Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସଂସ୍କୃତି»ନୁଆଁଖାଇ ତିହାର-ନୂଆଁଖାଇ ଜୁହାର ; ଗଣ ସଂସ୍କୃତିର ଏକ ଅନନ୍ୟ ପାର୍ବଣ
ସଂସ୍କୃତି

ନୁଆଁଖାଇ ତିହାର-ନୂଆଁଖାଇ ଜୁହାର ; ଗଣ ସଂସ୍କୃତିର ଏକ ଅନନ୍ୟ ପାର୍ବଣ

September 3, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
Socio cultural aspect of Nuakhai festival
Socio cultural aspect of Nuakhai festival

କେଦାର ମିଶ୍ର

ଭାଦ୍ରବ ମାସ ଆରମ୍ଭରୁ ପଶ୍ଚିମ ଓଡିଶାର ଘରେ ଘରେ ଆରମ୍ଭ ହୋଇ ଯାଏ ପ୍ରସ୍ତୁତି । ଲୋକେ ଘର ଲିପା ପୋଛା ଆରମ୍ଭ କରନ୍ତି। ନୁଆ ଓ ଚକ୍ ଚକ୍ ଦିଶେ ଘର ଦୁଆର। ହାଟରୁ କିଣା ହୋଇ ଆସେ ନୁଆ ହାଣ୍ଡି ଓ  ଟୋକେଇ। ଘରକୁ ଆସେ ନୁଆ ଲୁଗା, ନୁଆ ନୁଆ ଖାଦ୍ୟ ପଦାର୍ଥ, ପୂଜା ସାମଗ୍ରୀ ଇତ୍ୟାଦି । ସବୁଠୁ ବଡ କଥା ହେଲା, ପରିବାରର ଯିଏ ଯେଉଁଠି ଥାଆନ୍ତୁ, ଘରକୁ ଫେରିବା ଆରମ୍ଭ କରନ୍ତି । ଏତେ ସବୁ ଆୟୋଜନ ଓ ପ୍ରାୟୋଜନ ର ଏକମାତ୍ର ଉଦ୍ଦେଶ୍ୟ ହେଉଛି ନୁଆଁଖାଇ, ପଶ୍ଚିମ ଓଡିଶାର ସବୁଠୁ ବଡ ପର୍ବ । ଏହା କେବଳ ବଡ ପର୍ବ ନୁହଁ , ଏହା ହେଉଛି ଏକ ଗଣ ପର୍ବ । ନୁଆଁଖାଇ କଣ, କଣ ଏହାର ବିଶେଷତ୍ଵ ଓ କାହିଁକି ଏ ମହାପର୍ବର ଆୟୋଜନ, ତାକୁ ନେଇ କିଛି ମୌଳିକ କଥା –

୧. ଚନ୍ଦ୍ର କ୍ୟାଲେଣ୍ଡର ଅନୁଯାୟୀ ଭାଦ୍ରବ ମାସ ର ଶୁକ୍ଲପକ୍ଷରେ ପଶ୍ଚିମ ଓଡିଶାର ଜନସାଧାରଣ ନୁଆଁଖାଇ ପର୍ବ ପାଳନ କରନ୍ତି । ଏହା ମୂଳତଃ ଏକ କୃଷି ଭିତ୍ତିକ ପର୍ବ ।କ୍ଷେତର ପ୍ରଥମ ଅନ୍ନ କଣା କୁ ନିଜର କୁଳଦେବୀ, ଇଷ୍ଟଦେବୀ ଓ ଗ୍ରାମ ଦେବୀଂକୁ ଅର୍ପଣ କରିବା ସହିତ ପ୍ରଥମ ଅନ୍ନ ଉତ୍ପାଦନ ର ଉଲ୍ଲାସ କୁ ପାର୍ବଣ ରୂପେ ପାଳନ କରିବା ଏହି ଉତ୍ସବର ଏକମାତ୍ର ଉଦ୍ଦେଶ୍ୟ।

୨. ଏହା ଏମିତି ଏକ ଗଣପର୍ବ ଯେଉଁଥିରେ ଜାତି, ବର୍ଣ, ଲିଂଗ, ଏପରିକି ଧର୍ମର  ମଧ୍ୟ ବିଭେଦ ନଥାଏ। ଗ୍ରାମ ଠୁଁ ସହର, ଗରୀବ ଠୁଁ ଧନୀ, ରାଜା ଠୁଁ ପ୍ରଜା, ସମସ୍ତେ ଗୋଟିଏ ଦିନରେ, ଗୋଟିଏ ନିର୍ଦ୍ଧାରିତ ଲଗ୍ନରେ, ଗୋଟିଏ ବିଧି ବିଧାନରେ ଓ ଗୋଟିଏ ପ୍ରଥାରେ ନୁଆଁ ଖାଇଥାନ୍ତି ।

