Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦୀପାବଳିରେ ମା ଲକ୍ଷ୍ମୀଙ୍କ ପୂଜା କରୁଥିଲେ 5ଟି ବିଷୟରେ ଦିଅନ୍ତୁ ଧ୍ୟାନ, ନଚେତ ହୋଇପାରେ ଅସୁବିଧା
ବିଶେଷ ଖବର

ଦୀପାବଳିରେ ମା ଲକ୍ଷ୍ମୀଙ୍କ ପୂଜା କରୁଥିଲେ 5ଟି ବିଷୟରେ ଦିଅନ୍ତୁ ଧ୍ୟାନ, ନଚେତ ହୋଇପାରେ ଅସୁବିଧା

November 14, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଆଜି ହେଉଛି ଦୀପାବଳି। ଆଜି ସଂଧ୍ୟାରେ ଘରେ ଘରେ ଦୀପ ଜଳି ଉଠିବ। ଏହି ଦିନ ମା ଲକ୍ଷ୍ମୀଙ୍କୁ ପୂଜା କରାଯାଇଥାଏ। କାରଣ ବିଶ୍ବାସ ରହିଛି ଯେ, ଦୀପାବଳିରେ ମା ଲକ୍ଷ୍ମୀ ବେଶ୍ ପ୍ରସନ୍ନ ହୋଇଥାନ୍ତି। ହେଲେ ଅନେକ ଜାଣି ନ ଥାନ୍ତି ଯେ, ପୂଜା ବିଧିରେ ସାମାନ୍ୟ ଭୁଲ ହେଲେ ମା ଲକ୍ଷ୍ମୀ ରୋଷ କରନ୍ତି। କାରଣ ମା ଲକ୍ଷ୍ମୀ ଯେତେବେଳେ ରାଗନ୍ତି ତାଙ୍କର ସର୍ବନାଶ କରି ଦିଅନ୍ତି। ଏପରିକି ପ୍ରଭୁ ଜଗନ୍ନାଥଙ୍କୁ ମଧ୍ୟ ଭିକାରୀ କରିଦେଇଥିଲେ। ସେଥିପାଇଁ ଲକ୍ଷ୍ମୀ ପୂଜା ବିଧିରେ ବିଶେଷ ଧ୍ୟାନ ଦେବାର ଆବଶ୍ୟକତା ରହିଛି।

ଏହି ପାଞ୍ଚୋଟି ବିଷୟର ଦିଅନ୍ତୁ ଧ୍ୟାନ

1-ମା ଲକ୍ଷ୍ମୀଙ୍କ ପୂଜା କରିବା ସମୟରେ କେବେ ବି ତୁଳସୀ ଲଗାନ୍ତୁ ନାହିଁ। କାରଣ ବିଷ୍ଣୁଙ୍କର ଅତି ପ୍ରିୟ ହେଉଛି ତୁଳସୀ ପତ୍ର। ହେଲେ ଏହାକୁ ମା ଲକ୍ଷ୍ମୀ ସହଜରେ ଗ୍ରହଣ କରନ୍ତି ନାହିଁ। ସେଥିପାଇଁ ଲକ୍ଷ୍ମୀ ପୂଜାରେ ତୁଳସୀ ଲାଗି କରନ୍ତୁ ନାହିଁ।

2-ଲକ୍ଷ୍ମୀ ପୂଜାର ଭୋଗ ଅପେକ୍ଷା ଦୀପ ହେଉଛି ସବୁଠାରୁ ଗୁରୁତ୍ବ ପୂର୍ଣ୍ଣ। କାରଣ ଦୀପ ହେଉଛି ମାଙ୍କର ପସନ୍ଦ। ହେଲେ ଏହି ଦୀପକୁ ଠିକ ଦିଗରେ ନ ରଖିଲେ ତାହା ମଧ୍ୟ ପୂଜା ନିତିରେ ଭୁଲ ହୋଇଯିବ। ମା ଲକ୍ଷ୍ମୀଙ୍କ ପୂଜା ବେଳେ ଦୀପକୁ ଡାହାଣ ପାର୍ଶରେ ରଖନ୍ତୁ। କୌଣସି ପରିସ୍ଥିତିରେ ବାମ ପଟେ ଦୀପ ରଖନ୍ତୁ ନାହିଁ।

