Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସଂସ୍କୃତି»ସ୍ନାନ ପୂର୍ଣ୍ଣମୀ ପରେ ଅଣସର, ଅନବସର ଓ ପଟି ଦିଅଁ ; କେତୋଟି ମରମ କଥା
ସଂସ୍କୃତି

ସ୍ନାନ ପୂର୍ଣ୍ଣମୀ ପରେ ଅଣସର, ଅନବସର ଓ ପଟି ଦିଅଁ ; କେତୋଟି ମରମ କଥା

June 17, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର

ମହାପ୍ରଭୁ ଶ୍ରୀଜଗନ୍ନାଥ ଲୋକ ଜୀବନର ମହାଦେବତା । ତାଂକର ପୂଜା ବିଧାନ ଓ ଉପଚାରରେ ଲୋକ ଜୀବନର ପ୍ରଭାବ ପ୍ରଛନ୍ନ ଭାବେ ଦେଖିବାକୁ ମିଳେ। ସ୍ନାନ ପୂର୍ଣିମା ପରେ ମହାପ୍ରଭୁଂକ ଶ୍ରୀଅଂଗ ରେ ବାଧା ହୁଏ।ଲୋକାଚାର ରେ ଏହି ସମୟରେ ମହାପ୍ରଭୁଙ୍କୁ ଜ୍ବର ହୁଏ।ଓଡିଶାର ଜନଜୀବନରେ ଏହା ଅଣସର ସମୟ। ଗ୍ରୀଷ୍ମ ପରେ ବର୍ଷା ଆସୁଥିବାରୁ ପ୍ରଚଣ୍ଡ ଗୁଳୁଗୁଳିର ସମୟ। ସ୍ନାନ ମଣ୍ଡପରୁ ମହାସ୍ନାନ ସାରି ହାତୀ ବେଶରେ ଦର୍ଶନ ଦେବା ପରେ ଚତୁର୍ଦ୍ଧା ମୂର୍ତ୍ତି ଆଉ ରତ୍ନ ସିଂହାସନକୁ ନ ଫେରି ଅଣସର ଘର କୁ ବିଜେ କରନ୍ତି । ଅଣସର ବିଧି ପ୍ରାୟ ଗୋପନ। ଶ୍ରୀମନ୍ଦିରର ମୂଳ ସେବକ ଦଇତା ଓ ପତି ସେବକ ମାନେ ଏହି ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଂକ ଶ୍ରୀଅଂଗ ଫିଟା ଓ ନବ ଯୌବନ ଲାଗି କରାଇଥାନ୍ତି  ।ଅଣସର ସମୟରେ ଖାଲି ଥିବା ରତ୍ନ ସିଂହାସନରେ ପଟି ଦିଅ ଓ ଦଶାବତାର ଠାକୁର ପୂଜା ପାଆନ୍ତି।ମନ୍ଦିର ବେଢା ଭିତରେ ଚାଲିଥିବା ଏହି ରହସ୍ୟମୟ ନୀତି ସମ୍ପର୍କରେ ଶ୍ରୀମନ୍ଦିର ସ୍ବତ୍ବଲିପି ଯେଉଁ ବର୍ଣ୍ଣନା କରିଛି, ତହିଁରୁ କେତୋଟି ପ୍ରମୁଖ କଥା ଜାଣିବା ଆସନ୍ତୁ-

୧. ଜୈଷ୍ଠ ପୂର୍ଣିମା ରାତିରୁ ଆଷାଢ଼ ଅମାବାସ୍ୟା ରାତି ଯାଏ ଅଣସର ବିଧାନ ଚାଲେ। ସ୍ନାନ ମଣ୍ଡପରୁ ଠାକୁରମାନେ ଅଣସର ଘରକୁ ଆସିଲା ପରେ  ଶ୍ରୀଜଗନ୍ନାଥଂକ ହୀରା ଚିତା, ଶ୍ରୀବଳଭଦ୍ରଂକ ନୀଳା ଚିତା ଓ ମା ସୁଭଦ୍ରାଂକ ମାଣିକ୍ୟ ଚିତାକୁ ଓହ୍ଲାଇ ଦିଆଯାଏ। କୋଠ ସୁଆଁସିଆ ମାନେ ଗୋଟେ ଦୁଆର ଅଳ୍ପ ଖୋଲା ରଖି ଅଣସର ପିଢ ଚାରିପଟେ ବାଉଁଶ ତାଟି ବେଢେଇ ଦିଅନ୍ତି । ସେଠି ପତି ଓ ଦଇତା ସେବକ ମାନେ ପନ୍ଦରଦିନ ବ୍ୟାପୀ ଅଣସର ଉପଚାର କରନ୍ତି ।