୩. ହିନ୍ଦୁ ପରମ୍ପରା ରେ ଏହା ଅନ୍ନ ବ୍ରହ୍ମର ପୂଜା ପାଇଁ ନବାନ୍ନ ଉତ୍ସବ ହୋଇଥିବା ବେଳେ ଆଦିବାସୀ ଜୀବନରେ ଏହା ନବାଖାନୀ,ହୋରୋ ନବାଇ,ନବାଖାଇ ଇତ୍ୟାଦି। ସମାଜଶାସ୍ତ୍ରୀ ମାନେ ଏହାକୁ ମୂଳତଃ ଆଦିବାସୀ ପରମ୍ପରା ର ପର୍ବ ବୋଲି ସ୍ବୀକାର କରୁଥିଲେ ମଧ୍ୟ ଏଥିରେ ହିନ୍ଦୁ ବ୍ରାହ୍ମଣ ପରମ୍ପରା ର ପ୍ରଭାବ ସମାହିତ ହୋଇଛି ।

୪. ପୂର୍ବରୁ ପଶ୍ଚିମ ଓଡିଶାର ବିଭିନ୍ନ ଗଡଜାତ ରାଜ୍ୟରେ ଭିନ୍ନ ଭିନ୍ନ ଇଷ୍ଟ ଦେବୀ ଯଥା- ସମ୍ବଲପୁର ରେ ସମଲେଶ୍ବରୀ, ସୋନପୁରରେ ସୁରେଶ୍ବରୀ, ବଲାଂଗୀରରେ ପାଟଣେଶ୍ବରୀ, କଳାହାଣ୍ଡିରେ ମାଣିକେଶ୍ବରୀଙ୍କ ନାମରେ ଭାଦ୍ରବ  ଶୁକ୍ଲପକ୍ଷ ର ବିଭିନ୍ନ ତିଥିରେ ନୁଆଁଖାଇ ପାଳନ କରାଯାଉଥିଲା।୧୯୯୧ ରୁ ପଶ୍ଚିମ ଓଡିଶାର ସମସ୍ତେ ଭାଦ୍ରବ ଶୁକ୍ଲପକ୍ଷ ପଂଚମୀ ତିଥି କୁ ନୁଆଁଖାଇ ଭାବେ ପାଳନ କରି ଆସୁଛନ୍ତି ।

୫. ଭାଦ୍ରବ ମାସ ସାରା ନୁଆଁଖାଇକୁ ନେଇ ସାଜସଜ୍ଜା ଜାରି ରହିଥାଏ। ପ୍ରଥମ କାର୍ୟ ଭାବରେ ଜନ୍ମାଷ୍ଥମୀ ପରଦିନ ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ପଣ୍ଡିତ ଓ ଗଣକ ମାନେ ଏକାଠି ହୋଇ ନୁଆଁଖାଇର ଲଗ୍ନ ନିର୍ଣୟ  କରିଥାନ୍ତି ।

୬. ତାପରେ ଆରମ୍ଭ ହୁଏ କିଣା ବିକା, ସଜବାଜ, ଲିପାପୋଛା ଓ ଘର ଫେରନ୍ତା  ପର୍ବ । ବର୍ଷରେ ଥରେ ନୁଆଁଖାଇ ତିହାର ଲାଗି ପରିବାରର ଯିଏ ଯେଉଁଠି ଥାଆନ୍ତୁ ଘରକୁ ଫେରି ଆସନ୍ତି ଓ ପରିବାର ଏକତ୍ର ନୁଆଁ ଧାନ କୁ ପ୍ରସାଦ ଭାବେ ସେବନ କରିଥାନ୍ତି।

୭. କୁରେ ପତ୍ର, କରଡି, ନୁଆଁ ଧାନ, ନୁଆଁ ଚୁଡା ସଂଗ୍ରହ କରାଯାଏ ।  ବନ୍ଧୁ ବାନ୍ଧବ ଘରକୁ ଉପହାର ପଠାଯାଏ । ନୁଆଁ ଖାଇ ସକାଳୁ କ୍ଷେତ ରେ ପୂଜା କରାଯାଏ, ଘରେ ଲକ୍ଷ୍ମୀ ପୂଜା ହୁଏ, ଗ୍ରାମ ଦେବୀ ଓ ଇଷ୍ଟ ଦେବୀଂକ  ପାଖକୁ ଉପହାର ନେଇ ଶୋଭାଯାତ୍ରାରେ ଯିବାକୁ ହୁଏ। ଏହି ଶୋଭା ଯାତ୍ରା କୁ ପାହୁର୍ ଯାତ୍ରା ବୋଲି କୁହାଯାଏ ।

