Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବୃଦ୍ଧି ହେଲା ନିର୍ମାଣ ଶ୍ରମିକଙ୍କ ପେନ୍‌ସନ, ଜାଣନ୍ତୁ କେତେ ?
ନିର୍ବାଚନ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବୃଦ୍ଧି ହେଲା ନିର୍ମାଣ ଶ୍ରମିକଙ୍କ ପେନ୍‌ସନ, ଜାଣନ୍ତୁ କେତେ ?

March 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ ଯୋଜନାରେ ଉପକୃତ ହେଉଛନ୍ତି।

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକ ମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍‌ସନ ପାଇବେ। ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ନିର୍ମାଣ ଶ୍ରମିକ ମାନେ ୭୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କା ପାଇବେ ।

ଏହି ନୂତନ ପେନ୍‌ସନ ୨୦୨୪ ଫେବୃଆରୀ ମାସରୁ ପିଚ୍ଛିଲା ଭାବେ ଲାଗୁ ହେବ। ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ।

Election2024 ନବୀନ ପଟ୍ଟନାୟକ ନିର୍ବାଚନ2024 ନିର୍ମାଣ ଶ୍ରମିକ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

April 4, 2026

ରିଲାଏନ୍ସ ଫାଉଣ୍ଡେସନର ‘ୱାଟର ଫର ଲାଇଫ’ ଅଭିଯାନକୁ ମିଳୁଛି ବ୍ୟାପକ ଜନସହଯୋଗ

April 4, 2026

ଆଇଟିଇଆରରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

April 4, 2026
Latest News

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.