କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

Published: Feb 4, 2023, 6:02 pm IST
Vani Jairam

ଭୁବନେଶ୍ବର: ଭାରତର ପ୍ରଖ୍ୟାତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କ ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ତାଙ୍କର ବାସ ଭବନ ଚେନ୍ନାଇସ୍ଥିତ ନୁନଗାମବାକମ ରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ସେ କହିଛନ୍ତି ଯେ, ‘ ବିଶିଷ୍ଟ ପ୍ରଚ୍ଛଦପଟ ଗାୟିକା ବାଣୀ ଜୟରାମଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଅନେକ ଲୋକପ୍ରିୟ ଓଡ଼ିଆ ଚଳଚିତ୍ରରେ କଣ୍ଠଦାନ କରି ସେ ପ୍ରତିଷ୍ଠା କରିଥିବା କୀର୍ତ୍ତିମାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

Related posts