Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେଡ଼ିରେ ଯୋଗଦେଲେ କୋରେଇ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଆଲେକଜାଣ୍ଡର ଦାସ
ନିର୍ବାଚନ ଖବର

ବିଜେଡ଼ିରେ ଯୋଗଦେଲେ କୋରେଇ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଆଲେକଜାଣ୍ଡର ଦାସ

May 8, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗଦେଲେ କୋରେଇ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଆଲେକଜାଣ୍ଡର ଦାସ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ଅନ୍ତର୍ଗତ କୋରେଇ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଆଲେକଜାଣ୍ଡର ଦାସଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ଯୁବ ବିଜେଡ଼ି ରାଜ୍ୟ ସାଧାରଣ ସମ୍ପାଦକ ସୌମ୍ୟ ରଞ୍ଜନ ଧଳଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ଆଲେକଜାଣ୍ଡର ଦାସ ଓ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ଧଳ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କୋରେଇ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ଧଳ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ଆଲେକଜାଣ୍ଡର ଦାସ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ଦୀର୍ଘ ୧୨ ବର୍ଷ ହେଲା ବିଜେପି ପାଇଁ କାମ କରୁଥିଲି। ହେଲେ ଦୁଃଖର ବିଷୟ ଦଳ ମୋତେ ଭୁଲିଗଲା। ରାତି ଅଧିଆ କିଛି ନେତାଙ୍କୁ ଦଳରେ ସାମିଲ କରି ଟିକେଟ ଦିଆଗଲା । ଶୃଙ୍ଖଳିତ ଭାବେ କାମ କଲା ପରେ ବି ଦଳରେ ମୋତେ ଅଣଦେଖା କରାଗଲା। କୋରେଇରେ ବିପୁଳ ଭୋଟରେ ବିଜୟୀ ହେବ ବିଜେଡ଼ି। ବାତ୍ୟା ମୁକାବିଲାରେ ଓଡ଼ିଶା ସାରା ବିଶ୍ୱରେ ପ୍ରଶଂସିତ।

ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଏହି ମିଶ୍ରଣ ପର୍ବରେ ସୁଶାନ୍ତ ସାହୁ, ନିତ୍ୟାନନ୍ଦ ମହାଳିକ, ମନୋଜ କୁମାର ଦାସ, ଆଲୋକ କୁମାର କର, ଧନଞ୍ଜୟ ସାହୁ, ବଳରାମ ମହାନ୍ତି, ବିଶ୍ୱତୋଷ ସିହ୍ନା, ସନାତନ ସାହୁ, ମଦନ ମୋହନ ପଲେଇ, ମିଲି ମହାଳିକ, କାଳନ୍ଦୀ ସାହୁ, ନୃସିଂହ ପଲେଇ, ଅଜାତଶତ୍ରୁ ଦାସ, ମହେଶ୍ୱର ଓଝା, ସୁନିଲ କୁମାର ବିଶ୍ୱାଳ, ପୂର୍ଣର୍ତୋଷ ସିହ୍ନା, ମହେନ୍ଦ୍ର ଓଝା, ସୁର ସାହୁ, ଫକିର ଦାସ, ରାଜେନ୍ଦ୍ର ବେହେରା, ଶଶି ସ୍ୱାଇଁ, କୁଞ୍ଜ ମହାନ୍ତି, ନଟ ବେହେରା, ଦେବକାନ୍ତ ବେହେରା, ଦିବାକର ଓରାଳି, ଉମେଶ ଚନ୍ଦ୍ର ମଲ୍ଲିକ, ସନ୍ତୋଷ ଜେନା, ଲିମାଲି ପଟ୍ଟନାୟକ, ସୁକାନ୍ତି ମହାରଣା, ସଂଯୁକ୍ତା ବରାଳ, ସନ୍ଧ୍ୟାରାଣୀ ମଳିକ, ରଶ୍ମିତା ରଣା, ରଞ୍ଜିତା ବେହେରା, ରୀନା ପାତ୍ର, ଜ୍ୟୋତ୍ସ୍ନାରାଣୀ ଜେନା, ମାଣିକ ଦାସଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

odishaelection2024 କୋରେଇ କୋରେଇ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026
Latest News

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

ହଠାତ୍ ବଢିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଲିଟର ପିଛା ୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.