3-ମା ଲକ୍ଷ୍ମୀଙ୍କ ପୂଜା କରିବା ସମୟରେ କେବେ ବି ଭଗବାନ ବିଷ୍ଣୁଙ୍କୁ ପୂଜା କରିବାରେ ଭୁଲନ୍ତୁ ନାହିଁ। ଯଦି ଆପଣ ଭଗବାନ ବିଷ୍ଣୁଙ୍କୁ ପୂଜା ନ କରନ୍ତି ତେବେ ଲକ୍ଷ୍ମୀ ପୂଜା ଅଧା ରହିଲା ବୋଲି ଧରିବାକୁ ହେବ। ଆପଣ ପ୍ରଥମେ ଶ୍ରୀ ଗଣେଷଙ୍କୁ ପୂଜା କରନ୍ତୁ, ଏହାପରେ ଲକ୍ଷ୍ମୀ ଏବଂ ଶେଷରେ ଭଗବାନ ବିଷ୍ଣୁଙ୍କୁ ପୂଜା କରନ୍ତୁ।

4-ମା ଲକ୍ଷ୍ମୀଙ୍କୁ କେବେ ବି ଧଳା ଫୁଲରେ ପୂଜା କରନ୍ତୁ ନାହିଁ। କାରଣ ମା ଲକ୍ଷ୍ମୀ ସଦା ସୁହାଗିନୀ। ସେଥିପାଇଁ ଧଳା ଫୁଲ ଲାଗି କରିବା ଅନୁଚିତ। ମା ଲକ୍ଷ୍ମୀ ଲାଲ ଫୁଲକୁ ବେଶୀ ପସନ୍ଦ କରନ୍ତି। ଧଳା ରଂଗର ଫୁଲ ବ୍ୟତିତ ଅନ୍ୟ ରଂଗର ଫୁଲ ଚଢା ଯାଇପାରିବ।

5-ମା ଲକ୍ଷ୍ନୀକୁ ପୂଜା କରିବା ବେଳେ ଭୋଗ ବା ପ୍ରସାଦକୁ ଦକ୍ଷିଣ ଦିଗରେ ରଖନ୍ତୁ। ପୂଜା ସାମଗ୍ରୀ ଯେପରି ଫୁଲ ପ୍ରଭୃତି ମାଙ୍କ ଆଗରେ ରଖନ୍ତୁ।

ଦୀପାବଳି ପୂଜା ବିଧି ମା ଲକ୍ଷ୍ମୀ ଲକ୍ଷ୍ମୀପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ଚଳଚଞ୍ଚଳ ରାଜ୍ୟ ରାଜନୀତି: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସଜବାଜ ୩ ପ୍ରମୁଖ ଦଳ

October 4, 2026

Chintan Shivir 2026: ରାଜପଥ ମନ୍ତ୍ରଣାଳୟର ଚିନ୍ତନ ଶିବିର, ଯୋଗ ଦେବାକୁ ଗୁଜୁରାଟରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 4, 2026

ଶ୍ରୀଲଙ୍କା ନୌସେନା ଦ୍ୱାରା ୯ ଭାରତୀୟ ମତ୍ସ୍ୟଜୀବୀ ଗିରଫ

October 4, 2026

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେପିର ତତ୍ପରତା: ଜନସମ୍ପର୍କ ଓ ସାଂଗଠନିକ ସମନ୍ୱୟ ଉପରେ ଡି. ପୁରନ୍ଦେଶ୍ୱରୀଙ୍କ ଗୁରୁତ୍ୱ

October 4, 2026
Latest News

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026

ରୋଷେଇ ଘରେ ଏଭରେଷ୍ଟ ଜିରା ପାଉଡର ଅଛି କି? ବ୍ୟବହାର ପୂର୍ବରୁ ଚେକ୍ କରନ୍ତୁ ବ୍ୟାଚ୍ ନମ୍ବର

October 4, 2026

ଚଳଚଞ୍ଚଳ ରାଜ୍ୟ ରାଜନୀତି: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସଜବାଜ ୩ ପ୍ରମୁଖ ଦଳ

October 4, 2026

ଲଜ୍‌ରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ସାଥି ଯୁବକ ଫେରାର

October 4, 2026

ଯୁବକଙ୍କ ବେକ କାଟି ବିଭତ୍ସ ହତ୍ୟା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.