୨. ଏପଟେ ଖାଲି ଥିବା ରତ୍ନ ସିଂହାସନକୁ  ଚିତ୍ରକର ସେବାୟତଂକ ଘରୁ ପଟି ରେ ଅଂକା ଚିତ୍ରପଟ ଠାକୁରଂକୁ ବିଜେ କରାଯାଏ  ।ବଳଭଦ୍ରଂକ ପୀଠରେ ବାସୁଦେବ, ସୁଭଦ୍ରାଂକ ପୀଠରେ ଭୁବନେଶ୍ବରୀ ଓ ଜଗନ୍ନାଥଙ୍କ ପୀଠରେ ନାରାୟଣ ଚିତ୍ରପଟ ରୂପେ ବିରାଜମାନ ହୁଅନ୍ତି। ତାଂକ ସହ ରତ୍ନ ସିଂହାସନରେ ଦଶାବତାର ଠାକୁର ରୂପେ ଦୋଳଗୋବିନ୍ଦ, ରାମ, ନୃସିଂହ, ଲକ୍ଷ୍ମୀ,ସରସ୍ବତୀ, କୃଷ୍ଣ ଓ ମଦନ ମୋହନ ପୂଜିତ ହୁଅନ୍ତି ।

୩. ଅଣସର ଘରକୁ ଦଇତା ଓ ପତି ସେବକଂକ ବ୍ୟତୀତ ଅନ୍ୟ କେହି ପ୍ରବେଶ କରି ପାରିବେ ନାହିଁ । ଏହି ସମୟରେ ପଣା ଓ ଚକଟା ଭୋଗ କରାଯାଏ  । କେବଳ ଧଳା ଫୁଲ ଛଡା ଅନ୍ୟକିଛି ଲାଗି କରାଯାଏ ନାହିଁ । ଚକଟା ଭୋଗରେ ଧୁଆ ମୁଗ ଓ ପଣସ ଲାଗି ହୁଏ ।

୪. ଆଷାଢ କୃଷ୍ଣ ପଂଚମୀ ତିଥିରେ ଫୁଲରୀ ଲାଗି ହୁଏ । ୧୫ ସେର ରାଶି ତେଲରେ ଚୁଆ, କର୍ପୁର ଗୋଳେଇ ଔଷଧି ରୂପେ ଫୁଲରୀ ଲାଗି ହୁଏ। ଓଡିଆ ମଠ ଓ ମନ୍ଦିର ପ୍ରଶାସନ ତେଲ ଯୋଗାଉଥିବା ବେଳେ ଭଣ୍ଡାର ମେକାପ ଚୁଆ କର୍ପୂର ଇତ୍ୟାଦି ଦିଅନ୍ତି।

୫. ଦଶମୀ  ତିଥିରେ ଅଣସର ଚକା ଉପରେ ଠାକୁର ମାନେ ବିଜେ କରନ୍ତି। ତିନୋଟି କାଠ ଚକା ଦଇତା ମାନେ ଅଣସର ପୀଠ କୁ ଆଣି ତା ଉପରେ ମୂର୍ତ୍ତି ମାନଂକୁ ବସାଯାଏ  । ଏହା ଚକା ଦଶମୀ ବା ଅଣସର ଚକା ବିଜେ ନାମରେ ବିଖ୍ୟାତ ।

୬. ଏକାଦଶୀ ଦିନ ୧୫ ସେର ଚନ୍ଦନ କାଠ ଘୋରା ହୋଇ ଘଟୁଆରୀମାନେ ପ୍ରସ୍ତୁତ କରନ୍ତି ।ଏହି ଚନ୍ଦନ କାଠ ରାଘବଦାସ ମଠ ଓ ମନ୍ଦିର ପ୍ରଶାସନ ଯୋଗାନ୍ତି ।ଚାରି ଦିନ ଧରି ଘଟୁଆରୀ ମାନେ ଚନ୍ଦନ ଘୋରୀ ରଖିଥାନ୍ତି। ଏକାଦଶୀ ଦିନ ଏହା ମନ୍ଦିରକୁ ଆସେ। ଚନ୍ଦନରେ କର୍ପୂର ଓ କେଶର ବଟା ହୋଇ ଗୋଳା ଯାଏ । ଶ୍ରୀଅଂଗରେ ଏହି ଚନ୍ଦନ ଲାଗି ପରେ ରାଘବଦାସ ମଠ ଖଇ,କୋରା,କଦଳୀ,ପଣସ ଓ ଆମ୍ବ ଭୋଗ ଲାଗି କରାନ୍ତି ।

