Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଆଜି ଦେବସ୍ନାନ ପୂର୍ଣ୍ଣିମା: ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ ପରେ ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ
ଧର୍ମ

ଆଜି ଦେବସ୍ନାନ ପୂର୍ଣ୍ଣିମା: ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ ପରେ ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ

June 29, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀଜଗନ୍ନାଥ ସଂସ୍କୃତିର ଏହି ଅନନ୍ୟ ପର୍ବକୁ ନେଇ ଶ୍ରୀକ୍ଷେତ୍ର ପୁରୀରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଦେବସ୍ନାନ ପୂର୍ଣ୍ଣିମା ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶ୍ରୀସୁଦର୍ଶନ ସ୍ନାନ ମଣ୍ଡପକୁ ପହଣ୍ଡି ବିଜେ କରିବେ। ସେଠାରେ ୧୦୮ ସୁବର୍ଣ୍ଣ କଳସର ପବିତ୍ର ଜଳରେ ଦିବ୍ୟସ୍ନାନ ସମ୍ପନ୍ନ ହେବ। ସ୍ନାନ ନୀତି ପରେ ମହାପ୍ରଭୁ ଗଜାନନ ବା ହାତୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେବେ, ଯାହା ବର୍ଷର ଅତ୍ୟନ୍ତ ଆକର୍ଷଣୀୟ ବେଶମାନଙ୍କ ମଧ୍ୟରୁ ଅନ୍ୟତମ।

ଦେବସ୍ନାନ ପୂର୍ଣ୍ଣିମା ପାଇଁ ଗତକାଲିଠାରୁ ଶ୍ରୀମନ୍ଦିରରେ ବିଭିନ୍ନ ନୀତିକାନ୍ତି ଓ ପ୍ରସ୍ତୁତି ଆରମ୍ଭ ହୋଇଛି। ଦଇତାପତି ସେବକମାନଙ୍କର ପ୍ରବେଶ ନୀତି ସମ୍ପନ୍ନ ହୋଇଥିବାବେଳେ ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସେନାପଟା ଲାଗିବ। ଏହି ବିଶେଷ ନୀତି ପାଇଁ ଗତକାଲି ରାତିରୁ ଆଜି ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯାଇଛି।

ସ୍ନାନଯାତ୍ରା ନୀତି ନିର୍ଘଣ୍ଟ ଅନୁଯାୟୀ, ଭୋର୍ ୫ଟାରୁ ୭ଟା ମଧ୍ୟରେ ମହାପ୍ରଭୁଙ୍କ ପହଣ୍ଡି ବିଜେ ଅନୁଷ୍ଠିତ ହେବ। ଏହାପରେ ଦିନ ୧୨ଟାରୁ ୨ଟା ମଧ୍ୟରେ ଜଳ ବିଜେ ଓ ପବିତ୍ର ସ୍ନାନ ନୀତି ସମ୍ପନ୍ନ ହେବ। ଅପରାହ୍ଣ ୪ଟାରୁ ୫ଟା ମଧ୍ୟରେ ମହାପ୍ରଭୁ ଗଜାନନ ବା ହାତୀ ବେଶ ଧାରଣ କରିବେ। ସନ୍ଧ୍ୟା ୭ଟା ୩୦ରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ସାହାଣମେଲା ଦର୍ଶନର ବ୍ୟବସ୍ଥା ରହିଛି, ଯେଉଁଥିରେ ଲକ୍ଷାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦିବ୍ୟ ହାତୀ ବେଶ ଦର୍ଶନ କରିବେ।

ଭକ୍ତମାନଙ୍କ ସୁବିଧା ଓ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ପ୍ରବେଶ କରି ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବେ। ଦର୍ଶନ ପରେ ସେମାନେ ମନ୍ଦିରର ଅନ୍ୟ ତିନି ଦ୍ୱାର ଦେଇ ବାହାରକୁ ପ୍ରସ୍ଥାନ କରିବେ। ଏଥିପାଇଁ ମାର୍କେଟ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି।

ସେପଟେ ସ୍ନାନଯାତ୍ରା ଅବସରରେ ପୁରୀ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ ନିୟନ୍ତ୍ରଣ ଲାଗୁ କରାଯାଇଛି। ବହୁ ସଂଖ୍ୟକ ପୁଲିସ ବଳ, ସୁରକ୍ଷା କର୍ମୀ ଓ ସ୍ୱେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି, ଯାହାଦ୍ୱାରା ଲକ୍ଷାଧିକ ଭକ୍ତଙ୍କ ଦର୍ଶନ ଓ ଯାତାୟାତ ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇପାରିବ।

ଗଜାନନ ବେଶ ଦେବସ୍ନାନ ପୂର୍ଣ୍ଣିମା ଶ୍ରୀଜଗନ୍ନାଥ ସଂସ୍କୃତି
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.