Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ସମ୍ବଲପୁର ଲୋକସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ପ୍ରଣବ ଦାସଙ୍କ ଦମଦାର ପ୍ରଚାର
ନିର୍ବାଚନ ଖବର

ସମ୍ବଲପୁର ଲୋକସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ପ୍ରଣବ ଦାସଙ୍କ ଦମଦାର ପ୍ରଚାର

April 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମ୍ବଲପୁର ଲୋକସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଦମଦାର ପ୍ରଚାର

ଭୁବନେଶ୍ବର: ଧୀରେ ଧୀରେ ଓଡିଶାରେ ନିର୍ବାଚନ ପ୍ରଚାର ବେଶ ଜମିବାରେ ଲାଗିଛି। ତେବେ ଏହି ପ୍ରଚାର ବର୍ତ୍ତମାନ ସମ୍ବଲପୁର ଲୋକସଭା କ୍ଷେତ୍ରରେ ବେଶ ଗରମ ହୋଇଛି। କାରଣ ଏହି ନିର୍ବାଚନ ମଣ୍ଡଳୀରେ ଦୁଇ ହେଭିୱେଟ ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ ହେଉଛି। ସେମାନେ ହେଲେ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ ବିଜେପିର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଉଭୟ ପ୍ରଚାରକୁ ପ୍ରଭାବଶାଳୀ କରିବା ପାଇଁ ଦିନରାତି ଏକ କରିଦେଇଛନ୍ତି। ତେବେ ଗତକାଲି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ମଣ୍ଡଳୀର ବିଭିନ୍ନ ସ୍ଥାନରେ ବିଶାଳ ରାଲି କରି ନିଜର ପ୍ରଭାବ ବିସ୍ତାର କରିବାରେ ଲାଗିଛନ୍ତି। ସେ ଆଠମଲ୍ଲିକରେ ଦେବୀ ମାହେଶ୍ବରୀଙ୍କ ଆର୍ଶିବାଦ ନେଇ ପ୍ରଚାର ଆରମ୍ଭ କରିଥିଲେ। ସେ ହଜାର ହଜାର ସମର୍ଥକଙ୍କ ସହିତ ଆଠମଲ୍ଲିକ ଏବଂ ଛେଣ୍ଡିପଦାରେ ବିଶାଳ ରାଲି କରି ଲୋକଙ୍କ ଆର୍ଶିବାଦ ନେଇଛନ୍ତି।

ପ୍ରଣବ ପ୍ରକାଶ ଆଠମଲ୍ଲିକରେ ଏକ ପଦଯାତ୍ରାର ଆୟୋଜନ କରିଥିଲେ। ସେଥିରେ ତାଙ୍କ ସହିତ ଯୋଗଦେଇଥିଲେ ଅଠମଲ୍ଲିକର ବିଜେଡି ବିଧାୟକ ପ୍ରାର୍ଥୀ ନଳୀକାନ୍ତ ପ୍ରଧାନ। ଏହାପରେ ପ୍ରଣବ ପ୍ରକାଶ ଛେଣ୍ଡିପଦାରେ ନିର୍ବାଚନ ପ୍ରଚାର ଆରମ୍ଭ କରିଥିଲେ। ସେଠାରେ ସେ ମା ବାୟାଣୀଙ୍କୁ ଦର୍ଶନ କରି ନିଜର ପଦଯାତ୍ରା ଆରମ୍ଭ କରିଥିଲେ। ଛେଣ୍ଡିପଦାରେ ମଧ୍ୟ ପ୍ରଣବଙ୍କୁ ହଜାର ହଜାର ସମର୍ଥକ ଶୋଭାଯାତ୍ରାରେ ନେଇ ଭୋଟ ଭିକ୍ଷା କରିଥିଲେ।

ପ୍ରାର୍ଥୀ ହେବା ପରେ ପ୍ରଣବ ପ୍ରଥମ ଥର ପାଇଁ ଅନୁଗୁଳ ଜିଲ୍ଲା ପ୍ରଚାରରେ ଯାଇଥିଲେ। ଫଳରେ ସେଠାର କର୍ମି ମହଲରେ ବେଶ ଉତ୍ସାହ ଭରି ଯାଇଥିଲା। ସବୁଆଡେ ପ୍ରଣବଙ୍କୁ ଫୁଲମାଳ ଦେଇ ସ୍ବାଗତ କରାଯାଇଥିଲା। ତାଙ୍କ ସହିତ ଆଠମଲ୍ଲିକ ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ, ଛେଣ୍ଡିପଦା ବିଧାୟକ ପ୍ରାର୍ଥୀ ସୁଶାନ୍ତ ବେହେରା, ଆଠମଲ୍ଲିକ ପର୍ଯ୍ୟବେକ୍ଷକ ଚିନ୍ମୟ ସାହୁ ପ୍ରମୁଖ ଯୋଗ ଦେଇଥିଲେ।

odishaelection2024 ଓଡିଶାନିର୍ବାଚନ2024 ପ୍ରଣବ ପ୍ରକାଶ ଦାସ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ଘରୋଇ ବସ ଭଡା ବଢିଲା

May 15, 2026

ସ୍କର୍ପିଓ ଧକ୍କାରେ ଦୁଇ ମୃତ

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.