Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରଙ୍କ କଳାକାରମାନଙ୍କ ପ୍ରତି ଅନ୍ୟାୟ ପ୍ରତିବାଦରେ ଆମରଣ ଅନଶନ ଓ ଗଣଧାରଣା
ଆଜିର ଖବର

ସରକାରଙ୍କ କଳାକାରମାନଙ୍କ ପ୍ରତି ଅନ୍ୟାୟ ପ୍ରତିବାଦରେ ଆମରଣ ଅନଶନ ଓ ଗଣଧାରଣା

February 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ଯାତ୍ରା କଳାକାର କର୍ମଚାରୀ ସଂଘ ଆଜି ଆମରଣ ଅନଶନ ପାଇଁ ଚେତାବନୀ ଦେଇଛନ୍ତି। ସେମାନଙ୍କର ଦାବି ପୂରଣ ନହେଲେ ଲୋୟାର ପିଏମଜି ଠାରେ ଆମରଣ ଅନଶନରେ ବସିବେ ବୋଲି ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି।

ଆଜି ଗଣମାଧ୍ୟମର ପ୍ରତିନିଧିମାନଙ୍କ ମାଧ୍ୟମରେ ଯାତ୍ରା କଳାକାର କର୍ମଚାରୀ ସଂଘ କହିଛି ଯେ, କରୋନା ଯୋଗୁଁ ଦୀର୍ଘ ଏଗାରମାସ ଧରି ଯାତ୍ରା କଳାକାରମାନେ ଘରେ ବସିରହିଛନ୍ତି। ଭୋକ ଓ ପେଟର ଜ୍ୱାଳା ସହିନପାରି ଅନେକ କଳାକାର ଦାଦନ ଖଟିବାକୁ ଚାଲି ଯାଇଥିବା ବେଳେ ଶହ ଶହ କଳାକାର ବାହାର ରାଜ୍ୟରେ ଡ୍ୟାନ୍ସ କରିବାକୁ ଯାଇ ସେଠାରେ ନିଜ ପିଲା ପରିବାର ସହିତ ବନ୍ଧା ପଡ଼ି ନିର୍ଯ୍ୟାତନାର ଶିକାର ହେଉଛନ୍ତି। ଅନେକ କଳାକାର ରୋଗାଗ୍ରସ୍ଥ ହୋଇ ସଙ୍କଟାପନ୍ନ ଅବସ୍ଥାରେ ଅର୍ଥ ଅଭାବରୁ ଚିକିତ୍ସିତ ହୋଇନପାରି ମୃତ୍ୟୁବରଣ କରିଛନ୍ତି।

ଏହାସହିତ ରାଜ୍ୟ ସରକାର ଫେବୃୟାରୀ ମାସ କୋଭିଡ଼ ଗାଇଡ଼ ଲାଇନରେ ପାଞ୍ଚଶହ ଲୋକଙ୍କୁ ନେଇ ଯାତ୍ରା କରିବାକୁ ଅନୁମତି ଦେଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ପାଞ୍ଚଶହ ଦର୍ଶକ ଦେଖିବା ପାଇଁ ଅନୁମତି ଦେବାକୁ ଲ ଲର୍ଡ଼ର ସିଚୁଏସନ ବ୍ୟାହତ ହେବ କହି ଅନୁମତି ଦେଉନାହାଁନ୍ତି ଯାହା ଫଳରେ ହଜାର ହଜାର କଳାକାର ପାଇଁ ମରିବା ବଞ୍ଚିବା ସମାନ ହୋଇଯାଇଛି। ଜୀବିକା ହରାଇ କଳାକାରଙ୍କ ସଂଘର୍ଷମୟ ଜୀବନ ହାହୁତାଶର ଯନ୍ତ୍ରଣା ଭିତରେ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି ବୋଲି ସଂଘ ଗଣମାଧ୍ୟମକୁ କହିଛି।

ସମସ୍ତଙ୍କ ପାଇଁ କରୋନା କଟକଣା କୋହଳ କରି ଦିଆଯାଇଥିବା ବେଳେ ଆମକୁ ଅନୁମତି ନଦେଇ ଆମ ପ୍ରତି ଅବିଚାର କରାଯାଉଛି ବୋଲି କଳାକାର ସଂଘ ଅଭିଯୋଗ କରିଛି। ତେବେ ଅସନ୍ତା ଫେବୃୟାରୀ ୨୨ ତାରିଖରୁ ଓଡ଼ିଶା ଯାତ୍ରା କଳାକାର କର୍ମଚାରୀ ସଂଘ ତଥା ଅନ୍ୟାନ୍ୟ ସମସ୍ତ ବର୍ଗର କଳାକାରମାନଙ୍କୁ ନେଇ ଅନିର୍ଦ୍ଦିଷ୍ଟ ସମୟ ପାଇଁ ଲୋୟର ପିଏମ୍‌ଜିରେ ଧାରଣାରେ ବସିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇବେ ବୋଲି ସଂଘ କହିଛି।

ସଂଘର ଦାବି:

୧- ଦୁଇ ହଜାର ଦର୍ଶକରେ ସବୁ ବର୍ଗର କଳା ପରିବେଷଣ କରିବାକୁ ଅନୁମତି ଦେବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଅନ୍ତୁ।

୨- ତା ୨୦.୧୧.୨୦୧୯ରିଖରେ ସରକାରଙ୍କୁ ୧୨ ଦଫା ଦାବି ଉପରେ ଆଲୋଚନା କରି ତୁରନ୍ତ ଉକ୍ତ ଦାବିକୁ ପୂରଣ କରାଯାଉ।

ଆମରଣ ଅନଶନ ଗଣଧାରଣା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Latest News

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.