Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ମୁଖ୍ୟ ନିର୍ବାଚନ ଅଧିକାରୀଙ୍କର ନବରଙ୍ଗପୁର ଜିଲ୍ଲା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ନିର୍ବାଚନ ଖବର

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କର ନବରଙ୍ଗପୁର ଜିଲ୍ଲା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

March 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ସେ ଅତିରିକ୍ତ ପୋଲିସ ଡିଜି ତଥା ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ଶ୍ରୀ ସଂଜୟ କୁମାରଙ୍କ ସହ ମିଶି ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ସମୀକ୍ଷା କରିଥିଲେ । ଏହି ସମୀକ୍ଷାରେ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା ମଧ୍ୟ ଯୋଗଦେଇ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଥିଲେ ।

ଆଗାମୀ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ଆଖି ଆଗରେ ରଖି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକରେ ସେ ନବରଙ୍ଗପୁର ଜିଲ୍ଲାର ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀଙ୍କ ସହ ସବିଶେଷ ଆଲୋଚନା କରିଥିଲେ । ଏଥିରେ ନିର୍ବାଚନ ପରିଚାଳନାର ବିଭିନ୍ନ ଦିଗ ଯଥା-ଆଇନଶୃଙ୍ଖଳା ପରିସ୍ଥିତି, ମତଦାନ ହାର ବୃଦ୍ଧି, ମତଦାନ କେନ୍ଦ୍ର, ମତଦାତାଙ୍କ ସୁବିଧା, ରାଜନୈତିକ ଦଳମାନଙ୍କ ମତାମତ ଓ ପ୍ରସ୍ତାବ, ଭାରତ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି ବିଭିନ୍ନ ଆପ୍ଲିକେସନ୍‌ର ବ୍ୟବହାର ଆଦି ବିଷୟରେ ଆଲୋଚନା କରିଥିଲେ । ଏହା ସହ ସେ ସମସ୍ତ ବିଭାଗର ଅଧିକାରୀମାନଙ୍କ ସହ ନିର୍ବାଚନ ପରିଚାଳନା ପାଇଁ ନିଆଯାଉଥିବା ପଦକ୍ଷେପଗୁଡ଼ିକ ବିଷୟରେ ପଚାରି ବୁଝିଥିଲେ । ଜଙ୍ଗଲ, ପରିବହନ, ପୋଲିସ, ଅବକାରୀ, ରାଜ୍ୟ ଜିଏସ୍‌ଟି ବିଭାଗ ପରସ୍ପର ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାର ନକ୍ସଲ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଯେପରି ଶାନ୍ତି, ଶୃଙ୍ଖଳାର ସହ ମତଦାନ ହୋଇପାରିବ ଏବଂ ମତଗଣନା ପର୍ଯ୍ୟନ୍ତ ପରିସ୍ଥିତି ନିୟନ୍ତ୍ରଣରେ ରହିବ ସେଥି ପାଇଁ ଏଡିଜି ଶ୍ରୀ ସଂଜୟ କୁମାର ଏବଂ ଡିଆଇଜି ଶ୍ରୀ ମୀନା ଏବଂ ନବରଙ୍ଗପୁର ଏସ୍‌ପି ଶ୍ରୀ ରୋହିତ ବର୍ମାଙ୍କ ସହ ଆଲୋଚନା କରିଥିଲେ ।

ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଜିଲ୍ଲାର ଇଭିଏମ୍‌ ଓ ଭିଭିପ୍ୟାଟ୍‌ େୱୟାରହାଉସ୍‌କୁ ଯାଇ ସେଠାକାର ସୁରକ୍ଷା ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାଗୁଡ଼ିକର ସମୀକ୍ଷା କରିଥିଲେ । ଗଣମାଧ୍ୟମର ପ୍ରତିନିଧିମାନଙ୍କ ସହ ଆଲୋଚନା କରି ସେ ମୁକ୍ତ, ଅବାଧ, ନିରପେକ୍ଷ ଓ ସମସ୍ତଙ୍କ ପାଇଁ ଅଂଶଗ୍ରହଣକାରୀ ନିର୍ବାଚନ ନିମନ୍ତେ ଜିଲ୍ଲା ପ୍ରଶାସନ ସମସ୍ତ ବ୍ୟବସ୍ଥା କରିଛନ୍ତି ଏବଂ ରାଜ୍ୟ ନିର୍ବାଚନ ଅଧିକାରୀ ଏସବୁର ତଦାରଖ କରୁଛନ୍ତି ବୋଲି ଶ୍ରୀ ଧଳ ମତଦେଇଥିଲେ । ମତଦାନ ନେଇ ଏକ ସାମାଜିକ ସଚେତନତା ସୃଷ୍ଟି ସହ ମତଦାନକୁ ଶାନ୍ତି-ଶୃଙ୍ଖଳାର ସହ ସଂପାଦନ ନିମନ୍ତେ ଶ୍ରୀ ଧଳ ଗଣମାଧ୍ୟମର ସହଯୋଗ କାମନା କରିଥିଲେ ।

ନବରଙ୍ଗପୁର ଜିଲ୍ଲା ଗସ୍ତ ପୂର୍ବରୁ ଶ୍ରୀ ଧଳ କୋରାପୁଟ ଜିଲ୍ଲାର ଜୟପୁରଠାରେ ଥିବା ବିକ୍ରମ ଦେବ ବିଶ୍ୱବିଦ୍ୟାଳୟଠାରେ ଥିବା ମତଗଣନା କେନ୍ଦ୍ର ପରିଦର୍ଶନ ସହ ସେଠାରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାର କାର୍ଯ୍ୟ ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ ।

ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକଫର ଏନ୍‌. ତିରୁମାଲା ନାୟକ ରାୟଗଡ଼ା ଜିଲ୍ଲାରେ ଏବଂ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ମାଲକାନଗିରି ଜିଲ୍ଲରେ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ ସମୀକ୍ଷା କରିଥିଲେ ।

ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଏବଂ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ଶ୍ରୀ ସଂଜୟ କୁମାର କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲରେ ଚାଲିଥିବା ନିର୍ବାଚନ ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକଟ କରିଛନ୍ତି । ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ।

ନବରଙ୍ଗପୁର ଜିଲ୍ଲା ନିକୁଞ୍ଜ ବିହାରୀ ଧଳ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ମୁଖ୍ୟ ନିର୍ବାଚନ ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.