Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶେଷ ହେଲା ବିଜେଡି କାର୍ଯ୍ୟକାରିଣୀ ବୈଠକ, ପୁଣି ଥରେ ସେହି କେନ୍ଦ୍ରକୁ ଆକ୍ରମଣ, ବରପୁତ୍ରଙ୍କ ଗାଁକୁ ଆଦର୍ଶ ଗ୍ରାମ ଦାବୀ
ବିଶେଷ ଖବର

ଶେଷ ହେଲା ବିଜେଡି କାର୍ଯ୍ୟକାରିଣୀ ବୈଠକ, ପୁଣି ଥରେ ସେହି କେନ୍ଦ୍ରକୁ ଆକ୍ରମଣ, ବରପୁତ୍ରଙ୍କ ଗାଁକୁ ଆଦର୍ଶ ଗ୍ରାମ ଦାବୀ

December 20, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଶେଷ ହେଲା ବିଜେଡି କାର୍ଯ୍ୟକାରିଣୀ ବୈଠକ, ପୁଣି ଥରେ ସେହି କେନ୍ଦ୍ରକୁ ଆକ୍ରମଣ, ବରପୁତ୍ରଙ୍କ ଗାଁକୁ ଆଦର୍ଶ ଗ୍ରାମ ଦାବୀ

ଭୁବନେଶ୍ୱର, ଆଜି ବିଜୁ ଜନତା ଦଳର ରାଜ୍ୟ ମୁଖ୍ୟକାର୍ଯ୍ୟାଳୟଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୯ଟି ପ୍ରସ୍ତାବ ପାରିତ ହୋଇଯାଇଛି । ବୈଠକରେ ୮୦ କାର୍ଯ୍ୟକାରିଣୀ ସଦସ୍ୟ, ନିମନ୍ତ୍ରିତ ଉପସଭାପତି ଓ ବରିଷ୍ଠ ନେତା ଉପସ୍ଥିତ ଥିଲେ । ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ବୈଠକ ଆରମ୍ଭ ହୋଇଥିଲା । ଦିବଙ୍ଗତ ନେତାଙ୍କ ପାଇଁ ୧ ମିନିଟ ନିରବ ପ୍ରାର୍ଥନା ହୋଇଥିଲା । ବିଜେଡି ହେଉଛି ଲୋକଙ୍କ ଦଳ; ଲୋକଙ୍କ ସେବାରେ ସମର୍ପିତ ।

ପ୍ରତିଦିନ ଲୋକଙ୍କ କାମ କରିବାକୁ କାର୍ଯ୍ୟକାରିଣୀରେ କର୍ମକର୍ତ୍ତାଙ୍କୁ ଆହ୍ୱାନ ଦେଇଥିଲେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଙ୍ଗଠନିକ ସଂପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ଦ୍ୱାରା ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । ତୃଣମୂଳସ୍ତରରେ ବିଜେଡିକୁ ଅଧିକ ସଂଗଠିତ କରାଯିବା ସହ ଦଳର ସଦସ୍ୟଙ୍କ ସଂଖ୍ୟା ୧ କୋଟିରୁ ଅଧିକରେ ପହଞ୍ଚିଛି । ଦଳ ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ପ୍ରତିଦିନ ସାଧାରଣ ଲୋକଙ୍କ ଆସ୍ଥା ବଢିବାରେ ଲାଗିଛି । ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦଳ ଆଜି ମୁଣ୍ଡ ଟେକି ଠିଆ ହୋଇଛି । କେବଳ ସେତିକି ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଛବିକୁ କଦାପି ମଳିନ କରିବାକୁ ଦିଆଯିବ ନାହିଁ ଏବଂ ସାରା ରାଜ୍ୟରେ ବିଜେଡି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିକାଶମୂଳକ କାର୍ଯ୍ୟ ଘରେ ଘରେ ପହଞ୍ଚାଇବାକୁ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସ କହିଥିଲେ ।

