Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେଡ଼ିରେ ଯୋଗ ଦେଲେ ମହିଳା କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀୟା ସମ୍ବେଦନା
ନିର୍ବାଚନ ଖବର

ବିଜେଡ଼ିରେ ଯୋଗ ଦେଲେ ମହିଳା କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀୟା ସମ୍ବେଦନା

May 6, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗ ଦେଲେ ମହିଳା କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀୟା ସମ୍ବେଦନା

ଭୁବନେଶ୍ୱର: କଟକ-ବାରବାଟୀ ନିର୍ବାଚନମଣ୍ଡଳୀର ମହିଳା କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀୟା ସମ୍ବେଦନାଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ରବିବାର ଦିନ ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ମହିଳା କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀୟା ସମ୍ବେଦନାଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଶ୍ରୀୟା ସମ୍ବେଦନାଙ୍କ ଯୋଗଦାନ ଫଳରେ ବିଶେଷକରି କଟକ-ବାରବାଟୀ ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଶ୍ରୀୟା ସମ୍ବେଦନା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ପ୍ରକାଶ କୁମାର ରାଉତରାୟ, ସୁଶାନ୍ତ ମହାପାତ୍ର, ବିଶ୍ୱନାଥ ପାଣିଗ୍ରାହୀ, ରାକେଶ କୁମାର ସିଂ, ସନ୍ତୋଷ କୁମାର ସ୍ୱାଇଁ, ସୁମିତ ମିଶ୍ର, ପରେଶ କୁମାର ରାଉତରାୟ, ଶଶୀକାନ୍ତ ଆଚାର୍ଯ୍ୟ, ଅଜୟ ମଲ୍ଲିକ, ଗଜେନ୍ଦ୍ର ସାହୁ, ରଞ୍ଜିତ ମହାନ୍ତି, ସଞ୍ଜୀବ କୁମାର ରାୟ, ଅମରନାଥ ବେହେରା, ସୌମ୍ୟ ରଞ୍ଜନ ମହାନ୍ତି, ତନୟ ବେହେରା, ଲକି ବେହେରା, ରବି ବେହେରା, ଦିଲ୍ଲୀପ ବେହେରା, ଜଗମୋହନ ବେହେରା, ରାହୁଳ ସେଠୀ, ସରୋଜ ବେହେରା, ସନ୍ତୋଷ ସ୍ୱାଇଁ, ବଳରାମ ସାହୁ, ସୁମନ୍ତ ସେଠୀ, ରାଜା ଦାସ, ରୋହିତ କୁମାର ସାହୁ, ଅରୁଣ କୁମାର ନାୟକଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

BJDJoining odishaelection2024 ଓଡିଶା ନିର୍ବାଚନ2024 ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026

ଆଜି ମହାପ୍ରଭୁଙ୍କ ବନକଲାଗି

May 20, 2026

୫୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ କର୍ଣ୍ଣେଲ

May 20, 2026
Latest News

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026

୯୯୩ କୋଟି ଟଙ୍କାର ଆରାକୋନମ-ଚେଙ୍ଗାଲପଟୁ ଦୋହରୀକରଣ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

May 20, 2026

ଆଜି ମହାପ୍ରଭୁଙ୍କ ବନକଲାଗି

May 20, 2026

୫୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ କର୍ଣ୍ଣେଲ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.