Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସଂସ୍କୃତି»ନୁଆଁଖାଇ ତିହାର-ନୂଆଁଖାଇ ଜୁହାର ; ଗଣ ସଂସ୍କୃତିର ଏକ ଅନନ୍ୟ ପାର୍ବଣ
ସଂସ୍କୃତି

ନୁଆଁଖାଇ ତିହାର-ନୂଆଁଖାଇ ଜୁହାର ; ଗଣ ସଂସ୍କୃତିର ଏକ ଅନନ୍ୟ ପାର୍ବଣ

September 3, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
Socio cultural aspect of Nuakhai festival
Socio cultural aspect of Nuakhai festival

କେଦାର ମିଶ୍ର

ଭାଦ୍ରବ ମାସ ଆରମ୍ଭରୁ ପଶ୍ଚିମ ଓଡିଶାର ଘରେ ଘରେ ଆରମ୍ଭ ହୋଇ ଯାଏ ପ୍ରସ୍ତୁତି । ଲୋକେ ଘର ଲିପା ପୋଛା ଆରମ୍ଭ କରନ୍ତି। ନୁଆ ଓ ଚକ୍ ଚକ୍ ଦିଶେ ଘର ଦୁଆର। ହାଟରୁ କିଣା ହୋଇ ଆସେ ନୁଆ ହାଣ୍ଡି ଓ  ଟୋକେଇ। ଘରକୁ ଆସେ ନୁଆ ଲୁଗା, ନୁଆ ନୁଆ ଖାଦ୍ୟ ପଦାର୍ଥ, ପୂଜା ସାମଗ୍ରୀ ଇତ୍ୟାଦି । ସବୁଠୁ ବଡ କଥା ହେଲା, ପରିବାରର ଯିଏ ଯେଉଁଠି ଥାଆନ୍ତୁ, ଘରକୁ ଫେରିବା ଆରମ୍ଭ କରନ୍ତି । ଏତେ ସବୁ ଆୟୋଜନ ଓ ପ୍ରାୟୋଜନ ର ଏକମାତ୍ର ଉଦ୍ଦେଶ୍ୟ ହେଉଛି ନୁଆଁଖାଇ, ପଶ୍ଚିମ ଓଡିଶାର ସବୁଠୁ ବଡ ପର୍ବ । ଏହା କେବଳ ବଡ ପର୍ବ ନୁହଁ , ଏହା ହେଉଛି ଏକ ଗଣ ପର୍ବ । ନୁଆଁଖାଇ କଣ, କଣ ଏହାର ବିଶେଷତ୍ଵ ଓ କାହିଁକି ଏ ମହାପର୍ବର ଆୟୋଜନ, ତାକୁ ନେଇ କିଛି ମୌଳିକ କଥା –

୧. ଚନ୍ଦ୍ର କ୍ୟାଲେଣ୍ଡର ଅନୁଯାୟୀ ଭାଦ୍ରବ ମାସ ର ଶୁକ୍ଲପକ୍ଷରେ ପଶ୍ଚିମ ଓଡିଶାର ଜନସାଧାରଣ ନୁଆଁଖାଇ ପର୍ବ ପାଳନ କରନ୍ତି । ଏହା ମୂଳତଃ ଏକ କୃଷି ଭିତ୍ତିକ ପର୍ବ ।କ୍ଷେତର ପ୍ରଥମ ଅନ୍ନ କଣା କୁ ନିଜର କୁଳଦେବୀ, ଇଷ୍ଟଦେବୀ ଓ ଗ୍ରାମ ଦେବୀଂକୁ ଅର୍ପଣ କରିବା ସହିତ ପ୍ରଥମ ଅନ୍ନ ଉତ୍ପାଦନ ର ଉଲ୍ଲାସ କୁ ପାର୍ବଣ ରୂପେ ପାଳନ କରିବା ଏହି ଉତ୍ସବର ଏକମାତ୍ର ଉଦ୍ଦେଶ୍ୟ।

୨. ଏହା ଏମିତି ଏକ ଗଣପର୍ବ ଯେଉଁଥିରେ ଜାତି, ବର୍ଣ, ଲିଂଗ, ଏପରିକି ଧର୍ମର  ମଧ୍ୟ ବିଭେଦ ନଥାଏ। ଗ୍ରାମ ଠୁଁ ସହର, ଗରୀବ ଠୁଁ ଧନୀ, ରାଜା ଠୁଁ ପ୍ରଜା, ସମସ୍ତେ ଗୋଟିଏ ଦିନରେ, ଗୋଟିଏ ନିର୍ଦ୍ଧାରିତ ଲଗ୍ନରେ, ଗୋଟିଏ ବିଧି ବିଧାନରେ ଓ ଗୋଟିଏ ପ୍ରଥାରେ ନୁଆଁ ଖାଇଥାନ୍ତି ।

