Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେଡ଼ିରେ ଯୋଗଦେଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା
ନିର୍ବାଚନ ଖବର

ବିଜେଡ଼ିରେ ଯୋଗଦେଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

April 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗଦେଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଶ୍ରୀ ବଳବନ୍ତରାୟ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ବଳବନ୍ତରାୟ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ଓ କଂଗ୍ରେସ ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ ।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ବିଜେପିର ବରିଷ୍ଠ ନେତା ଚାଞ୍ଚେର ମାଝୀ, ହରିହର କୁମାର, ରାଜେନ୍ଦ୍ର ମାଳୀ, ଜିଲ୍ଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ତ୍ରିଲୋଚନ ପାଣିଗ୍ରାହୀ, ରାଜ୍ୟ କଂଗ୍ରେସ ସାଧାରଣ ସମ୍ପାଦକ ପରମାନନ୍ଦ ମାଝୀ, ଆଦିବାସୀ ସଂଘ ଉପସଭାପତି ଧନସିଂ ମାଝୀ, ସାଧାରଣ ସମ୍ପାଦକ ଦାଶରଥୀ ମାଝୀ, ଆଦିବାସୀ ସଂଘ ସଦସ୍ୟ ଗୌର ଚନ୍ଦ୍ର ମାଝୀ, ଯୋଗେନ୍ଦ୍ର ମାଝୀଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

odishaelection2024 ଓଡିଶାନିର୍ବାଚନ2024 ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Latest News

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.