Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଘୋଷଣା ହେଲା ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପାଇଁ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି
ନିର୍ବାଚନ ଖବର

ଘୋଷଣା ହେଲା ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପାଇଁ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି

April 3, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପାଇଁ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି

ଭୁବନେଶ୍ବର: ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନସଭା ସାଧାରଣ ନିର୍ବାଚନ -୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ଯ୍ୟରେ  ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି। ନିର୍ବାଚନ ପରିଚାଳନାରେ ନିୟୋଜିତ କର୍ମଚାରୀମାନେ ନିର୍ବାହ କରୁଥିବା କାର୍ଯ୍ୟ କଷ୍ଟକର ହୋଇଥାଏ।

ଏହାକୁ ଦୃଷ୍ଟିରେ ରଖି ଯେଉଁ ସରକାରୀ କର୍ମଚାରୀମାନେ ସାଧାରଣ ନିର୍ବାଚନ,୨୦୨୪ କାର୍ଯ୍ୟରେ ନିୟୋଜିତ ହେବେ, ସେମାନଙ୍କୁ ଡ୍ୟୁଟି ପରେ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ  ଛୁଟି ଦିଆଯିବ। ସେମାନଙ୍କୁ କ୍ୟାଲେଣ୍ଡର ବର୍ଷରେ ସାଧାରଣତଃ ଗ୍ରହଣୀୟ ସାମୟିକ ଛୁଟି(କାଜୁଆଲ ଲିଭ୍) ଏବଂ ସ୍ୱତନ୍ତ୍ର  ଛୁଟି (ସ୍ପେସାଲ ସିଏଲ) ବ୍ୟତୀତ ଏହି ସ୍ୱତନ୍ତ୍ର ସାମୟିକ ଛୁଟି ଦିଆଯିବା ପାଇଁ ସରକାରଙ୍କ ତରଫରୁ ଅନୁମତି ପ୍ରଦାନ କରାଯାଇଛି।

ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ପତ୍ର ମାଧ୍ୟମରେ ସମସ୍ତ ବିଭାଗ ତଥା ବିଭାଗୀୟ ମୁଖ୍ୟମାନଙ୍କୁ ଜଣାଇଛନ୍ତି। ପ୍ରଶାସନିକ ସୁବିଧାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ କାର୍ଯ୍ୟାଳୟ ମୁଖ୍ୟଙ୍କ ବିଚାର ଓ ନିଷ୍ପତ୍ତି ଆଧାରରେ ଏହି ଛୁଟି  ପ୍ରଦାନ କରାଯିବ । ତଦନୁସାରେ ସମସ୍ତ ଅଧସ୍ତନ କାର୍ଯ୍ୟାଳୟଗୁଡିକୁ ମଧ୍ୟ ଅବଗତ କରାଯିବା ନେଇ ନିର୍ଦ୍ଦେଶ ଦିଆଯାଇଛି। ଏହି ମର୍ମରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ମଧ୍ୟ ରାଜ୍ୟର ସମସ୍ତ ରାଜସ୍ୱ ଆୟୁକ୍ତ (ଆରଡିସି) ଏବଂ ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳମାନଙ୍କ ଅବଗତି ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଅବଗତ  କରାଯାଇଛି।

ସେହିପରି ଯେଉଁ ସରକାରୀ କର୍ମଚାରୀମାନଙ୍କୁ ସେମାନେ ଅବସ୍ଥାପିତ  ମୁଖ୍ୟାଳୟଠାରୁ ଦୂରସ୍ଥାନରେ ଥିବା ନିଜ ମତଦାନ କେନ୍ଦ୍ରକୁ ଯାଇ ନିଜର ମତାଧିକାର ସାବ୍ୟସ୍ତ କରିବାର ଅଛି, ସେମାନଙ୍କୁ ପୂର୍ବ ନିର୍ବାଚନ ସମୟରେ ସର୍ବାଧିକ ଦୁଇ ଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟିକୁ ଅନୁମତି ପ୍ରଦାନ କରାଯାଇଛି।

ଓଡ଼ିଶାରେ ଆାଗାମୀ ୧୩.୦୫.୨୦୨୪ (ସୋମବାର), ୨୦.୦୫.୨୦୨୪ (ସୋମବାର), ୨୫.୦୫.୨୦୨୪ (ଶନିବାର) ଏବଂ ୦୧.୦୬.୨୦୨୪ (ଶନିବାର) ରେ ପର୍ଯ୍ୟାୟକ୍ରମେ ମତଦାନ ଅନୁଷ୍ଠିତ ହେଉଥିବାରୁ ଚଳିତ ସାଧାରଣ ନିର୍ବାଚନ -୨୦୨୪ରେ ମଧ୍ୟ ସମାନ ସୁବିଧା ମିଳିବ  ବୋଲି ନିଷ୍ପତ୍ତି ନିଆଯାଇଛି। ମତଦାନ ଦିନ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ସରକାରୀ ଛୁଟି ଘୋଷଣା କରାଯାଇଛି।