ଏହି କାର୍ଯ୍ୟକାରିଣୀ ବୈଠକରେ ଦଳର ବରିଷ୍ଠ ନେତା ୯ଟି ପ୍ରସ୍ତାବ ଆଗତ କରିଥିଲେ । କେନ୍ଦ୍ରର ଅବହେଳା ଓ ନକରାତ୍ମକ ଆଭିମୁଖ୍ୟ ରାଜ୍ୟ ବିକାଶରେ ବାଧକ ବୋଲି ବରିଷ୍ଠ ନେତାମାନେ ମତ ଦେଇଥିଲେ । ଏସବୁ ସତ୍ତ୍ୱେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ଦିଗଦର୍ଶନ ପାଇଁ ରାଜ୍ୟର ସମସ୍ତ ଲୋକାଭିମୁଖୀ କାର୍ଯ୍ୟ ଜାରି ରହିଛି ଏବଂ ଆଗକୁ ମଧ୍ୟ ଜାରି ରହିବ ।

କେବଳ ଏତିକି ନୁହେଁ ବିଭିନ୍ନ ପ୍ରାକୃତିକ ଦୁର୍ବିପାକ ରାଜ୍ୟକୁ ବାରମ୍ବାର ଆଘାତ ଦେଇଚାଲିଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ଏହାକୁ ସଠିକ ଭାବେ ମୁକାବିଲା କରିପାରିଛନ୍ତି । ସେହିପରି କୃଷି ଓ କୃଷକଙ୍କୁ ଅଗ୍ରାଧିକାର ତଥା ସାମଗ୍ରିକ ବିକାଶ ପାଇଁ ବିଜେଡି ସଦାସର୍ବଦା କାର୍ଯ୍ୟ କରିଆସିଛି । ସ୍ୱାମୀନାଥନ କମିଟି ସୁପାରିସ ଅନୁସାରେ ଏମ୍‌ଏସ୍‌ପି ପାଇଁ ଲଢେଇ ଜାରି ରହିବ । ଓଡିଶା ସ୍ୱତନ୍ତ୍ର ରାଜ୍ୟ ପାଇଁ ସଂପୂର୍ଣ୍ଣ ହକଦାର । କିନ୍ତୁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେବା ସତ୍ତ୍ୱେ ବାରମ୍ବାର ପ୍ରତାରଣା କରୁଛି । ତେଣୁ ଆଗକୁ କିଭଳି ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇବ ସେଥିପାଇଁ ଦଳ ଦାବି ଉପସ୍ଥାପନ ଜାରି ରଖିବ ।

ମହିଳା ସଶକ୍ତିକରଣ ପାଇଁ ରାଜନୈତିକ ପ୍ରସ୍ତାବ ମଧ୍ୟ ଅନୁମୋଦିତ ହୋଇଛି । ରାଜ୍ୟରେ ପଞ୍ଚାୟତ ବ୍ୟବସ୍ଥାରେ ମହିଳାମାନଙ୍କୁ ସଂରକ୍ଷଣ ଦିଆଯାଇଛି । ବିଧାନସଭା ଓ ସଂସଦରେ ୩୩ ପ୍ରତିଶତ ସଂରକ୍ଷଣ ପାଇଁ ଦାବି ହୋଇଛି । ଏହି ବୈଠକରେ ମଧ୍ୟ ଓଡିଶାର ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ପାଇଁ ମଧ୍ୟ ପ୍ରସ୍ତାବ ଅନୁମୋଦିତ ହୋଇଛି । ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ନୃତ୍ୟର ମାନ୍ୟତା ପାଇଁ ଦାବି ହୋଇଛି । କେବଳ ସେତିକି ନୁହେଁ ଓଡିଶାର ବରପୁତ୍ରଙ୍କ ଗାଁକୁ ଆଦର୍ଶ ଗ୍ରାମ ହିସାବରେ ଗ୍ରହଣ କରାଯିବାକୁ ପ୍ରସ୍ତାବ କରାଯାଇଛି । ବରପୁତ୍ର ମାନଙ୍କର ଜୀବନୀକୁ ପାଠ୍ୟପୁସ୍ତକରେ ସ୍ଥାନ ଦେବାକୁ ପ୍ରସ୍ତାବ ଦିଆଯାଇଛି ।

ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ଅନ୍ୟାନ୍ୟ ପଛୁଆ ବର୍ଗଙ୍କ ପୂର୍ଣ୍ଣ ସଶକ୍ତିକରଣ ପାଇଁ ପ୍ରସ୍ତାବ ହୋଇଛି । ଦଳର ବିଭିନ୍ନ ସାମୁଖ୍ୟ ତରଫରୁ ମଧ୍ୟ ସେମାନଙ୍କୁ ସଶକ୍ତ କରିବା ପାଇଁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଛି । ରାଜ୍ୟରେ କିଭଳି ପଛୁଆ ବର୍ଗଙ୍କ ବିକାଶ ହୋଇପାରିବ ସେଥିପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟକାରିଣୀ ବୈଠକରେ ଉପସ୍ଥିତ ସମସ୍ତ କର୍ମକର୍ତ୍ତାଙ୍କୁ କୃତଜ୍ଞତା ଜ୍ଞାପନ କରି ସଭାକୁ ଆନୁଷ୍ଠାନିକ ଭାବେ ସମାପନ କରିଥିଲେ ପ୍ରଣବ ପ୍ରକାଶ ଦାସ।

ଏହି କାର୍ଯ୍ୟକାରିଣୀ ବୈଠକରେ ଦଳର ବରିଷ୍ଠ ନେତା ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ଶ୍ରୀ ପିନାକୀ ମିଶ୍ର, ଶ୍ରୀମତୀ ପ୍ରମିଳା ମଲ୍ଲିକ, ଶ୍ରୀ କିଶୋର କୁମାର ମହାନ୍ତି, ଶ୍ରୀ କଳିକେଶ ନାରାୟଣ ସିଂହଦେଓ, ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଶ୍ରୀ ଚନ୍ଦ୍ରଶେଖର ସାହୁ ସାଧାରଣ ସମ୍ପାଦକ(ଗଣମାଧ୍ୟମ ଓ ଯୋଗାଯୋଗ) ଶ୍ରୀ ମାନସ ରଞ୍ଜନ ମଙ୍ଗରାଜ ଓ ଡଃ.ସସ୍ମିତ ପାତ୍ର ଉପସ୍ଥିତ ଥିଲେ ।

ବିଜେଡି କାର୍ଯ୍ୟକାରିଣୀ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲ ହେଲେ ଜିଲ୍ଲା ପରିଷଦ ସଦସ୍ୟ, ସରପଂଚ, ଜନପ୍ରତିନଧି ଏବଂ ବିଜେଡି ନେତା ଓ କର୍ମୀ

February 14, 2026

ସେବା ତୀର୍ଥରୁ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ନିଷ୍ପତ୍ତିରେ ପ୍ରତିଫଳିତ ହେଲା ସେବା ଓ ସମାଜ କଲ୍ୟାଣର ଭାବନା

February 14, 2026

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026
Latest News

ଯାତ୍ରୀ ସୁରକ୍ଷା ଖର୍ଚ୍ଚକୁ ୧,୧୭,୬୯୩ କୋଟିକୁ ବୃଦ୍ଧି କଲା ଭାରତୀୟ ରେଳବାଇ

February 14, 2026

୨୦୨୬ ଟି୨୦ ବିଶ୍ୱକପର ଚାମ୍ପିଅନ୍ ହେବ ଟିମ୍ ଇଣ୍ଡିଆ!: ସେହୱାଗଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

February 14, 2026

ବିଜେପିରେ ସାମିଲ ହେଲେ ଜିଲ୍ଲା ପରିଷଦ ସଦସ୍ୟ, ସରପଂଚ, ଜନପ୍ରତିନଧି ଏବଂ ବିଜେଡି ନେତା ଓ କର୍ମୀ

February 14, 2026

ସେବା ତୀର୍ଥରୁ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ନିଷ୍ପତ୍ତିରେ ପ୍ରତିଫଳିତ ହେଲା ସେବା ଓ ସମାଜ କଲ୍ୟାଣର ଭାବନା

February 14, 2026

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ବଡ ଶୁଭ ଖବର: ଜାଣନ୍ତୁ ଶନିବାର ରାଶିଫଳ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.