Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେଡ଼ିରେ ଯୋଗ ଦେଲେ ପୂର୍ବତନ ରାଉରକେଲା କଂଗ୍ରେସ ବିଧାୟକ ପ୍ରାର୍ଥୀ ବିରେନ ସେନାପତି
ନିର୍ବାଚନ ଖବର

ବିଜେଡ଼ିରେ ଯୋଗ ଦେଲେ ପୂର୍ବତନ ରାଉରକେଲା କଂଗ୍ରେସ ବିଧାୟକ ପ୍ରାର୍ଥୀ ବିରେନ ସେନାପତି

May 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲା ରାଉରକେଲା ନିର୍ବାଚନମଣ୍ଡଳୀର ୨୦୧୯ ନିର୍ବାଚନର କଂଗ୍ରେସ ବିଧାୟକ ପ୍ରାର୍ଥୀ ବିରେନ ସେନାପତିଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ବିରେନ ସେନାପତିଙ୍କ ସହ ସମସ୍ତ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ସ୍ୱାଗତ କରିଥିଲେ। ଆଜି କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ରାଉରକେଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ ହୋଇଥିବା ବିରେନ ସେନାପତି ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ଏଆଇସିସି ଓବିସି ବିଭାଗର ଜାତୀୟ ସହ ସହଯୋଗ କୌଳାଶ ଚନ୍ଦ୍ର ସାହୁ, ଡିସିସି ସାଧାରଣ ସମ୍ପାଦକ ପ୍ରଦୀପ ମହାପାତ୍ର, ରର୍ବଟ ଭିନସେଣ୍ଟ, ଜିତେନ୍ଦ୍ର ଦାସ, ସୁବଲ ବାସୁରୀ, ମହମ୍ମଦ ମନ୍‌ଜୁର, ବିଜୟ କୁମାର ସାହୁ, ବିଶ୍ୱଭୂଷଣ ସାରା, ସାରଦା ପ୍ରସନ୍ନ ଦାସ, କୃଷ୍ଣଚନ୍ଦ୍ର ସାହୁ, ସନ୍ତୋଷ ଓ ଅଶ୍ୱୀନ ଦାସଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

କଂଗ୍ରେସ ବିଧାୟକ ପ୍ରାର୍ଥୀ ବିଜେଡି ରାଉରକେଲା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.