Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»DurgaPujaNews»ନବରାତ୍ରୀ ପୂଜା, ଜାଣନ୍ତୁ ନଅ ଦିନ ଧରି କେଉଁ କେଉଁ ଦେବୀଙ୍କୁ କରାଯାଏ ପୂଜା
DurgaPujaNews

ନବରାତ୍ରୀ ପୂଜା, ଜାଣନ୍ତୁ ନଅ ଦିନ ଧରି କେଉଁ କେଉଁ ଦେବୀଙ୍କୁ କରାଯାଏ ପୂଜା

September 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନବରାତ୍ରୀ ପୂଜା
ଶାକ୍ତ ପରମ୍ପରାରେ ଦଶ ମହାବିଦ୍ୟା ଏକ ଅଧ୍ୟୟନ

ଭୁବନେଶ୍ବର: ପୁରାଣ ଶାସ୍ତ୍ର ଅନୁସାରେ ଆଶ୍ବିନ ଶୁକ୍ଳ ପ୍ରତିପଦା ତିଥିରୁ ନବମୀ ପର୍ଯ୍ୟନ୍ତ ନବରାତ୍ରୀ ପୂଜା କରାଯାଏ। ଏହି ଦିନ ସ୍ବତନ୍ତ୍ର କଳସ ସ୍ଥାପନା କରାଯାଇ ନଅ ଦିନରେ ନବ ଦୁର୍ଗାଙ୍କୁ ପୂଜା କରାଯାଇଥାଏ। ତେବେ କେଉଁଦିନ କେଉଁ ଦେବୀଙ୍କୁ କରାଯାଏ ପୂଜା ଆସନ୍ତୁ ଜାଣିବା।

ନବରାତ୍ରୀ ପ୍ରଥମ ଦିନ

ଶୈଳପୁତ୍ରୀ: ଆଦିଶକ୍ତିର ପ୍ରଥମ ସ୍ୱରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ ପୌରାଣିକ ମତେ ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନା ଦ୍ୱାରା ପ୍ରସନ୍ନ ହୋଇ ଦେବୀ ତାଙ୍କର କନ୍ୟା ଭାବେ ଜନ୍ମ ନେଇଥିଲେ । ଏହି ଦିନ ଭକ୍ତ ଓ ସାଧକ ନିଜର ମନକୁ ମୂଳାଧାର ଚକ୍ରରେ ଅବସ୍ଥାନ କରି ଉପାସନା କରିଥାନ୍ତି।

ନବରାତ୍ରୀ ଦ୍ବିତୀୟ ଦିନ

ବ୍ରହ୍ମଚାରିଣୀ: ବ୍ରହ୍ମଚାରିଣୀ ସ୍ୱରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି। ମାଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା। ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ ହୋଇଥାଏ। ତାଙ୍କ ଡାହାଣ ହାତରେ ମନ୍ତ୍ର ଜପାମାଳି ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ । ଭକ୍ତ ନିଜ ମନକୁ ସ୍ୱାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି ।

ନବରାତ୍ରୀ ତୃତୀୟ ଦିନ

ଚନ୍ଦ୍ରଘଣ୍ଟା: ଏହା ଦେବୀଙ୍କ ଉଗ୍ରରୂପ । ଦେବୀ ଦଶଭୂଜା ଓ ବ୍ୟାଘ୍ର/ ସିଂହ ଉପରେ ବିରାଜମାନ । ଅନେକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତା ଦେବୀଙ୍କର ମୁଦ୍ରା ଯୁଦ୍ଧାଭିମୁଖୀ।

ନବରାତ୍ରୀ ଚତୁର୍ଥ ଦିନ

କୁଷ୍ମାଣ୍ଡା: ପୌରାଣିକ ମତେ ଦେବୀଙ୍କ ହସରୁ ବ୍ରହ୍ମାଣ୍ଡ ସୃଷ୍ଟି । ଭକ୍ତ ନିଜ ମନକୁ ଅନାହତ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି। ଏହି ରୂପରେ ଦେବୀ ଅଷ୍ଟଭୂଜା ଓ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାନ୍ତି ।

ନବରାତ୍ରୀ ପଞ୍ଚମ ଦିନ

ସ୍କନ୍ଧମାତା: ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଧମାତା କୁହାଯାଏ। ଦେବୀ ଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ। ଏହି ରୂପରେ ମାତା ପୁତ୍ର ସ୍କନ୍ଧକୁ କୋଳରେ ବସାଇଥାନ୍ତି ।

ନବରାତ୍ରୀ ଷଷ୍ଠ ଦିନ

କାତ୍ୟାୟନୀ: ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ, ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ। ଭଗବାନକୃଷ୍ଣଙ୍କୁ ପତି ରୂପେ ପାଇବାକୁ ବ୍ରଜଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ ତେଣୁ ବିବାହ ହୋଇପାରୁନଥିବା

ନବରାତ୍ରୀ ସପ୍ତମ ଦିନ

କାଳରାତ୍ରୀ: ନବରାତ୍ର ସପ୍ତମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ବିକଟାଳ ରୂପ । ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ ଲୌହ ଖଡ଼୍‌ଗ ଧାରଣ କରିଥାନ୍ତି ।

ନବରାତ୍ରୀ ଅଷ୍ଟମ ଦିନ

ମହାଗୌରୀ: ନବରାତ୍ର ଅଷ୍ଟମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ସୌମ୍ୟ ରୂପ । ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର, ଶ୍ୱେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ ଓ ତ୍ରିଶୁଳ ଧାରଣ କରିଥାନ୍ତି ଓ ଅନ୍ୟ ଦୁଇ ହାତରେ ଅଭୟ ପ୍ରଦାନ କରିଥାନ୍ତି ।

ନବରାତ୍ରୀ ନବମ ଦିନ

ସିଦ୍ଧିଦାତ୍ରୀ: ନବରାତ୍ରର ନବମ ବା ଶେଷ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି। ସିଦ୍ଧିଦାତ୍ରୀଙ୍କ ପୂଜା ସହିତ ନବରାତ୍ରରେ ନବଦୁର୍ଗା ପୂଜା ସମ୍ପୂର୍ଣ୍ଣ ହୋଇଥାଏ।

DurgaPuja DurgaPuja2025 Navaratri ନବରାତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.