Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେ ୩୦ ରୁ ଜୀ ସାର୍ଥକରେ ଆସୁଛି ଏକ ଭିନ୍ନ ଧରଣର ରିୟାଲିଟି ଶୋ “ଦିଦି ନମ୍ବର ୱାନ୍”
ଆଜିର ଖବର

ମେ ୩୦ ରୁ ଜୀ ସାର୍ଥକରେ ଆସୁଛି ଏକ ଭିନ୍ନ ଧରଣର ରିୟାଲିଟି ଶୋ “ଦିଦି ନମ୍ବର ୱାନ୍”

May 31, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଆ ମନୋରଞ୍ଜନ କ୍ଷେତ୍ରରେ ପୁଣି ଏକ ମାଇଲଷ୍ଟୋନ ତିଆରି କରିବାକୁ ଯାଉଛି ଜୀ ସାର୍ଥକ। ମହିଳାମାନଙ୍କ ପାଇଁ ଚ୍ୟାନେଲ ତରଫରୁ ପ୍ରସ୍ତୁତ ହୋଇଛି ନୂଆ ମନୋରଞ୍ଜନ କାର୍ଯ୍ୟକ୍ରମ ଯାହାର ନାଁ ରହିଛି “ଦିଦି ନମ୍ବର ୱାନ୍”। ଆସନ୍ତା ମେ ୩୦ ତାରିଖରୁ ଏହାର ପ୍ରସାରଣ ହେବାକୁ ଥିବା ବେଳେ ଓଡ଼ିଆ ଟେଲିଭିଜନ ପରଦାର ଲୋକପ୍ରିୟ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ’ର ହୋଷ୍ଟ କରିବେ। ପ୍ରତି ସୋମବାରରୁ ଶନିବାର ସଂଧ୍ୟା ୫ଟାରେ “ଦିଦି ନମ୍ବର ୱାନ୍” ର ପ୍ରସାରଣ ସମୟ ରଖା ଯାଇଛି। ସେହିପରି ରବିବାର ରାତି ୮ :୩୦ରେ ଏହି କାର୍ଯ୍ୟକ୍ରମର ସ୍ପେସିଆଲ ଏପିସୋଡ ପ୍ରସାରଣ ହେବ ବୋଲି ଚ୍ୟାନେଲ ତରଫରୁ ସୂଚନା ଦିଆଯାଇଛି।

ଓଡ଼ିଆ ପରିବାରର ଗୁଣବତୀ,ବୁଦ୍ଧିମତୀ ଓ କଳାବତୀ ମହିଳାମାନେ ଦିଦି ନମ୍ବର ୱାନ୍‌ରେ ନିଜ ଅନ୍ତର୍ନିହିତ ଗୁଣକୁ ଦେଖାଇ ନିଜର ଏକ ସ୍ୱତନ୍ତ୍ର ପରିଚୟ ପାଇପାରିବେ। ବିଭିନ୍ନ ପ୍ରକାର ଖେଳ ମାଧ୍ୟମରେ ପ୍ରତିଯୋଗୀମାନେ ଭାଗ ନେଇ ନିଜର ବୁଦ୍ଧିକୁ ଦେଖେଇପାରିବେ ଏବଂ ତା ସହିତ ବହୁତସାରା ଏକ୍ସ। ଇଟିଙ୍ଗ ଗିଫ୍ଟ ଜିତିବାର ସୁଯୋଗ ପାଇପାରିବେ। ଏହାର ଅଡିସନ ଓଡ଼ିଶାର ବିଭିନ୍ନ ସହରରେ ଆରମ୍ଭ ହୋଇଯାଇଛି। ମନୋରଞ୍ଜନ ଦୁନିଆରେ ପ୍ରଥମ ଥର ପାଇଁ ଏଭଳି ଏକ ଶୋ’ର ପରିକଳ୍ପନା କରିଛି ଜୀ ସାର୍ଥକ। ସବୁବେଳେ ଓଡ଼ିଆ କଳା ଓ ସଂସ୍କୃତି ସହ ଦର୍ଶକଙ୍କ ରୁଚିକୁ ଗୁରୁତ୍ୱ ଦେଇ ଆସୁଥିବା ଜୀ ସାର୍ଥକ ଏଥର ମହିଳାମାନଙ୍କ ପାଇଁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି।

ଆଲବମ ଓ ଟେଲିଭିଜନ ପରଦାରେ ଘରେ ଘରେ ପରିଚିତ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ’ରେ ହୋଷ୍ଟ କରିବେ। ଶହେରୁ ଅଧିକ ଆଲବମରେ ଲିପି ନାୟିକା ଭାବରେ ଅଭିନୟ କରିଛନ୍ତି। ମେଘରେ ମେଘ ଠାରୁ ନେଇ ଜାଈଫୁଲ ଯାଏଁ ଶହେରୁ ଅଧିକ ହିଟ୍ ମ୍ୟୁଜିକ ଭିଡିଓ ଦେଇଛନ୍ତି ଲିପି। ସେହିଭଳି ଟେଲି ସିରିୟଲ ମାଧ୍ୟମରେ ଲିପି ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଛନ୍ତି। ଏବେ “ଦିଦି ନମ୍ବର ୱାନ”ରେ ହୋଷ୍ଟ ହୋଇ ମହିଳାମାନଙ୍କୁ ସେମାନଙ୍କର ଅନ୍ତର୍ନିହିତ ଗୁଣକୁ ଦେଖାଇବାରେ ଉତ୍ସାହିତ କରିବେ ଲିପି। ବିଭିନ୍ନ ଶୋ ମାଧ୍ୟମରେ ବାରମ୍ବାର ହିଟ୍ ଦେଉଥିବା ଜୀ- ସାର୍ଥକର ‘ଦିଦି ନମ୍ବର ୱାନ୍’ ଶୋ’ ବି ଏଥର ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବ ବୋଲି ଚ୍ୟାନେଲ୍ ପକ୍ଷରୁ କୁହାଯାଇଛି।

ଜୀ ସାର୍ଥକ ଦିଦି ନମ୍ବର ୱାନ୍ ରିୟାଲିଟି ଶୋ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

‘ମହିଳାମାନଙ୍କୁ ମାସିକ ୨୫୦୦ ସହାୟତା…’: ଟିଭିକେ ମୁଖ୍ୟ ବିଜୟଙ୍କ ବଡ଼ ପ୍ରତିଶ୍ରୁତି

April 18, 2026

“ମୁଁ ସମ୍ପର୍କରେ ଥିବା ତିକ୍ତତାକୁ ଶେଷ କରିବାକୁ ଚେଷ୍ଟା କରିବି:” କାହାକୁ ଏଭଳି କହିଲେ ରାଘବ ଚଢା?

April 18, 2026
Latest News

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

“ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

April 18, 2026

‘ମହିଳାମାନଙ୍କୁ ମାସିକ ୨୫୦୦ ସହାୟତା…’: ଟିଭିକେ ମୁଖ୍ୟ ବିଜୟଙ୍କ ବଡ଼ ପ୍ରତିଶ୍ରୁତି

April 18, 2026

“ମୁଁ ସମ୍ପର୍କରେ ଥିବା ତିକ୍ତତାକୁ ଶେଷ କରିବାକୁ ଚେଷ୍ଟା କରିବି:” କାହାକୁ ଏଭଳି କହିଲେ ରାଘବ ଚଢା?

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.