୭. ଅଣସର ଦ୍ବାଦଶୀ ରେ ରାଜଭୋଗ ହୁଏ। ଗଜପତିଂକ କୁଟୁମ୍ବରେ ଯେତିକି ଲୋକ ସେତିକିଟି ରୂପା ଥାଳି ମନ୍ଦିରକୁ ଆସେ।ସେଥିରେ ମହାପ୍ରଭୁଂକ ଚନ୍ଦନ ଓ ପାଟ ଡୋର ନେଇ ଦଇତା ସେବକ ମାନେ ଗଜପତିଂକ ପ୍ରାସାଦକୁ ଯାନ୍ତି। ଏହାକୁ ରାଜଭୋଗ ଦ୍ବାଦଶୀ କୁହାଯାଏ।

୮. ଅଣସର ତ୍ରୟୋଦଶୀ  ଦିନ ଖଡୀ ଓ ଖଳି ଲାଗି ହୁଏ। ବର୍ଷେ ବ୍ୟବଧାନରେ ଏହା ଜଗନ୍ନାଥ ଓ ବଳଭଦ୍ର ଲାଗି ହୁଅନ୍ତି। ତେବେ ଦେବୀ ସୁଭଦ୍ରାଂକ ଅଂଗରେ ଏହା ପ୍ରତି ବର୍ଷ ଲାଗି ହୁଏ ।ଏହାକୁ ଶ୍ରୀ ପୟର ପୂଜା  ବୋଲି ମଧ୍ୟ କୁହନ୍ତି।ଦୁଇ ମହଣ ଗହମ ଚୁରା ହୋଇ ଖଳି ପ୍ରସାଦ ତିଆରି ହୁଏ ।

୯. ଆଷାଢ ଚତୁର୍ଦ୍ଦଶୀ ରାତ୍ରରେ ଚତୁର୍ଦ୍ଧା ମୂର୍ତ୍ତି ନବ ଯୌବନ ବେଶ ଧାରଣ କରି ନେତ୍ରୋତ୍ସବ ଲାଗି ବିଜେ ହୁଅନ୍ତି  । ଗତ ପନ୍ଦର ଦିନ ଧରି ରତ୍ନ ସିଂହାସନରେ ପୂଜା ପାଉଥିବା ପଟି ଦିଅ ଓ ଦଶାବତାର ଠାକୁର ମାନେ ନିଜ ନିଜ ସ୍ଥାନ କୁ ବାହୁଡି ଆସନ୍ତି। ରଥଯାତ୍ରା ପୂର୍ବ ରୁ ଅଣସର ପରେ ଏହାକୁ ନବଯୌବନ ଦର୍ଶନ ବା ନେତ୍ରୋତ୍ସବ ବୋଲି କୁହାଯାଏ ।

୧୦. ପ୍ରତିବର୍ଷ ଅଣସର ୧୫ ଦିନ ଲାଗି ହେଉଥିବା ବେଳେ ନବ କଳେବର ବିଧାନ ସମୟରେ ଏହା ୪୫ ଦିନ ବ୍ୟାପୀ ହୋଇଥାଏ । ଏହି ଅବସରରେ ନୁଆ ଦାରୁବିଗ୍ରହ ଅଣସର ଘରେ ନିର୍ମିତ ହୁଅନ୍ତି ଓ ପୁରୁଣା ବିଗ୍ରହ୍ଂକୁ ପାତାଳୀ କରାଯାଏ । ଏହା ପ୍ରତି ୧୪ ବା ୧୯ ବର୍ଷରେ ଥରେ ଅନୁଷ୍ଠିତ ହୁଏ।

jagnnath kedarmishra Puri samikhsya snanayatra
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Latest News

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.