Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୂଜା ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର
ବିଶେଷ ଖବର

ପୂଜା ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର

September 10, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପାର୍ବଣ ସମୟ ଉପସ୍ଥିତ । ପାର୍ବଣରେ ମା’ ଭିନ୍ନ ଭିନ୍ନ ରୂପରେ ପୂଜା ପାଇବେ । ଆଶ୍ବିନର ପ୍ରଥମଭାଗରେ ମା’ ଜଗଜ୍ଜନନୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହେବ । କେବଳ ଦୁର୍ଗା ପୂଜା ନୁହେଁ କାଳୀ ପୂଜା, ଲକ୍ଷ୍ମୀ ପୂଜା ଆଦି ଉତ୍ସବ ଅନୁଷ୍ଠିତ ହେବ । କିନ୍ତୁ ଚଳିତ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ସମସ୍ତ ପୂଜାଗୁଡିକୁ କଟକଣା ଭିତରେ ସମ୍ପନ୍ନ କରାଯିବ ।

ଚଳିତ ଥର ପୂଜା ପାଇଁ ଗାଇଡଲାଇନ୍‌ ଜାରି କଲେ ରାଜ୍ୟ ସରକାର । ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବରର ପର୍ବପର୍ବାଣୀ ପାଇଁ ଗାଇଡଲାଇନ୍‌ ଜାରି ହୋଇଛି । ମଣ୍ଡପରେ ପୂଜା ପାଇଁ ଜିଲ୍ଲାପାଳ, କମିଶନରଙ୍କ ଠାରୁ ଅନୁମତି ଜରୁରୀ।ଜିଲ୍ଲାମାନଙ୍କର ଜିଲ୍ଲାପାଳ, ଟ୍ବିନିସିଟିରେ ପୋଲିସ୍‌ କମିଶନରଙ୍କ ଅନୁମତି ଆବଶ୍ୟକ ବୋଲି ଏହି ଗାଇଡଲାଇନ୍‌ରେ ସୂଚନା ରହିଛି । କେବଳ ପରମ୍ପରା ବଜାୟ ରଖିବା ପାଇଁ ପୂଜା କରାଯିବ ।

ଚଳିତ ପୂଜାରେ ସାଧାରଣ ଲୋକ ଭାଗନେଇ ପାରିବେନି, ଗହଳି ହୋଇପାରିବନି ବୋଲି ଏହି ଗାଇଡଲାଇନ୍‌ରେ ସୂଚନା ଦିଆଯାଇଛି । ସେହିପରି ପୂଜା ମଣ୍ଡପ ତିନି ପାର୍ଶ୍ବରୁ ସମ୍ପୂର୍ଣ୍ଣ ବନ୍ଦ ରହିବ ଚତୁର୍ଥ ପାର୍ଶ୍ବ ଆଂଶିକ ବନ୍ଦ ରହିବ । ସାଧାରଣ ଲୋକ ଯେମିତି ପ୍ରତିମା ଦେଖି ପାରିବେନି ସେପରି ଭାବରେ ବନ୍ଦ ରହିବ । ପୂଜା ମଣ୍ଡପରେ ସର୍ବସାଧାରଣ ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ ରହିବ । ସେହିପରି ମଣ୍ଡପରେ ମୂର୍ତ୍ତିଗୁଡିକର ଉଚ୍ଚତା 4 ଫୁଟରୁ କମ୍‌ ରହିବ । ସେହିପରି ମଣ୍ଡପରେ କର୍ତ୍ତା ଏବଂ ବ୍ରାହ୍ମଣଙ୍କୁ ମିଶାଇ 7ଜଣରୁ ଅଧିକ ରହିବେନି ବୋଲି ସୂଚନା ରହିଛି । ସେହିପରି ମଣ୍ଡପରେ ଉପସ୍ଥିତ ସମେସ୍ତ ସାମାଜିକ ଦୂରତ୍ବ, ମାସ୍କ ଆଦି ମାନିବାକୁ ବାଧ୍ୟ କରାଯାଇଛି । ଚଳିତ ଥର ଭସାଣ ଉତ୍ସବ ହେବନି, କୃତ୍ରିମ ପୋଖରୀରେ ମୂର୍ତ୍ତି ବିସର୍ଜନ କରାଯିବ ।  ଚଳିତ ପୂଜାରେ କୌଣସି ପ୍ରକାରର ମନୋରଞ୍ଜନ କାର୍ଯ୍ୟକ୍ରମ ମଧ୍ୟ କରାଯିବ ନାହିଁ । ସେହିପରି ରାଜ୍ୟ ସରକାରଙ୍କ ଦ୍ବାରା ଜାରି କରାଯାଇଥିବା ଏହି ଗାଇଡଲାଇନ୍ସ ଭଙ୍ଗ କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ବିପର୍ଯ୍ୟୟ ପରିଚାଳନା ଆଇନ, ଏପିଡେମିକ୍‌ ଆକ୍ଟ ଅନୁସାରେ ଦଣ୍ଡିତ ହେବେ ବୋଲି ଏହି ଗାଇଡଲାଇନ୍‌ରେ ଉଲ୍ଲେଖ ରହିଛି ।

duetocorona
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.