୮. ପୂଜା ପରେ ଘରର ସମସ୍ତ ସଦସ୍ୟ ଏକାଠି ବସନ୍ତି ଓ ଘରର ମୁଖିଆ ସମସ୍ତଂକ ହାତରେ ନୁଆଁ ଅନ୍ନ ପ୍ରସାଦ ଦେଇଥାନ୍ତି। ଏହାକୁ ସେବନ କଲା ପରେ ମାନ୍ୟ ଅନୁସାରେ ଘରର ସମସ୍ତେ ପରସ୍ପରକୁ ଜୁହାର ଭେଟ ହୁଅନ୍ତି। ପରିବାର, ପରିଜନ ଓ ଗାଁ ଲୋକଂକୁ ସମସ୍ତେ ଜୁହାର ଭେଟ ହୁଅନ୍ତି । ଜୁହାର ଭେଟ ମାଧ୍ୟମରେ ଶତ୍ରୁତା ମିତ୍ରତା ରେ ପରିଣତ ହୁଏ।

୯. ନୁଆଁଖାଇରେ ରକମ ରକମ ର ପିଠା ମଣ୍ଡା, କାକରା, ମିଠା ଓ ତରକାରୀ ପ୍ରସ୍ତୁତ କରାଯାଏ। ବର୍ଷର ସବୁଠୁ ଭଲ ଖାଦ୍ୟ ଏହି ଦିନ ଘରେ ପ୍ରସ୍ତୁତ ହୋଇଥାଏ। ନୁଆଁଖାଇ ହେଉଛି ସବୁ ପ୍ରକାର ସାଂସ୍କୃତିକ ଓ ସାମାଜିକ ସୌନ୍ଦର୍ୟ ର ମିଳନ ପର୍ବ ।

୧୦. ଖାଇ ସାରିବା ପରେ ଛୁର୍, କବାଡି ଇତ୍ୟାଦି ଖେଳରେ ସମସ୍ତେ ଏକତ୍ରିତ ହୁଅନ୍ତି। ସଂଧ୍ୟାରେ ନାଚ ଗୀତ ଓ ପାରମ୍ପରିକ ଲୋକ କଳା ର ଉତ୍ସବ ଅନୁଷ୍ଠିତ ହୋଇଥାଏ। ପଶ୍ଚିମ ଓଡିଶାର ଜୀବନବୋଧ ହେଉଛି ଗୋଟେ ନୁଆଁଖାଇ ରୁ ଆଉ ଗୋଟେ ନୁଆଁଖାଇ ପର୍ଯନ୍ତ ଗୋଟିଏ ବର୍ଷ  । ତେଣୁ କଥାରେ ଅଛି ଜୀଇଁ  ଜାଗି ଥିଲେ ବଛରେ- ନୁଆଁଖାଇ ଜୁହାର୍ ।

 

Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୧୯ତମ ପାଳି: ୧୨ ରୋଗୀଙ୍କୁ ତୁରନ୍ତ ଯୋଗାଇଲେ ସହାୟତା ରାଶି

July 27, 2026

ସଂସଦରେ ଭଙ୍ଗିବ ଅଚଳାବସ୍ଥା: ଆସନ୍ତାକାଲି ପ୍ରଶ୍ନ ପତ୍ର ପ୍ରଘଟ ବିରୋଧୀ ବିଲ୍ ଉପରେ ହେବ ଆଲୋଚନା

July 27, 2026

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

July 27, 2026

ବିରୋଧୀଙ୍କ ହଟ୍ଟଗୋଳ ସତ୍ତ୍ୱେ ଲୋକସଭାରେ ପେପର ଲିକ୍ ବିରୋଧରେ ବିଲ୍ ଆଗତ

July 27, 2026
Latest News

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟିତ: ଯୋଗଦେଲେ ବାଚସ୍ପତି

July 27, 2026

ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

July 27, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୧୯ତମ ପାଳି: ୧୨ ରୋଗୀଙ୍କୁ ତୁରନ୍ତ ଯୋଗାଇଲେ ସହାୟତା ରାଶି

July 27, 2026

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ମୂଲ୍ୟ: ଜାଣନ୍ତୁ ମହଙ୍ଗା ହେବ କି ଶସ୍ତା?

July 27, 2026

ସଂସଦରେ ଭଙ୍ଗିବ ଅଚଳାବସ୍ଥା: ଆସନ୍ତାକାଲି ପ୍ରଶ୍ନ ପତ୍ର ପ୍ରଘଟ ବିରୋଧୀ ବିଲ୍ ଉପରେ ହେବ ଆଲୋଚନା

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.