କିନ୍ତୁ ସରକାରୀ କର୍ମଚାରୀ, ଯେଉଁମାନେ ସେମାନଙ୍କ ମତଦାନ କେନ୍ଦ୍ରଠାରୁ ଦୂରରେ ସ୍ଥାନରେ ଅବସ୍ଥାପିତ ହୋଇଛନ୍ତି, ସେମାନଙ୍କୁ ଭୋଟ୍ ଦେବା ପାଇଁ ସେଠାକୁ ଯିବାକୁ ପଡୁଥିବାରୁ ଉପରୋକ୍ତ ଦିବସଗୁଡିକରେ କର୍ମଚାରୀମାନଙ୍କୁ ଆବଶ୍ୟକ ସ୍ଥଳେ ଦୁଇ ଦିନ (ମତଦାନର  ପୂର୍ବ ଦିନ ଏବଂ ମତଦାନ ପରବର୍ତ୍ତୀ ଦିନ) ପାଇଁ ସ୍ୱତନ୍ତ୍ର ସାମୟିକ  ଛୁଟି ଅନୁମତି  ପ୍ରଦାନ କରାଯିବାକୁ ଏ ସଂକ୍ରାନ୍ତରେ ମଧ୍ୟ ମୁଖ୍ୟ ଶାସନ ସଚିବ ପତ୍ର ପ୍ରେରଣ କରିଛନ୍ତି।

ଯେଉଁ କର୍ମଚାରୀମାନେ କାର୍ଯ୍ୟରତ ମୁଖ୍ୟାଳୟଠାରୁ ଦୂରରେ ଥିବା ମତଦାନ କେନ୍ଦ୍ରରେ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଚାହୁଁଛନ୍ତି, କିନ୍ତୁ ସେଦିନ ସେମାନଙ୍କର କାର୍ଯ୍ୟାଳୟ ଥିବା  ନିର୍ବାଚନ ମଣ୍ଡଳୀରେ ମତଦାନ ହେଉ ନ ଥିବାରୁ ଛୁଟି ପାଉନାହାଁନ୍ତି, ସେମାନଙ୍କୁ ମତଦାନ ପରବର୍ତ୍ତୀ ଦିନ ଆଉ ଗୋଟିଏ ଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟି ପ୍ରଦାନ କରାଯିବ। ମଞ୍ଜୁର ହେବାକୁ ଥିବା ଛୁଟିଗୁଡିକୁ ସ୍ୱତନ୍ତ୍ର ସାମୟିକ ଛୁଟି ଭାବରେ ବିବେଚନା କରାଯିବ, ଯାହା କ୍ୟାଲେଣ୍ଡର ବର୍ଷରେ ଜଣେ ସରକାରୀ କର୍ମଚାରୀଙ୍କ ପାଇଁ ସାଧାରଣତଃ ଗ୍ରହଣୀୟ ୧୫ ଦିନର କାଜୁଆଲ ଛୁଟି ଏବଂ ସ୍ପେଶାଲ କାଜୁଆଲ ଛୁଟିର ସମୁଦାୟ ଅବଧିକୁ ହିସାବରେ ବିଚାରକୁ ନିଆଯିବ ନାହିଁ।

ଏ ସଂପର୍କରେ ନିର୍ଦ୍ଦିଷ୍ଟ ନିର୍ବାଚନ ମଣ୍ଡଳୀ ଆଧାରରେ  କର୍ମଚାରୀଙ୍କ ଲିଖିତ ଆବେଦନକୁ ବିଚାରକୁ ନେବା ପାଇଁ  ଯଥେଷ୍ଟ ହେବ। ସରକାରୀ କାର୍ଯ୍ୟରେ କ୍ଷତି ନ ପହଞ୍ଚାଇ କର୍ମଚାରୀମାନଙ୍କୁ କିପରି ଛୁଟି ପ୍ରଦାନ କରାଯାଇପାରିବ, ସେ ସମ୍ପର୍କରେ  ଛୁଟି ମଞ୍ଜୁରକାରୀ କର୍ତ୍ତୃପକ୍ଷ ଧ୍ୟାନ ଦେବେ। ସାଧାରଣତଃ କର୍ମଚାରୀମାନେ ସେମାନଙ୍କ ମତାଧିକାର ପ୍ରୟୋଗରେ ଯେପରି ଅସୁବିଧାର ସମ୍ମୁଖୀନ ନ ହେବେ, ସେ ସଂପର୍କରେ ଦୃଷ୍ଟି ଦେବାକୁ ସବୁ ବିଭାଗୀୟ ମୁଖ୍ୟ, ସମସ୍ତ ସରକାରୀ ଉଦ୍ୟୋଗ,ନିଗମ ଓ ବୋର୍ଡର କର୍ତ୍ତୃପକ୍ଷମାନଙ୍କୁ ଉପରୋକ୍ତ ମର୍ମରେ ପତ୍ର ପ୍ରେରଣ କରାଯିବା ସହ ସେହି ଅନୁଯାୟୀ ସବ୍-ଅର୍ଡିନେଟ୍ ଅଫିସଗୁଡ଼ିକୁ ମଧ୍ୟ ଅବଗତ କରାଯିବା ସଂପର୍କରେ ପତ୍ରରେ ଉଲ୍ଲେଖ ରହିଛି।

ଓଡିଶା ନିର୍ବାଚନ ଛୁଟି ନିର୍ବାଚନ ଛୁଟି ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.