୩. ହିନ୍ଦୁ ପରମ୍ପରା ରେ ଏହା ଅନ୍ନ ବ୍ରହ୍ମର ପୂଜା ପାଇଁ ନବାନ୍ନ ଉତ୍ସବ ହୋଇଥିବା ବେଳେ ଆଦିବାସୀ ଜୀବନରେ ଏହା ନବାଖାନୀ,ହୋରୋ ନବାଇ,ନବାଖାଇ ଇତ୍ୟାଦି। ସମାଜଶାସ୍ତ୍ରୀ ମାନେ ଏହାକୁ ମୂଳତଃ ଆଦିବାସୀ ପରମ୍ପରା ର ପର୍ବ ବୋଲି ସ୍ବୀକାର କରୁଥିଲେ ମଧ୍ୟ ଏଥିରେ ହିନ୍ଦୁ ବ୍ରାହ୍ମଣ ପରମ୍ପରା ର ପ୍ରଭାବ ସମାହିତ ହୋଇଛି ।

୪. ପୂର୍ବରୁ ପଶ୍ଚିମ ଓଡିଶାର ବିଭିନ୍ନ ଗଡଜାତ ରାଜ୍ୟରେ ଭିନ୍ନ ଭିନ୍ନ ଇଷ୍ଟ ଦେବୀ ଯଥା- ସମ୍ବଲପୁର ରେ ସମଲେଶ୍ବରୀ, ସୋନପୁରରେ ସୁରେଶ୍ବରୀ, ବଲାଂଗୀରରେ ପାଟଣେଶ୍ବରୀ, କଳାହାଣ୍ଡିରେ ମାଣିକେଶ୍ବରୀଙ୍କ ନାମରେ ଭାଦ୍ରବ  ଶୁକ୍ଲପକ୍ଷ ର ବିଭିନ୍ନ ତିଥିରେ ନୁଆଁଖାଇ ପାଳନ କରାଯାଉଥିଲା।୧୯୯୧ ରୁ ପଶ୍ଚିମ ଓଡିଶାର ସମସ୍ତେ ଭାଦ୍ରବ ଶୁକ୍ଲପକ୍ଷ ପଂଚମୀ ତିଥି କୁ ନୁଆଁଖାଇ ଭାବେ ପାଳନ କରି ଆସୁଛନ୍ତି ।

୫. ଭାଦ୍ରବ ମାସ ସାରା ନୁଆଁଖାଇକୁ ନେଇ ସାଜସଜ୍ଜା ଜାରି ରହିଥାଏ। ପ୍ରଥମ କାର୍ୟ ଭାବରେ ଜନ୍ମାଷ୍ଥମୀ ପରଦିନ ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ପଣ୍ଡିତ ଓ ଗଣକ ମାନେ ଏକାଠି ହୋଇ ନୁଆଁଖାଇର ଲଗ୍ନ ନିର୍ଣୟ  କରିଥାନ୍ତି ।

୬. ତାପରେ ଆରମ୍ଭ ହୁଏ କିଣା ବିକା, ସଜବାଜ, ଲିପାପୋଛା ଓ ଘର ଫେରନ୍ତା  ପର୍ବ । ବର୍ଷରେ ଥରେ ନୁଆଁଖାଇ ତିହାର ଲାଗି ପରିବାରର ଯିଏ ଯେଉଁଠି ଥାଆନ୍ତୁ ଘରକୁ ଫେରି ଆସନ୍ତି ଓ ପରିବାର ଏକତ୍ର ନୁଆଁ ଧାନ କୁ ପ୍ରସାଦ ଭାବେ ସେବନ କରିଥାନ୍ତି।

୭. କୁରେ ପତ୍ର, କରଡି, ନୁଆଁ ଧାନ, ନୁଆଁ ଚୁଡା ସଂଗ୍ରହ କରାଯାଏ ।  ବନ୍ଧୁ ବାନ୍ଧବ ଘରକୁ ଉପହାର ପଠାଯାଏ । ନୁଆଁ ଖାଇ ସକାଳୁ କ୍ଷେତ ରେ ପୂଜା କରାଯାଏ, ଘରେ ଲକ୍ଷ୍ମୀ ପୂଜା ହୁଏ, ଗ୍ରାମ ଦେବୀ ଓ ଇଷ୍ଟ ଦେବୀଂକ  ପାଖକୁ ଉପହାର ନେଇ ଶୋଭାଯାତ୍ରାରେ ଯିବାକୁ ହୁଏ। ଏହି ଶୋଭା ଯାତ୍ରା କୁ ପାହୁର୍ ଯାତ୍ରା ବୋଲି କୁହାଯାଏ ।

