Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଆସନ୍ତାକାଲି ପୁଣି ଓଡିଶା ପ୍ରଚାରରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ସହ ଅର୍ଜ୍ଜୁନ ମୁଣ୍ଡା
ନିର୍ବାଚନ ଖବର

ଆସନ୍ତାକାଲି ପୁଣି ଓଡିଶା ପ୍ରଚାରରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ସହ ଅର୍ଜ୍ଜୁନ ମୁଣ୍ଡା

May 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତାକାଲି ୨୧ତାରିଖ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ପୁଣିଥରେ ଓଡିଶା ପ୍ରଚାରରେ ଆସିବେ। ସେ ଆସନ୍ତାକାଲି ପୂର୍ବାହ୍ନ ୧୦.୩୦ରେ ସମ୍ବଲପୁର ଗସ୍ତ କରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶୀବାଦ ଗ୍ରହଣ କରିବେ। ଏହାପରେ ରେମେଡ ଗାଁ ପଡିଆଠାରେ ପୂର୍ବାହ୍ନ ୧୧.୧୫ରେ ଜନସଭାକୁ ସମ୍ବୋଧନ କରିବେ।

ଏହି ଜନସଭାରେ ସମ୍ବଲପୁର ସାଂସଦ ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡଙ୍ଗୀ, ସାଂସଦ ଅପରାଜିତା ଷଡଙ୍ଗୀ, ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ପ୍ରମୁଖ ଯୋଗ ଦେବେ । କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ଅପରାହ୍ନ ୧ଟାରେ କେନ୍ଦୁଝର, ଅପରାହ୍ନ ୨.୧୫ରେ ଢେଙ୍କାନାଳର ପରଜଙ୍ଗର ବାଟଗାଁ ଖେଳପଡିଆଠାରେ ଏବଂ ଅପରାହ୍ନରେ ୩.୧୫ରେ ନୟାଗଡର ଲାଠିପଡା ଟାଙ୍ଗି ପଡିଆଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ।

ସେହିପରି କେନ୍ଦ୍ର କୃଷିକଲ୍ୟାଣ ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା ଆସନ୍ତା କାଲି ୨୧ ତାରିଖ ଦିନ ପୂର୍ବାହ୍ନ ୯.୧୫ରେ ମୋରଡାର ଶୁଳିଆପଦା, ପୂର୍ବାହ୍ନ ୧୦.୧୫ରେ ଉଦଳାର ଚନ୍ଦ୍ରପୁର ପଂଚାୟତ, ହାତୀମୋଡା ପଡିଆ, ପୂର୍ବାହ୍ନ ୧୧.୧୫ରେ ଯଶୀପୁର ଏବଂ ମଧ୍ୟାହ୍ନ ୧୨.୪୫ରେ ରାଇରଙ୍ଗପୁରର ଗୋରୁମହିଷାଣିଠାରେ, ଅପରାହ୍ନ ୨ଟାରେ ବାଙ୍ଗିରୀପୋଷିଠାରେ, ଅପରାହ୍ନ ୩ଟାରେ ବାରିପଦାର କମଲଶୋଲଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ।

ରାଜ୍ୟ ମୁଖପାତ୍ର ତଥା ବରିଷ୍ଠ ଆଇନଜୀବି ଶ୍ରୀ ପୀତାମ୍ବର ଆଚାର୍ଯ୍ୟ ଏବଂ ସାଂସଦ ଶ୍ରୀ ଅନୁଭବ ମହାନ୍ତି ଆସନ୍ତା କାଲି ୨୧ ତାରିଖ ଦିନ ପୂର୍ବାହ୍ନ ୧୦.୩୦ରେ ନୀଳଗିରି, ମଧ୍ୟାହ୍ନ ୧୨.୧୫ରେ ଜଳେଶ୍ୱର, ଅପରାହ୍ନ ୨ଟାରେ ଭୋଗରାଇ ଏବଂ ଅପରାହ୍ନ ୩.୩୦ରେ ବସ୍ତାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବାଧନ କରିବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି।

amitshah ଅମିତ ଶାହ ଅର୍ଜ୍ଜୁନ ମୁଣ୍ଡା ଓଡିଶା ନିର୍ବାଚନ 2024 ଓଡିଶାରେ ଅମିତ ଶାହ
Share. Facebook Twitter LinkedIn Email WhatsApp Copy Link

Related Posts

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026
Latest News

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.