Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଭୁବନେଶ୍ବରର ପୋଲିସ ଅଧିକାରୀଙ୍କ ବଦଳି ପାଇଁ ବିଜେପିର ଦାବୀପତ୍ର, ଜାଣନ୍ତୁ ସେମାନଙ୍କ ନାମ
ନିର୍ବାଚନ ଖବର

ଭୁବନେଶ୍ବରର ପୋଲିସ ଅଧିକାରୀଙ୍କ ବଦଳି ପାଇଁ ବିଜେପିର ଦାବୀପତ୍ର, ଜାଣନ୍ତୁ ସେମାନଙ୍କ ନାମ

March 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରର ପୋଲିସ ଅଧିକାରୀଙ୍କ ବଦଳି ପାଇଁ ବିଜେପିର ଦାବୀ, ଜାଣନ୍ତୁ କେଉଁମାନଙ୍କ ନାମରେ ଅଭିଯୋଗ

ଭୁବନେଶ୍ୱର: ଆଗକୁ ଲୋକସଭା ଓ ବିଧାନସଭା ନିର୍ବାଚନ। ଏହି ନିର୍ବାଚନରେ ସରକାରୀ ଦଳ କଳ ବଳର ଅପପ୍ରୟୋଗ କରି ନିର୍ବାଚନ ଜିତିବାକୁ ଚାହୁଁଛି। ପୋଲିସ ପ୍ରଶାସନ, ସାମ୍ବିଧାନିକ ବିଧିବ୍ୟବସ୍ଥା ଏବଂ ଅନୁଷ୍ଠାନମାନଙ୍କୁ ବ୍ୟବହାର କରିି ଜନମତକୁ ବିଭ୍ରାନ୍ତ କରୁଥିବାର ଏବେ ଠାରୁ ବହୁ ଅଭିଯୋଗ ଓ ପ୍ରମାଣ ଆସିଲାଣି।

ନିର୍ବାଚନ ପରିଚାଳନାକୁ ଅବାଧ ଓ ନିରପେକ୍ଷ କରାଇବା ଦାୟୀତ୍ୱ ହେଉଛି ନିର୍ବାଚନ କମିଶନଙ୍କର, ଆଉ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶକୁ ପାଳନ କରିବା ଦାୟୀତ୍ୱ ହେଉଛି ରାଜ୍ୟ ସରକାରଙ୍କର। ସେଥିପାଇଁ ୩ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଅବସ୍ଥାପିତ ଥିବା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯାଉ ବୋଲି ରାଜ୍ୟ ଉପସଭାନେତ୍ରୀ ଡ.ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ବିଜେପିର ଏକ ପ୍ରତିିନିଧି ଦଳ ଦାବୀ ଜଣାଇଛି।

ଭୁବନେଶ୍ୱରରେ ଦୀର୍ଘ ବର୍ଷ ଧରି ଅଥବା ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଅବସ୍ଥାପିତ ଥିବା ବହୁ ଅଧିକାରୀ ଦୃଷ୍ଟିଗୋଚର ହେଉଛନ୍ତି। ସେମାନେ ହେଲେ ପୋଲିସ ଅଧିକାରୀଗଣ ଯଥା, ଡିଏସ୍‌ପି ରଜତ ରାୟ, ଏସିପି ମାନସ ଗଡନାୟକ, ବାନାମ୍ବର ସେଠୀ ଓ ସଞ୍ଜୀବ ଶତପଥୀ, ଏଏସ୍‌ପି ଅଶୋକ ପାଣିଗ୍ରାହୀ, ହିମାଂଶୁ ସ୍ୱାଇଁ ଓ ଗିରିଜା ଶଙ୍କର ଚକ୍ରବର୍ତୀ, ଆଇଆଇସି ତୃପ୍ତି ରଞ୍ଜନ ନାୟକ, ଏସ୍‌ଆଇ ବିଜୟ ଦାସ ଓ ଷ୍ଟାଲିନ୍‌ଙ୍କ ସମେତ ଅନ୍ୟ ସରକାରୀ ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରାଯାଉ।

ଏପରିକି ନିର୍ବାଚନ ପରିଚାଳନା ଦାୟୀତ୍ୱରେ ଥିବା ସରକାରୀ ଅଧିକାରୀମାନେ ନିଜ ଗୃହ ଜିଲ୍ଲାରେ ମଧ୍ୟ ଅବସ୍ଥାପିତ ହୋଇପାରିବେ ନାହିଁ। ଏପରି ଆହୁରି ଅନେକ ଅଧିକାରୀ ଗୋଟିଏ ସ୍ଥାନରେ ଏବଂ ଗୋଟିଏ ପଦରେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଆସୁଛନ୍ତି । ଦଳୀୟ କାର୍ଯ୍ୟରେ ଏମାନଙ୍କୁ ରାଜ୍ୟ ସରକାର ଜାଣିଶୁଣି ବ୍ୟବହାର କରୁଥିବାର ଅନେକ ନଜିର ରହିଛି। ଏହା ଦ୍ୱାରା ଅବାଧ ଓ ନିରପେକ୍ଷ ନିର୍ବାଚନରେ ବାଧା ସୃଷ୍ଟି ହେବାରେ ଆଶଙ୍କା ରହିଛି।

ସରକାରୀ ଅଧିକାରୀମାନେ ନିଜ କର୍ତବ୍ୟ ଓ ଦାୟିତ୍ୱ ଭୁଲି ଶାସକ ଦଳର ଏଜେଂଟ ଭାବେ କାର୍ଯ୍ୟ କରିବା ସଂପୂର୍ଣ୍ଣ ଅଗଣତାନ୍ତ୍ରିକ ଏବଂ ଅଣସାମ୍ବିଧାନିକ । ତେଣୁ ଯଥାଶୀଘ୍ର ସେମାନଙ୍କୁ ବଦଳି କରାଯାଉ ବୋଲି ଡ.ଲେଖାଶ୍ରୀ ଦାବି ପତ୍ରରେ ଉଲ୍ଲେଖ କରିଛନ୍ତି।

ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

BJP ପୋଲିସ ବଦଳି ବିଜେପି ଲେଖାଶ୍ରୀ ସାମନ୍ତସିଂହାର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026
Latest News

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.