Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଜା ବଜାରରେ ମୁକ୍ତିଲାଭ କଲା ସୁମା ରିୟଲ୍ ମିଡିଆର ଦ୍ୱିତୀୟ ଅବଦାନ “ମନ ମୋ ନେଇ ଗଲୁରେ”
ଆଜିର ଖବର

ପୁଜା ବଜାରରେ ମୁକ୍ତିଲାଭ କଲା ସୁମା ରିୟଲ୍ ମିଡିଆର ଦ୍ୱିତୀୟ ଅବଦାନ “ମନ ମୋ ନେଇ ଗଲୁରେ”

October 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦଶହରାରେ ଓଡ଼ିଆ ସିନେ ପ୍ରେମୀଙ୍କୁ ଭେଟି ଦେବା ଉଦ୍ଦେଶ୍ୟରେ ମୁକ୍ତିଲାଭ କରିଛି ସୁମା ରିୟଲ୍‌ ମିଡିଆର ଦ୍ୱିତୀୟ ଅବଦାନ ଓଡ଼ିଆ ଚଳଚ୍ଚିତ୍ର “ମନ ମୋ ନେଇ ଗଲୁରେ”। ପ୍ରଫେସର (ଡଃ) ମନୋଜରଞ୍ଜନ ନାୟକଙ୍କ ନିବେଦିତ ଏହି ଚଳଚ୍ଚିତ୍ରଟି ରାଜ୍ୟର ବିଭିନ୍ନ ହଲ୍‌ରେ ଗୁରୁବାର ମୁକ୍ତିଲାଭ କରିଛି। କଟକ ବୃନ୍ଦାବନ ହଲ୍‌ରେ ଫିଲ୍ମର ନିର୍ମାତା ଓ ନିର୍ଦ୍ଦେଶକଙ୍କ ସହିତ ସମସ୍ତ କଳାକାରଙ୍କ ଉପସ୍ଥିତରେ ଫିଲ୍ମର ପ୍ରିମିୟର ଶୋ କରାଯାଇଥିଲା।

ଚଳଚ୍ଚିତ୍ରରେ ଅନେକ ସାମାଜିକ ବାର୍ତ୍ତା ରହିଛି। ତା’ସହିତ କଲେଜ ଜୀବନରେ ପିଲାମାନେ କିପରି ଚାକଚକ୍ୟ ଭିତରେ ନିଜ ଭବିଷ୍ୟତ ସହ ଖେଳନ୍ତି ତାହା ଚିତ୍ରଣ କରାଯାଇଛି। ଜଣେ ଗରୀବ ଘରର ପିଲା ସହରର ଇଞ୍ଜିନିୟରିଂ କଲେଜରେ ପାଠପଢ଼ା ଭିତରେ କିଭଳି ପ୍ରେମରେ ପଡି ବାଟବଣା ହୋଇଯାଉଛି ଏବଂ ସେହି ପ୍ରେମ ହିଁ ତା’ ଜୀବନକୁ ନୂଆ ବାଟରେ କଢ଼େଇ ନେଉଛି।

ଏଭଳି ଏକ ନୂତନ କାହାଣୀକୁ ନେଇ ରିଲିଜ୍ ହୋଇଛି ଏହି ଚଳଚ୍ଚିତ୍ର। ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନେତା ଜ୍ୟୋତି ଓ ଅଭିନେତ୍ରୀ ଭୂମିକା ରହିଛନ୍ତି। ଉଭୟଙ୍କ ରୋମାଂଟିକ୍  ଯୋଡି ଦର୍ଶକଙ୍କୁ ଖୁବ୍ ପସନ୍ଦ ଆସିଛି।

ଅନ୍ୟ ଭୂମିକାରେ କୁନା ତ୍ରିପାଠୀ, ପୁଷ୍ପା ପଣ୍ଡା, ପ୍ରଦ୍ୟୁମ୍ନ ଲେଙ୍କା, ବିରାଜ ଦାସ, ଗୁଡୁ, ଦିଲ୍ଲୀପ ଦାସ, ବିଜୁ ବଡ଼ଜେନା, ପିନାକୀ ନାୟକ ଏବଂ ଧରିତ୍ରୀଙ୍କ ଭଳି କଳାକାର ଅଭିନୟ କରିଛନ୍ତି। ସଂଳାପ, ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନା ଦେଇଛନ୍ତି ସଞ୍ଜୟ ନାୟକ। ସିନେମାର ପ୍ରଯୋଜନା କରିଛନ୍ତି ସୁନୀଲ୍ ଦାସ। ଫିଲ୍ମର କାହାଣୀ ଦିଲ୍ଲୀପ କୁମାର ଦାସ ଲେଖିଥିବା ବେଳେ ସମ୍ପାଦନ କରିଛନ୍ତି ରଞ୍ଜନ କୁମାର ଖଟେଇ। ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ବୈଦ୍ୟନାଥ ଦାସ ଏବଂ ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ଲୁବୁନ୍‌-ଟୁବୁନ୍।

ସେହିପରି ଗୀତଗୁଡ଼ିକୁ ଅରୁଣ ମନ୍ତ୍ରୀ, ତପୁ ନାୟକ, ପ୍ରମୋଦ ପରିଡା ଏବଂ ସଞ୍ଜୟ ନାୟକ ରଚନା କରିଥିବାବେଳେ କଣ୍ଠ ଦାନ କରିଛନ୍ତି ହ୍ୟୁମାନ୍ ସାଗର, ଗୌରବ, କୁଳଦୀପ, ଅସିମା ପଣ୍ଡା, ଅନ୍ତରା, ଜ୍ୟୋର୍ତିମୟୀ ଓ ପ୍ରଜ୍ଞା। ଚିତ୍ର ଉତୋଳନ କରିଛନ୍ତି ଏସ୍‌. ରଞ୍ଜନ୍ (ଚେନ୍ନାଇ)।

କରୋନା ଯୋଗୁଁ ସିନେମା ହଲ୍‌ଗୁଡ଼ିକ ବନ୍ଦ ଥିବା କାରଣରୁ ଫିଲ୍ମ ଦେଖିବା ସମ୍ଭବ ହେଉ ନଥିଲା। ତେଣୁ ପୁଜା ବଜାରରେ ସିନେମା ରିଲିଜ୍ ହେବା ସମୟରେ ହଲ୍ ସମ୍ମୁଖରେ ଦର୍ଶକଙ୍କ ଭିଡ ବେଶ ଦେଖିବାକୁ ମିଳିଥିଲା। ତେଣୁ ଦଶହରାରେ ଏହି ଚଳଚ୍ଚିତ୍ର ବ୍ୟବସାୟିକ ସଫଳତା ହାସଲ କରିବ ବୋଲି ଆଶା କରାଯାଏ। ଆଗକୁ ମଧ୍ୟ ସୁମା ରିୟଲ୍ ମିଡିଆ ଆହୁରି ଅନେକ ଭିନ୍ନ ଧରଣର ଚଳଚ୍ଚିତ୍ର ନିର୍ମାଣ କରିବାର ଯୋଜନା ରଖାଯାଇଥିବା ପ୍ରଯୋଜକ ସୁନୀଲ୍ ଦାସ କହିଛନ୍ତି।

ଦଶହରା ଦ୍ୱିତୀୟ ଅବଦାନ ମନ ମୋ ନେଇ ଗଲୁରେ ମୁକ୍ତିଲାଭ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.