Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»କେନ୍ଦ୍ରାପଡାରେ ଗର୍ଜ୍ଜିଲା କଂଗ୍ରେସ, ମାଟି ପାଇଁ ଜେଲ ଚାଲ ଅଭିଯାନ
ନିର୍ବାଚନ ଖବର

କେନ୍ଦ୍ରାପଡାରେ ଗର୍ଜ୍ଜିଲା କଂଗ୍ରେସ, ମାଟି ପାଇଁ ଜେଲ ଚାଲ ଅଭିଯାନ

February 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରାପଡାରେ ଗର୍ଜ୍ଜିଲା କଂଗ୍ରେସ, ମାଟି ପାଇଁ ଜେଲ ଚାଲ ଅଭିଯାନ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ କେନ୍ଦ୍ରାପଡା ପ୍ରତି ଅବହେଳା ପ୍ରତିବାଦରେ “ମାଟି ପାଇଁ ଜେଲ ଚାଲ” ଆନ୍ଦୋଳନ କରାଯାଇଥିଲା। କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା, ମୁନିସିପାଲଟିରେ ସିଟି ହସପିଟାଲ ପ୍ରତିଷ୍ଠା, କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଓ କେନ୍ଦ୍ରାପଡାକୁ ରେଳ ସେବା ଯୋଗାଇଦେବା କ୍ଷେତ୍ରରେ ରାଜ୍ୟ ବିଜେଡି ସରକାର ଓ କେନ୍ଦ୍ର ବିଜେପି ସରକାରର ଉଦାସୀନତା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ।

ରାଜ୍ୟ ସରକାର ଇତି ମଧ୍ୟରେ ୧୫ଗୋଟି ମେଡିକାଲ କଲେଜ ପ୍ରତିଷ୍ଠା କରିଥିଲେ ମଧ୍ୟ କେନ୍ଦ୍ରାପଡାକୁ ଅଣଦେଖା କରି ଚାଲିଛନ୍ତି। ଜିଲ୍ଲା ସଦର ମହକୁମାର ଚିକିତ୍ସାଳୟ ଗତ ୨୦୨୩ ଜାନୁୟାରୀରେ ମିନିସିପାଲଟି ବାହାରକୁ ସ୍ଥାନାନ୍ତରିତ ହେତୁ ପୌରବାସୀ ତଥା ପଡୋସୀ କେନ୍ଦ୍ରାପଡା ଓ ଡେରାବିଶର ପ୍ରାୟ ୧ଲକ୍ଷ ଲୋକ ଚିକିତ୍ସା ସୁବିଧାରୁ ବଞ୍ଚିତ ହୋଇଛନ୍ତି। ଏଥି ନିମନ୍ତେ ଦୀର୍ଘ ୫୪ ଦିନ ବ୍ୟାପି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରିଲେ ଗଣ ଧାରଣା ଦିଆଯାଇଥିଲା।

ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ପୌରହିତ୍ୟ କରି କହିଥିଲେ ଯେ, ସେ ଏବଂ କଂଗ୍ରେସ ଦଳ କେନ୍ଦ୍ରାପଡାର ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ। ଦାବି ପୂରଣ ପର‌୍ୟ୍ୟନ୍ତ ସଂଗ୍ରାମ ଜାରି ରହିବ ବୋଲି ଚେତାବନୀ ଦେଇଥିଲେ। କେନ୍ଦ୍ରାପଡା ବାସୀଙ୍କୁ ପ୍ରତିଶ୍ରୁତି ଦେଇ ଶ୍ରୀ ବେହେରା କହିଥିଲେ ଯେ “ମୋତେ ବିଧାନସଭା ପଠାନ୍ତୁ, ବିଧାନ ସଭାରୁ କେନ୍ଦ୍ରାପଡାର ସ୍ୱର ଶୁଣନ୍ତୁ।

‘ମାଟି ପାଇଁ ଜେଲ ଚାଲ’ ଆନ୍ଦୋଳନ ଉପଲକ୍ଷେ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେଉରା, ଜିଲ୍ଲା କଂଗ୍ରେସ ସଭାପତି ଲୋକାନାଥ ମହାରଥୀ, ବରିଷ୍ଟ କଂଗ୍ରେସ ନେତା ରତିିକାନ୍ତ କାନୁନଗୋ, ଯୁବ ନେତା ତଥା ଯୁବ ଇଂ ସିଦ୍ଧାର୍ଥ ସ୍ୱରୁପ ଦାସ, ବ୍ଲକ କଂଗ୍ରେସ ସଭାପତି ଚିତ୍ରସେନ ପରିଡା, ନଗର କଂଗ୍ରେସ ସଭାପତି ରାଜେଶ ମହାନ୍ତି ପ୍ରମୁଖ ଯୋଗଦେଇଥିଲେ।

କଂଗ୍ରେସ କେନ୍ଦ୍ରାପଡା କେନ୍ଦ୍ରାପଡା କଂଗ୍ରେସ ଗଣେଶ୍ବର ବେହେରା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.