Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»କଂଗ୍ରେସରେ ଯୋଗ ଦେଲେ ଅନୁଗୁଳ ଜିଲ୍ଲାର ବିଜେଡ଼ି ଓ ବିଜେପି ନେତା
ନିର୍ବାଚନ ଖବର

କଂଗ୍ରେସରେ ଯୋଗ ଦେଲେ ଅନୁଗୁଳ ଜିଲ୍ଲାର ବିଜେଡ଼ି ଓ ବିଜେପି ନେତା

February 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ନିର୍ବାଚନ ପୂର୍ବରୁ ଅନୁଗୁଳ ଜିଲ୍ଲାରେ କଂଗ୍ରେସର ଶକ୍ତିବୃଦ୍ଧି ପାଇବାରେ ଲାଗିଛି। କଂଗ୍ରେସର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ କଂଗ୍ରେସ ସଂଗଠନକୁ ମଜବୁତ କରିବା ପାଇଁ ବିଜେଡ଼ି ଓ ବିଜେପିର ଅନେକ ନେତା ସେମାନଙ୍କ ସମର୍ଥକଙ୍କ ସହିତ ଆଜି କଂଗ୍ରେସରେ ବିଧିବଦ୍ଧ ଭାବେ ଯୋଗ ଦେଲେ।

ଅନୁଗୁଳ ଜିଲ୍ଲା ପାଲଲହଡା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡ଼ି ନେତା ତଥା ରାଜ୍ୟ ସାଧାରଣ ସମ୍ପାଦକ, ଏ.ୟୁ.ସି.ସି ବ୍ୟାଙ୍କର ଡାଇରେକ୍ଟର, କେନ୍ଦୁପତ୍ର କର୍ମଚାରୀ ସଂଘ ଓ ନିର୍ମାଣ ଶ୍ରମିକ ସଂଘର ସଭାପତି ମନୋଜ ସାହୁ, ତାଳଚେର ନିର୍ବାଚନ ମଣ୍ଡଳୀର ବିଜେଡ଼ି ନେତା ତଥା ପୂର୍ବତନ ଯୁବ ବିଜେଡ଼ି ସଭାପତି, ଓଡ଼ିଶା ନିର୍ମାଣ ମଜଦୁର ସଭା ଓ କେନ୍ଦୁପତ୍ର ତୋଳାଳୀ ସଂଘର ସମ୍ପାଦକ ତଥା କୃଷକ ନେତା ସୂର୍ଯ୍ୟମଣି ସାହୁ, ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ପରିଷଦ ସଦସ୍ୟ ଗୋବିନ୍ଦ ନାୟକ ସେମାନଙ୍କର ଶତାଧିକ ସମର୍ଥକ ମାନଙ୍କ ସହିତ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନ ଠାରେ ଆୟୋଜିତ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ କଂଗ୍ରେସ ଦଳରେ ଯୋଗଦେଇଥିଲେ।

ଏହି ଯୋଗଦାନ ଅନୁଗୁଳ ଜିଲ୍ଲାରେ କଂଗ୍ରେସ ଶକ୍ତି ବୃଦ୍ଧି କରିବା ସହିତ ଆଗାମୀ ନିର୍ବାଚନରେ ଦଳକୁ ସଫଳତା ଆଣିଦେବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ। ଏମାନେ ବିଧିବଦ୍ଧ ଭାବେ କଂଗ୍ରେସର ଯୋଗଦେଲା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ ଯେ ଦେଶ ଓ ରାଜ୍ୟରେ ଏକଛତ୍ରବାଦ ସରକାର ଚାଲିଛି। ଦେଶର ଗଣତନ୍ତ୍ର ଓ ସମ୍ବିଧାନର ସୁରକ୍ଷା ପାଇଁ ତଥା ଓଡ଼ିଶା ଓ ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସେମାନେ ନିଃସର୍ତ୍ତ କଂଗ୍ରେସରେ ଯୋଗଦାନ କଲେ।

ଏହି ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ପିସିସି ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗର ଅଧ୍ୟକ୍ଷ ଡ. ବିଶ୍ୱରଞ୍ଜନ ମହାନ୍ତି, ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟିର ସଭାପତି ସଂଗ୍ରାମ ମିଶ୍ର ଯୋଗ ଦେଇଥିଲେ।

Congress କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026

ରାସ୍ତା ମଝିରେ ମରଣାନ୍ତକ ଆକ୍ରମଣ

May 18, 2026
Latest News

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.