷ୍ଠିତ ହୋଇଥିଲା। ସମସ୍ତ ଉଦ୍ୟୋଗୀ ବନ୍ଧୁମାନଙ୍କ ଦ୍ୱାରା ଠାକୁର ମାନଙ୍କୁ ନୂଆ ଥାଳିରେ ଗୁଆ, ଚନ୍ଦନ, ଫୁଲ, ଦୀପ, ଦିଆଯାଇ ଅଭ୍ୟର୍ଥନା କରା ଯାଇଥିଲା।

ଘଣ୍ଟ, ଘଣ୍ଟା, କାହାଳି ଓ ମୃଦଙ୍ଗ ସହିତ ଝୁଣା ଖେଳରେ ଫାଟି ପଡୁଥିଲା ପଲଟଣ ପଡିଆ।  ହଜାର ହଜାର ଭକ୍ତ ମାନଙ୍କର ହରିବୋଲ ହୁଳହୁଳି ଧ୍ଵନିରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠୁଥିଲା। ଠାକୁର ମାନଙ୍କର ଆଗମନ ଉପଲକ୍ଷେ ଉକ୍ତ ସ୍ଥାନରେ ଯଂଜ୍ଞ, ସଙ୍କୀର୍ତ୍ତନ ଓ ଭଜନ ସମାରୋହ ମାଧ୍ୟମରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା। ଠାକୁରଙ୍କ ଆଶୀର୍ବାଦ ନେବାପାଇଁ ପୂର୍ବତନ ବିଧାୟକ ରଘୁନାଥ ସାହୁ, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ବ୍ଲକ ଅଧକ୍ଷ ଅମରେନ୍ଦ୍ର ରଣସିଂହଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସମୂହ ଉପସ୍ଥିତ ଥିଲେ।

ପରିଶେଷରେ ଭୋଗ ନୈବେଦ୍ୟ ଲାଗି ପରେ ସମସ୍ତ ଠାକୁର ପ୍ରତ୍ୟାବର୍ତନ କରିଥିଲେ।

ଦଣ୍ଡ ଠାକୁର ଦଣ୍ଡ ମିଳନ ବାଣପୁର ଶୈବପୀଠ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

March 27, 2026

ଆଜି ପବିତ୍ର ରାମ ନବମୀରେ ଶ୍ରୀରାମଙ୍କୁ କିପରି ପୂଜା କଲେ ସେ ହୁଅନ୍ତି ଖୁସି, ଜାଣନ୍ତୁ

March 27, 2026

କନ୍ଧମାଳରେ ଆପଦପ୍ରବଣ କିଶୋରମାନଙ୍କୁ ସଶକ୍ତ କରିବା ପାଇଁ ସର୍ଭାଇଭର୍‍ ନେଟୱର୍କ କାର୍ଯ୍ୟକ୍ରମ

March 27, 2026

ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

March 27, 2026
Latest News

ପାକିସ୍ତାନକୁ “ଦଲାଲ ରାଷ୍ଟ୍ର” ବୋଲି କହିଲେ ଏସ. ଜୟଶଙ୍କର: କଡ଼ା ବିରୋଧ କଲେ କଂଗ୍ରେସ ନେତା

March 27, 2026

Breaking News: ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କଲେ ସରକାର

March 27, 2026

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

March 27, 2026

ଆଜି ପବିତ୍ର ରାମ ନବମୀରେ ଶ୍ରୀରାମଙ୍କୁ କିପରି ପୂଜା କଲେ ସେ ହୁଅନ୍ତି ଖୁସି, ଜାଣନ୍ତୁ

March 27, 2026

କନ୍ଧମାଳରେ ଆପଦପ୍ରବଣ କିଶୋରମାନଙ୍କୁ ସଶକ୍ତ କରିବା ପାଇଁ ସର୍ଭାଇଭର୍‍ ନେଟୱର୍କ କାର୍ଯ୍ୟକ୍ରମ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.