୮. ପୂଜା ପରେ ଘରର ସମସ୍ତ ସଦସ୍ୟ ଏକାଠି ବସନ୍ତି ଓ ଘରର ମୁଖିଆ ସମସ୍ତଂକ ହାତରେ ନୁଆଁ ଅନ୍ନ ପ୍ରସାଦ ଦେଇଥାନ୍ତି। ଏହାକୁ ସେବନ କଲା ପରେ ମାନ୍ୟ ଅନୁସାରେ ଘରର ସମସ୍ତେ ପରସ୍ପରକୁ ଜୁହାର ଭେଟ ହୁଅନ୍ତି। ପରିବାର, ପରିଜନ ଓ ଗାଁ ଲୋକଂକୁ ସମସ୍ତେ ଜୁହାର ଭେଟ ହୁଅନ୍ତି । ଜୁହାର ଭେଟ ମାଧ୍ୟମରେ ଶତ୍ରୁତା ମିତ୍ରତା ରେ ପରିଣତ ହୁଏ।

୯. ନୁଆଁଖାଇରେ ରକମ ରକମ ର ପିଠା ମଣ୍ଡା, କାକରା, ମିଠା ଓ ତରକାରୀ ପ୍ରସ୍ତୁତ କରାଯାଏ। ବର୍ଷର ସବୁଠୁ ଭଲ ଖାଦ୍ୟ ଏହି ଦିନ ଘରେ ପ୍ରସ୍ତୁତ ହୋଇଥାଏ। ନୁଆଁଖାଇ ହେଉଛି ସବୁ ପ୍ରକାର ସାଂସ୍କୃତିକ ଓ ସାମାଜିକ ସୌନ୍ଦର୍ୟ ର ମିଳନ ପର୍ବ ।

୧୦. ଖାଇ ସାରିବା ପରେ ଛୁର୍, କବାଡି ଇତ୍ୟାଦି ଖେଳରେ ସମସ୍ତେ ଏକତ୍ରିତ ହୁଅନ୍ତି। ସଂଧ୍ୟାରେ ନାଚ ଗୀତ ଓ ପାରମ୍ପରିକ ଲୋକ କଳା ର ଉତ୍ସବ ଅନୁଷ୍ଠିତ ହୋଇଥାଏ। ପଶ୍ଚିମ ଓଡିଶାର ଜୀବନବୋଧ ହେଉଛି ଗୋଟେ ନୁଆଁଖାଇ ରୁ ଆଉ ଗୋଟେ ନୁଆଁଖାଇ ପର୍ଯନ୍ତ ଗୋଟିଏ ବର୍ଷ  । ତେଣୁ କଥାରେ ଅଛି ଜୀଇଁ  ଜାଗି ଥିଲେ ବଛରେ- ନୁଆଁଖାଇ ଜୁହାର୍ ।

 

Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲ ସ୍ୱାଧୀନତା ଦିବସରେ ମଶାଲ ପ୍ରଜ୍ୱଳନ ପାଇଁ ମୋଦୀଙ୍କୁ ନେତାନ୍ୟାହୁଙ୍କ ଆମନ୍ତ୍ରଣ

October 23, 2026

କୃଷକଙ୍କୁ ସଶକ୍ତ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ : ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

October 23, 2026

ବିଶ୍ୱ ସ୍ତରରେ ଶକ୍ତିଶାଳୀ ପ୍ରତିଷ୍ଠାନ ଏବଂ ଗ୍ଲୋବାଲ୍ ସାଉଥ୍‌ର ଅଧିକାର ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱ

October 22, 2026

ଦୁର୍ଘଟଣାରେ ପ୍ରାଣ ହରାଇଲେ ଦୁଇ ପ୍ରତିଭାବାନ ଆଥଲେଟ୍

October 22, 2026
Latest News

ନିର୍ବାଚନ କମିଶନରେ କ’ଣ ଚାଲିଛି? RTI ଦଲିଲରେ ଖୋଲିଲା ପ୍ରଶାସନିକ ବିବାଦ

October 23, 2026

ନାବାଳିକା ହତ୍ୟା ମାମଲା: SIଙ୍କ ବଦଳି

October 23, 2026

୨୦୨୭ରୁ WhatsApp ଓ Telegram ବ୍ୟବହାରରେ ବଡ଼ ପରିବର୍ତ୍ତନ! ଫୋନ୍‌ରେ SIM ନଥିଲେ ହୋଇପାରେ ଅସୁବିଧା

October 23, 2026

କେନ୍ଦୁଝରରେ ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର, ଡାହାଣ ଗୋଡ଼ରେ ବାଜିଲା ଗୁଳି

October 23, 2026

ମେଗନ୍ ଶଟ୍ ଦୁଇଟି ମ୍ୟାଚ୍‌ରୁ ସସ୍‌ପେଣ୍ଡ

October 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.