Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ-ସାର୍ଥକରେ ନୂଆ ବର୍ଷରେ ଆସୁଛି ମେଗା ଧାରାବାହିକ ‘ଖୁସିର ଛୁଙ୍କ’
ଆଜିର ଖବର

ଜୀ-ସାର୍ଥକରେ ନୂଆ ବର୍ଷରେ ଆସୁଛି ମେଗା ଧାରାବାହିକ ‘ଖୁସିର ଛୁଙ୍କ’

December 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ନୂଆ ବର୍ଷର ଆରମ୍ଭ ସହ ଏକ ନୂତନ କାହାଣୀ ସହ ଆସନ୍ତା ଜାନୁଆରୀ ୨ ରୁ ଜୀ-ସାର୍ଥକରେ ଆରମ୍ଭ ହେବାକୁ ଯାଉଛି ଏକ ମେଗା ଧାରାବାହିକ ‘ଖୁସିର ଛୁଙ୍କ’। ଖାଇବା ଓ ଖୁଆଇବା ପାଇଁ ପସନ୍ଦ କରୁଥିବା ଏକ ଚୁଲବୁଲି ଝିଅ ଖୁସି, ପାରମ୍ପରିକ ଓଡ଼ିଆ ଖାଦ୍ୟକୁ ନେଇ ଏକ କ୍ଲାଉଡ କିଚେନ୍ କରିବା ପାଇଁ ସ୍ଵପ୍ନ ଦେଖୁଛି। ସେହି ସ୍ୱପ୍ନକୁ ପୁରା କରିବା ପାଇଁ ଚେଷ୍ଟା କରୁଥିବା ବେଳେ କରନ ସହ ତା’ର ଦେଖା ହୋଇଛି। ଖାଦ୍ୟ ପ୍ରସ୍ତୁତିରେ ରୁଚି ରଖୁଥିବା କରନ ମଧ୍ଯ ତା’ର ସ୍ୱପ୍ନ ପୁରା କରିବା ପାଇଁ ଲାଗିଛି। ସେମାନେ କିପରି ଭାବରେ ସେମାଙ୍କର ସ୍ୱପ୍ନକୁ ପୁରା କରୁଛନ୍ତି ଏବଂ ସ୍ଵପ୍ନ ପୁରା କରିବା ବାଟରେ କ’ଣ ସବୁ ଅସୁବିଧାର ସାମ୍ନା କରୁଛନ୍ତି, ତାକୁ ନେଇ କାହାଣୀଟି ଗତିଶୀଳ ହେବ।

ପ୍ରସ୍ଥାନମ, ମୁଖା , ଲଷ୍ଟ ଇନ୍ ଲଭ ପରି ଚଳଚ୍ଚିତ୍ରରେ ଅଭିନୟର ଛାପ ଛାଡ଼ିବା ସହ ଟେଲିଭିଜନ ଦୁନିଆରେ ବି ବେଶ୍ ସୁନାମ ଅର୍ଜନକରିଥିବା ଶ୍ରଦ୍ଧା ପାଣିଗ୍ରାହୀ ଏହି ମେଗା ଧାରାବାହିକରେ ମୁଖ୍ୟ ଚରିତ୍ର ଖୁସି ଭୂମିକାରେ ଅଭିନୟ କରୁଛନ୍ତି। ସେହିପରି ଦି ଏଣ୍ଡ ଓ ତିତିଲି ଚଳଚ୍ଚିତ୍ର ସହ ଅନେକ ମ୍ୟୁଜିକ ଭିଡିଓ ରେ ନିଜର ଅଭିନୟ ଦକ୍ଷତା ଦେଖାଇଥିବା ତୁଷାର ଏହି ଧାରାବାହିକରେ କରନ ଭୂମିକାରେ ଅଭିନୟ କରୁଛନ୍ତି।

ଚିରାଚରିତ କାହାଣୀରୁ ସମ୍ପୂର୍ଣ୍ଣ ଭିନ୍ନ ତଥା ନୂତନ କଥାବସ୍ତୁକୁ ନେଇ ପ୍ରସାରିତ ହେବାକୁ ଥିବା ଏହି ଧାରାବାହିକଟି ଆଗାମୀ ଜାନୁଆରୀ ୨ ରୁ ପ୍ରତି ସୋମବାରରୁ ଶନିବାର ରାତି ୯ ଟାରେ ଜୀ-ସାର୍ଥକରେ ପ୍ରସାରିତ ହେବ ବୋଲି ଜୀ-ସାର୍ଥକ ଟିମ୍ ପକ୍ଷରୁ ସୂଚନା ଦିଆଯାଇଛି।

ଖୁସିର ଛୁଙ୍କ ଜୀ ସାର୍ଥକ ନୂଆ ବର୍ଷ ମେଗା ଧାରାବାହିକ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ

September 16, 2026

ଅନନ୍ତ ନାଗଙ୍କୁ ମିଳିବ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ‘ଦାଦାସାହେବ ଫାଲକେ ପୁରସ୍କାର’

September 16, 2026

ସମ୍ବଲପୁରରୁ ପାଣିପାଗ ଉପରେ ନଜର ରଖିବ ‘ମେକ୍ ଇନ୍ ଇଣ୍ଡିଆ’ ଡପ୍‌ଲର ରାଡାର୍

September 16, 2026

ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ

September 16, 2026
Latest News

ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ

September 16, 2026

ଅନନ୍ତ ନାଗଙ୍କୁ ମିଳିବ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ‘ଦାଦାସାହେବ ଫାଲକେ ପୁରସ୍କାର’

September 16, 2026

ସମ୍ବଲପୁରରୁ ପାଣିପାଗ ଉପରେ ନଜର ରଖିବ ‘ମେକ୍ ଇନ୍ ଇଣ୍ଡିଆ’ ଡପ୍‌ଲର ରାଡାର୍

September 16, 2026

ସୁପ୍ରିମକୋର୍ଟରେ ପହଞ୍ଚିଲା UPI ପେମେଣ୍ଟ ମାମଲା: ଦାୟର ହେଲା ଜନସ୍ୱାର୍ଥ ମାମଲା

September 16, 2026

ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.