Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେଡ଼ିରେ ଯୋଗ ଦେଲେ କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ବିଶ୍ୱଜିତ ନାୟକ
ନିର୍ବାଚନ ଖବର

ବିଜେଡ଼ିରେ ଯୋଗ ଦେଲେ କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ବିଶ୍ୱଜିତ ନାୟକ

May 8, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗ ଦେଲେ କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ବିଶ୍ୱଜିତ ନାୟକ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ଅନ୍ତର୍ଗତ କୋରେଇ ନିର୍ବାଚନ ମଣ୍ଡଳୀର ୨୦୧୪ ସାଧାରଣ ନିର୍ବାଚନର କଂଗ୍ରେସ ବିଧାୟକ ପ୍ରାର୍ଥୀ ଏବଂ ୨୦୧୯ ସାଧାରଣ ନିର୍ବାଚନର ବିଜେପି ବିଧାୟକ ପ୍ରାର୍ଥୀ ବିଶ୍ୱଜିତ ନାୟକଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ବିଶ୍ୱଜିତ ନାୟକ ଓ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କୋରେଇ ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ବିଶ୍ୱଜିତ ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ବିକ୍ରମ ବିଶ୍ୱାଳ, ପ୍ରମୋଦ ନାୟକ, ରବିନ୍ଦ୍ର ବେହେରା, ବିକ୍ରମ ରାଜ, ଗୌରାଙ୍ଗ ମଲିକ, ଘବିନା ଦଳେଇ, ହେମନ୍ତ ସେଠୀ, କ୍ଷୀରୋଦା ଦାଶ, ଭାଗ୍ୟଶ୍ରୀ ମଲ୍ଲିକ, ରମେଶ ଦୁଆରି, ସନ୍ଧ୍ୟାରାଣୀ ରାଉତ, ସୁରଜ ଦାସ, ପ୍ରସନ୍ନ ରାଉତ, ମମତା ଘଡ଼େଇ, ରବୀନ୍ଦ୍ର ବେହେରା, ବିଜୟ ଘଡ଼େଇ, ଶଶୀଭୂଷଣ ସେନାପତି, ମାୟାଧର ପଲେଇ, ଅମ୍ଳାନ କୁମାର ସାହୁ, ସନ୍ଦୀପ ପରିଡ଼ା, ଲିଳାବତୀ ସ୍ୱାଇଁ, ଗୋକୁଳ ପରିଡ଼ା, ରବୀନ୍ଦ୍ର ବାରିକ, କାଶୀନାଥ ବାରିକ, ରଘୁନାଥ ସାହୁ, ସତ୍ୟବ୍ରତ ଦାସ, ଏସ୍‌କେ. ଝାମ୍ପୋ, ସୁବାସ ନାଥ, ଲକ୍ଷ୍ମୀଧର ବିଶ୍ୱାଳ, ଜଗଦିଶ ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

କୋରେଇ ବିଜେଡି ମିଶ୍ରଣ ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026
Latest News

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.