Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବା ପରେ ବିଜେଡି କଣ କହିଲା ଜାଣିଛନ୍ତି
ନିର୍ବାଚନ ଖବର

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବା ପରେ ବିଜେଡି କଣ କହିଲା ଜାଣିଛନ୍ତି

February 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବା ପରେ ବିଜେଡି କଣ କହିଲା ଜାଣିଛନ୍ତି

ଭୁବନେଶ୍ୱର : ପ୍ରଶାନ୍ତ ଜଗଦେବ ଯିଏ କି ମାତାଲ ଅବସ୍ଥାରେ ବିଜେପି କର୍ମୀଙ୍କ ଉପରେ ଗାଡି ଚଢାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଅପରାଧିକ ମାମଲାରେ ଜେଲ ଯାଇଥିଲେ ଏବଂ ଯାହାଙ୍କ ବିରୁଦ୍ଧରେ ଓଡିଶା ବିଜେପିର ନେତା ଓ କର୍ମୀ ଗଳାଫଟାଇ ଚିତ୍କାର କରୁଥିଲେ, ଆଜି କିଭଳି ତାଙ୍କ ଗଳାରେ ଦଳୀୟ ଉତ୍ତରୀୟ ପକାଇ ସ୍ୱାଗତ କଲେ?

ଯେଉଁ ଓଡିଶା ବିଜେପିର କର୍ମୀଙ୍କୁ ଗଳା ଧକ୍କା ମାରି ପ୍ରଶାନ୍ତ ଜଗଦେବ ଲହୁଲୁହାଣ କରିଥିଲେ ବୋଲି ଦଳୀୟ ନେତା ଓ କର୍ମୀ ପ୍ରତିବାଦ କରୁଥିଲେ, ଆଜି କିଭଳି ତାଙ୍କ ପିଠି ଥାପୁଡାଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ୍‍ ମହାନ୍ତି।

ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଡକ୍ଟର ମହାନ୍ତି କହିଛନ୍ତି ଯେ ଉଭୟ ଅପରାଧିକ କାର୍ଯ୍ୟକଳାପକୁ ବେଶ ଗୁରୁତ୍ୱର ସହ ଗ୍ରହଣ କରି ବିଜୁ ଜନତା ଦଳ ପ୍ରଶାନ୍ତ ଜଗଦେବଙ୍କୁ ଦଳରୁ ନିଲମ୍ବନ କରିବା ସହ ବହିଷ୍କାର ମଧ୍ୟ କରିଥିଲା। ଜନବିରୋଧୀ କାର୍ଯ୍ୟ ପାଇଁ ଯାହାଙ୍କୁ ବିଜେଡି ଦଳରୁ ବାହାରର ରାସ୍ତା ଦେଖାଉଛି ସେମାନଙ୍କୁ ଓଡିଶା ବିଜେପି ସାଦରରେ ଗ୍ରହଣ କରିନେଉଛି।

ଏବେ ଓଡିଶା ବିଜେପି ନେତା ଖାସ କରି ପୃଥୀରାଜ ହରିଚନ୍ଦନ ଓ ଅନ୍ୟ ମାନେ ଯିଏ ପ୍ରଶାନ୍ତ ଜଗଦେବଙ୍କ ବିରୁଦ୍ଧରେ ବିଷ ବାନ୍ତି କରୁଥିଲେ, ସେମାନେ ନିଜ କର୍ମୀଙ୍କୁ କଣ ଉତ୍ତର ଦେବେ? ଯେଉଁ ବିଜେପି କର୍ମୀଙ୍କ ଉପରେ ପ୍ରଶାନ୍ତ ଜଗଦେବ ଗାଡି ଚଢାଇ ଦେଇଥିଲେ, ତାଙ୍କୁ କିଭଳି ମୁହଁ ଦେଖାଇବେ? ଓଡିଶା ବିଜେପି କର୍ମୀଙ୍କ ଉପରେ ଆମକୁ ଦୟା ଆସୁଛି, ଯେଉଁମାନେ ଦଳ ପାଇଁ ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିଲେ ଆଜି ସମ୍ପୂର୍ଣ୍ଣ ଭାବେ ଅସହାୟ ହୋଇପଡିଛନ୍ତି।

ଯେଉଁ ପୃଥୀରାଜ ହରିଚନ୍ଦନଙ୍କ ପାଇଁ ଓଡିଶା ବିଜେପି କର୍ମୀମାନେ ବଦମାସ ପ୍ରଶାନ୍ତ ଜଗଦେବଙ୍କ ସହ ଲଢେଇ କରୁଥିଲେ, ଏବେ ସେମାନେ କରିବେ କଣ? ଯେଉଁ ପୃଥୀରାଜ ହରିଚନ୍ଦନ, ପ୍ରଶାନ୍ତ ଜଗଦେବଙ୍କ ଠାରୁ ଶୋଚନୀୟ ଭାବେ ପରାସ୍ତ ହୋଇ ରାଜ୍ୟ ରାଜନୀତିରେ ଲଜ୍ଜିତ ହୋଇଥିଲେ ଏବଂ ହାରୁ ନେତାର ଷ୍ଟାମ୍ପ ଯାହାଙ୍କ ଦେହରେ ବାଜି ଥିଲା, ସେ ଆଜିର ମିଶ୍ରଣ ପର୍ବ ନେଇ ନିଜ କର୍ମୀଙ୍କୁ ଜବାବ ଦେଇପାରିବେ ତ?

ନୂଆ ନେତା ସୃଷ୍ଟି କରିବାକୁ ଓଡିଶା ବିଜେପି ଯେହେତୁ ଅସମର୍ଥ ସେଥିପାଇଁ ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ଥିବା ଗୁଣ୍ଡା, ବଦମାସ, ଅପରାଧିକ, ଜନବିରୋଧୀ ଓ ତଡାଖିଆ ଶ୍ରେଣୀର ଲୋକଙ୍କୁ ଭରସା କରିବା ଆରମ୍ଭ କରିଛି ବୋଲି ଡକ୍ଟର ମହାନ୍ତି କହିଛନ୍ତି ।

Election2024 ନିର୍ବାଚନ2024 ପ୍ରଶାନ୍ତ ଜଗଦ୍ଦେବ ବିଜେଡି ବିଜେପିରେ ପ୍ରଶାନ୍ତ ଜଗଦ୍ଦେବ ଲେନିନ ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Latest News

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.