Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧଉଳି-କଳିଙ୍ଗ ମହୋତ୍ସବ ଉଦ୍‌ଯାପିତ : ଅନ୍ତିମ ସଂଧ୍ୟାରେ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ସହିତ ସମରକଳାର ପ୍ରଦର୍ଶନୀ
ଆଜିର ଖବର

ଧଉଳି-କଳିଙ୍ଗ ମହୋତ୍ସବ ଉଦ୍‌ଯାପିତ : ଅନ୍ତିମ ସଂଧ୍ୟାରେ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ସହିତ ସମରକଳାର ପ୍ରଦର୍ଶନୀ

February 13, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ପରିଚାଳିତ ଏବଂ ଓଡ଼ିଶା ଡ଼୍ୟାନ୍ସ ଏକାଡ଼େମୀ ଓ ଆର୍ଟ ଭିଜନର ମିଳିତ ଉଦ୍ୟମରେ ଐତିହାସିକ ଧଉଳି ପାହାଡ଼ର ପାଦଦେଶରେ ଆୟୋଜିତ 16ତମ ଧଉଳି କଳିଙ୍ଗ ମହୋତ୍ସବ ଉଦ୍‍ଯାପନୀ ଉତ୍ସବରେ ପରିବେଷିତ ହୋଇଯାଇଛି ଅତ୍ୟନ୍ତ ମନୋଜ୍ଞ ଓ ଚିତ୍ତାକର୍ଷକ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ।

ପ୍ରତିବର୍ଷ ପରି ଏ ବର୍ଷ ଓଡ଼ିଶା ଡ଼୍ୟାନ୍ସ ଏକାଡ଼େମୀ ଦ୍ୱାରା ପ୍ରଦତ୍ତ ରୁଚି ବୁଦ୍ଧ ସମ୍ମାନ ବିଖ୍ୟାତ ଓଡ଼ିଶୀ ଗୁରୁ ମାୟାଧର ରାଉତ ଏବଂ‎ ଗୁରୁ ଗଙ୍ଗାଧର ପ୍ରଧାନ ସ୍ମୃତି ସମ୍ମାନ ବିଖ୍ୟାତ ଓଡ଼ିଶୀ ସଙ୍ଗୀତ ଗାୟକ ଗୁରୁ ଘନଶ୍ୟାମ ପଣ୍ଡା, ବିଶିଷ୍ଟ ଓଡ଼ିଶୀ ନୃତ୍ୟାଙ୍ଗନା ଅଳକା କାନୁନଗୋ, ଆମେରିକାର ଆନ୍ତର୍ଜାତିୟ ଓୌଷଧ ଓ ଛାତି ରୋଗ ବିଶେଷଜ୍ଞ ଡ଼ାକ୍ତର ଦେବୀ ମିଶ୍ର, ଆମେରିକାରେ ଓଡ଼ିଶୀ ନୃତ୍ୟର ପ୍ରଚାର ଓ ପ୍ରସାର କରୁଥିବା ନିରଞ୍ଜନ ତ୍ରିପାଠୀ ଓ ସ୍ୱାତି ତ୍ରିପାଠୀ ଏବଂ ପ୍ରସିଦ୍ଧ ଲାଇଟ ଡ଼ିଜାଇନର ଜୟଦେବ ଦାସଙ୍କୁ ଓଡ଼ିଶାର ମହାମାନ୍ୟ ରାଜ୍ୟପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା ।

କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଭାରତର ବିଶିଷ୍ଟ ମର୍ଦ୍ଦଳ ବାଦକ ଗୁରୁ ସଚ୍ଚିଦାନନ୍ଦ ଦାସ ଓ ସାଥୀଙ୍କ ଦ୍ୱାରା ମର୍ଦ୍ଦଳ ବାଦନରୁ । ଅର୍ଦ୍ଧତାଳ ଏଗାରମାତ୍ରାରେ ଓଡ଼ିଶୀ ମର୍ଦ୍ଦଳରେ ଓଡ଼ିଶୀ ସଙ୍ଗୀତର ମୁର୍ଚ୍ଛନାକୁ ଅତି ଚମତ୍କାର ଭାବେ ପରିବେଷଣ କରି ଶ୍ରୋତାମାନଙ୍କୁ ବିମୋହିତ କରିଥିଲେ ଗୁରୁ ସଚ୍ଚିଦାନନ୍ଦ ଦାସ ଓ ସାଥୀ ବାଦ୍ୟ ଶିଳ୍ପୀମାନେ ।

ସଂଧ୍ୟାର ଦ୍ୱିତୀୟ ପ୍ରସ୍ତୁତିଟି ଥିଲା ରମା ବୈଦନାଥ ଓ ସାଥୀଙ୍କ ଦ୍ୱାରା ଭାରତନାଟ୍ୟମ ନୃତ୍ୟ । ସେମାନଙ୍କର ପ୍ରଥମ ପ୍ରସ୍ତୁତିରେ ଥିଲା ବୋଧନା । ଶେଷ କାର୍ଯ୍ୟକ୍ରମଟି ଥିଲା ବିଭୁଦତ୍ତ ଦାସ ଓ ସାଥୀଙ୍କ ପରିବେଷିତ ମୟୁରଭଞ୍ଜ ଛଉ ନୃତ୍ୟ । ସେମାନେ ପ୍ରଥମେ ପରିବେଷଣ କରିଥିଲେ ଯୁଦ୍ଧ ନୃତ୍ୟ ଯାହା ହେଉଛି ଛଉ ନୃତ୍ୟର ପ୍ରାରମ୍ଭିକ ସମୟର ନୃତ୍ୟ ଯାହାର ଅନ୍ୟ ନାମ ହେଉଛି ଋକ-ମାର, ଋକର ଅର୍ଥ ରୋକିବା ଓ ମାରର ଅର୍ଥ ମାରିବା ।

ସଂଧ୍ୟାର ଅତିଥିମାନେ ଥିଲେ ଓଡ଼ିଶାର ମହାମାନ୍ୟ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ବିଶିଷ୍ଟ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଓଡ଼ିଶା ଡ଼୍ୟାନ୍ସ ଏକାଡ଼େମୀର ସଚିବ ଗୁରୁ ଅରୁଣା ମହାନ୍ତି ଏବଂ ବିଶିଷ୍ଟ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଆର୍ଟ ଭିଜନର ସଚିବ ଗୁରୁ ଇଲିଆନା ସିତାରିଷ୍ଟ । କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ ଡ଼. ମୃତ୍ତ୍ୟଞ୍ଜୟ ରଥ ଏବଂ ଇତିଶ୍ରୀ ଦେବୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Latest News

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.