Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀ ବଳଦେବଜୀଉଙ୍କ ପ୍ରଥମ ଭଜନ ଆଲ୍‌ବମ୍ “ଶିଳାବ୍ରହ୍ମ” ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଉନ୍ମୋଚିତ
ଆଜିର ଖବର

ଶ୍ରୀ ବଳଦେବଜୀଉଙ୍କ ପ୍ରଥମ ଭଜନ ଆଲ୍‌ବମ୍ “ଶିଳାବ୍ରହ୍ମ” ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଉନ୍ମୋଚିତ

August 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ରାପଡ଼ା ତୁଳସୀକ୍ଷେତ୍ରାଧିଶ ଶ୍ରୀ ବଳଦେବଜୀଉଙ୍କ ଉପରେ ଆଧାରିତ ଭାବପୂର୍ଣ୍ଣ ପ୍ରଥମ ଭଜନ ଆଲ୍‌ବମ୍ “ଶିଳାବ୍ରହ୍ମ” ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି।
ସୋଆ ଅଧିନସ୍ଥ ‘ପ୍ରାଚୀନ’ ଆନୁକୂଲ୍ୟରେ ପ୍ରସ୍ତୁତ ଏହି ଭଜନ ଆଲ୍‌ବମ୍‌ର ଗୀତ ରଚନା ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ କରିଥିବା ବେଳେ ସଂଗୀତ ସଂଯୋଜନା କରିଛନ୍ତି କେନ୍ଦ୍ରାପଡ଼ା ବାରୁଅ ସ୍ଥିତ ଭାବଗ୍ରାହୀ କଳାନିକେତନର ପ୍ରତିଷ୍ଠାତା ବିମଳ ପ୍ରସାଦ ପରିଡା। କଣ୍ଠ ଦାନ କରିଛନ୍ତି ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ସୌରଭ ନାୟକ, କରୁଣାକର, ସୋହିନୀ ମିଶ୍ର ଏବଂ ଅନ୍ତରା ଚକ୍ରବର୍ତ୍ତୀ।

ଗୁରୁବାର ସୋଆ ମୁଖ୍ୟ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଉନ୍ମୋଚନ ଅବସରରେ ପ୍ରଫେସର ନାୟକ ଶିକ୍ଷା ଓ ଅନୁସନ୍ଧାନ ନାମର ମହତ୍ୱ ସମ୍ପର୍କରେ ମତ ରଖିବା ସହ ବର୍ତମାନ ବିଶ୍ୱବିଦ୍ୟାଳୟ ସଂସ୍କୃତି ଏବଂ ଐତିହ୍ୟ କ୍ଷେତ୍ରକୁ ନେଇ ମଧ୍ୟ ଗବେଷଣା ଆରମ୍ଭ କରିଛି ଏବଂ ଏଥି ନିମନ୍ତେ ‘ପ୍ରାଚୀନ’ ବିଭାଗ କାର୍ଯ୍ୟ କରୁଛି ବୋଲି ସୂଚନା ଦେଇଛନ୍ତି। ତେଣୁ ସଂସ୍କୃତି ଓ ଐତିହ୍ୟକୁ ଉଦ୍‌ଜୀବିତ କରି ରଖିବା ନିମନ୍ତେ ବଳଦେବଜୀଉଙ୍କ ଭଜନ ଆଲ୍‌ବମ୍ ପ୍ରସ୍ତୁତି ‘ପ୍ରାଚୀନ’ର ପ୍ରୟାସ ବୋଲି ପ୍ରଫେସର ନାୟକ ଏହି ଅବସରରେ କହିଛନ୍ତି।

ଉନ୍ମୋଚନ ଅବସରରେ ରଞ୍ଜନ କୁମାର ଦାସ ସଂଗୀତ ରଚନା ସମ୍ପର୍କରେ ସୂଚନା ଦେଇ କହିଥିଲେ ଯେ ଏହା ଏକ ବନ୍ଧନ। ପ୍ରଭୁଙ୍କ ବନ୍ଧନ ବିନା ଏଭଳି କାର୍ଯ୍ୟ ସମ୍ଭବ ନୁହେଁ। ଆଲ୍‌ବମ୍‌ରେ ୬ଟି ଗୀତ ଥିବା ବେଳେ ଏହା ବେଶ ସ୍ମୃତି ମଧୁର ହୋଇଛି ଏବଂ ଏହି ପ୍ରଥମ ଆଲ୍‌ବମ୍‌ଟି ଶ୍ରୋତାଙ୍କ ନିକଟରେ ବେଶ ଆଦୃତ ହେବ ବୋଲି ସେ କହିଛନ୍ତି।

ଏହି ପ୍ରଥମ ଅର୍ଘ୍ୟକୁ ସୋଆ ପକ୍ଷରୁ ପ୍ରସ୍ତୁତ କରାଯାଇଥିବାରୁ ଧନ୍ୟବାଦ ଅର୍ପଣ କରିଛନ୍ତି ସଂଗୀତକାର ଶ୍ରୀ ପରିଡ଼ା।

ଏହି କାର୍ଯ୍ୟକ୍ରମରେ ପ୍ରଫେସର ନାୟକଙ୍କ ସମେତ ଶ୍ରୀ ଦାସ, ଶ୍ରୀ ପରିଡା, ଦୈନିକ ସମ୍ବାଦପତ୍ର ‘ପ୍ରମେୟ’ ଏବଂ ନ୍ୟୁଜ ଚ୍ୟାନେଲ ‘ନ୍ୟୁଜ-୭’ର ଗ୍ରୁପ୍ ଏଡିଟର୍ ଶ୍ରୀ ଗୋପାଳକୃଷ୍ଣ ମହାପାତ୍ର, ‘ନ୍ୟୁଜ-୭’ର କାର୍ଯ୍ୟକାରୀ ସଂପାଦକ ଦେବ ନାରାୟଣ ସେଠୀ, ପ୍ରମେୟର ଡିଜିଏମ୍ (ସର୍କୁଲେସନ୍‌) ଗଜେନ୍ଦ୍ର ଦାସ, ଏଜିଏମ୍ ରମାକାନ୍ତ ମଲ୍ଲିକ୍ ଏବଂ ସୋଆର ଚିଫ୍ ଭିଜିଲାନ୍ସ ଅଫିସର ତଥା ଡାଇରେକ୍ଟର ରିସୋର୍ସେସ୍ ଯୁଗଳ କିଶୋର ଦାସ ଉପସ୍ଥିତ ଥିଲେ।

ପ୍ରମେୟର ବ୍ୟୁରୋ ଚିଫ୍ ଦେବେନ୍ଦ୍ର ସୁଆର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ମନୋଜରଞ୍ଜନ ନାୟକ ଶିକ୍ଷା ଓ ଅନୁସନ୍ଧାନ ଶ୍ରୀ ବଳଦେବଜୀଉ
Share. Facebook Twitter LinkedIn Email WhatsApp Copy Link

Related Posts

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026
Latest News

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.