Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ ସାର୍ଥକରେ ଖୁବଶୀଘ୍ର ଆସୁଛି ‘ସାରେଗାମାପା– ସ୍ୱରର ମହାମଞ୍ଚ’: ଆଜିଠୁ ଆରମ୍ଭ ହେଲା ଅଡିସନ
ଆଜିର ଖବର

ଜୀ ସାର୍ଥକରେ ଖୁବଶୀଘ୍ର ଆସୁଛି ‘ସାରେଗାମାପା– ସ୍ୱରର ମହାମଞ୍ଚ’: ଆଜିଠୁ ଆରମ୍ଭ ହେଲା ଅଡିସନ

July 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଜୀ ସାର୍ଥକରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଓଡିଶାର ସବୁଠାରୁ ବଡ ସିଂଗିଙ୍ଗ ରିୟାଲିଟି ସୋ ‘ସା ରେ ଗା ମା ପା– ସ୍ୱରର ମହାମଞ୍ଚ’। ଯେଉଁ ସୋ’ରୁ ସଫଳତା ପାଇ ଆଜି ଓଡିଆ ସଂଗୀତ ଦୁନିଆରେ ଅନେକ ରାଜ୍ କରୁଛନ୍ତି, ସେହି ମେଗା ସୋ’ ପୁଣିଥରେ ଦର୍ଶକଙ୍କ ପାଖକୁ ଫେରୁଛି। ଜୀ ସାର୍ଥକ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ସ୍ୱର ଓ ସଂଗୀତକୁ ଭଲ ପାଉଥିବା ଏବଂ ଏଥିରେ କ୍ୟାରିୟର ଗଢ଼ିବାକୁ ଚାହୁଁଥିବା କଳାକାର ମାନଙ୍କ ପାଇଁ ଏହି ସୋ ଏକ ବଡ ପ୍ଲାଟ୍ ଫର୍ମ। ଗତ ସିଜିନ ତୁଳନାରେ ଚଳିତଥର ‘ସା ରେ ଗା ମା ପା – ସ୍ୱରର ମହାମଞ୍ଚ’ ଓଡିଶାରେ ଚହଳ ପକାଇବା ଆରମ୍ଭ କରିଛି।

ଏହି ମେଗା ସୋ’ ପାଇଁ ଅଡିସନ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ଓ ବାଲେଶ୍ୱରରେ ନିକଟରେ ଅଡିସନ ଶେଷ ହୋଇଥିବା ବେଳେ ବୁଧବାର କେନ୍ଦୁଝରରେ ବି ଅଡିସନ ହୋଇଛି। ଶହ ଶହ ସଂଖ୍ୟାରେ ପ୍ରତିଯୋଗୀମାନେ ଅଡିସନ ଭାଗ ନେଉଛନ୍ତି। ଆଜି ବଲାଙ୍ଗୀରରେ ଅଡିସନ ହୋଇଥିବା ବେଳେ ଆସନ୍ତାକାଲି ରାଉରକେଲା, ୨୭ରେ ଯାଜପୁର ଟାଉନ, ଅଗଷ୍ଟ ୨ରେ ବ୍ରହ୍ମପୁର ଓ ଅଗଷ୍ଟ ୭ ରେ କଟକରେ ଅଡିସନ ହେବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ଅଧିକ ଜାଣିବା ପାଇଁ ଜୀ ସାର୍ଥକ ଚ୍ୟାନେଲ କିମ୍ବା ଚ୍ୟାନେଲର ସୋସିଆଲ ମିଡିଆ ପେଜ ସହ ଯୋଡି ହୋଇ ରହିବାକୁ ଚ୍ୟାନେଲ ପକ୍ଷରୁ କୁହାଯାଇଛି। ‘ସା ରେ ଗା ମା ପା’ ହେଉଛି ଓଡିଆ ଟିଭି ଦୁନିଆରେ ସବୁଠାରୁ ବଡ ମ୍ୟୁଜିକ ରିୟାଲିଟି ସୋ। ଏହି ସୋ ମାଧ୍ୟମରେ ଓଡିଶାର କୋଣ ଅନୁକୋଣରୁ କଳାକାରମାନେ ଢ଼େର ସୁଯୋଗ ପାଇଥାନ୍ତି। ଏମିତିକି ଏହି ରିୟଲିଟି ସୋରୁ ଅନେକ ନାମୀ କଣ୍ଠଶିଳ୍ପୀ ଏବେ ଓଡିଶା ସଂଗୀତ ଦୁନିଆରେ ପ୍ରତିଷ୍ଠିତ ହୋଇଛନ୍ତି। ସେମାନଙ୍କ ଭଳି ନୂଆ ପିଢ଼ୀର କଣ୍ଠଶିଳ୍ପୀମାନେ ଏହି ବଡ ପ୍ଲାଟଫର୍ମରେ ନିଜକୁ ପ୍ରମାଣିତ କରିପାରିବେ।

‘ସା ରେ ଗା ମା ପା – ସ୍ୱରର ମହାମଞ୍ଚ’ଏଥର ଜଜ୍ ଭାବେ ରହିବେ ଯୁବଗୋଷ୍ଠୀଙ୍କ ପ୍ରଥମ ପସନ୍ଦ କଣ୍ଠଶିଳ୍ପୀ ସ୍ୱୟମ୍ ପାଢ଼ୀ, କୁଲଦୀପ ପଟ୍ଟନାୟକ, ଦିପ୍ତୀରେଖା ପାଢ଼ୀ, ଅସୀମା ପଣ୍ଡା। ଓଡିଶାର ଏହି ନାମୀଦାମୀ କଣ୍ଠଶିଳ୍ପୀମାନେ ନୂଆ ପ୍ରତିଭାମାନଙ୍କୁ ବିଚାରକଭାବେ ରହି ଚୟନ କରିବେ। ସେହିଭଳି ମହାଗୁରୁ ଭାବେ ବରିଷ୍ଠ ତଥା ପ୍ରତିଷ୍ଠିିତ କଣ୍ଠଶିଳ୍ପୀ ଇରା ମହାନ୍ତିଙ୍କୁ ଦେଖିବାକୁ ମିଳିବ। ମହାଗୁରୁ ଭାବେ ଈରା ପ୍ରଥମ ଥର ପାଇଁ ମ୍ୟୁଜିକ ରିୟାଲିଟି ସୋରେ ରହିବେ। ବର୍ଷ ବର୍ଷ ଧରି ଓଡିଆ ସଂଗୀତ ଦୁନିଆରେ ରାଜ୍ କରିଛନ୍ତି ଇରା ମହାନ୍ତି। ଅନେକ ଭାବପୂର୍ଣ୍ଣ ଭଜନ ସହ ସୁପରହିଟ୍ ଆଲବମ୍ ଓ ବମ୍ପର ହିଟ୍ ସିନେମା ଗୀତରେ ସେ କଣ୍ଠଦାନ କରିଛନ୍ତି। ଏଥର ଆହୁରି ବଡ ଧରଣର ହେବାକୁ ଯାଉଛି ‘ସା ରେ ଗା ମା ପା – ସ୍ୱରର ମହାମଞ୍ଚ’।

ଅଡିସନ ଜୀ ସାର୍ଥକ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Latest News

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.