Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗଣ୍ଡଗୋଳିଆ ପୀତାମ୍ବର ଆଚାର୍ଯ୍ୟ, କିଏ ନିଆଁ, କିଏ କାହା ସାଙ୍ଗରେ ଖେଳୁଛି ଓ କେଉଁଥି ପାଇଁ ଏ ଅମାନବୀୟ ନାଟକ ?
ବିଶେଷ ଖବର

ଗଣ୍ଡଗୋଳିଆ ପୀତାମ୍ବର ଆଚାର୍ଯ୍ୟ, କିଏ ନିଆଁ, କିଏ କାହା ସାଙ୍ଗରେ ଖେଳୁଛି ଓ କେଉଁଥି ପାଇଁ ଏ ଅମାନବୀୟ ନାଟକ ?

March 30, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
BJP candidate Pitambar Acharya argued with police personal in Hinjili
BJP candidate Pitambar Acharya argued with police personal in Hinjili

କେଦାର ମିଶ୍ର

 

  • ମୁଁ ନିଆଁ, ମୋ ସାଙ୍ଗରେ ଖେଳନାଇଁ।
  • ମୁଁ ମରିପାରେ, କିନ୍ତୁ ମରିବା ଆଗରୁ ଦୁଇ ଚାରି ଜଣଙ୍କୁ……….
  • ମୁଁ ହିଞ୍ଜିଳୀରେ ନବୀନ ପଟ୍ଟନାୟକଙ୍କ ପ୍ରତିନିଧି…ପ୍ରତିଦ୍ବନ୍ଦ୍ବୀ।
  • ମୁଁ ବଡ ଓକିଲ ତମେ ଜାଣିନ କି? ମୁଁ ଇଲେକ୍ସନ କମିଶନଙ୍କ ଓକିଲ ଥିଲି ବୋଲି ତମେ ଜାଣିନ କି?
  • ମାଜିଷ୍ଟ୍ରେଟ? କି ଚାକିରି ଆପଣଙ୍କର? କଣ୍ଟାକ୍ଚୁଆଲ ପଦରେ ଅଛ କି?
  • ମୁଁ କଟକ ଲୋକସଭା ଲାଗି ପ୍ରାର୍ଥୀ ଥିଲି, ଜିତି ବି ସାରିଥିଲି। ମୋତେ ହିଂଜିଳି ଖାସ କରି ପଠାଯାଇଛି।
  • ତମ ନବୀନ ଗୋଟେ ଆଞ୍ଚଳିକ ଦଳର ପ୍ରାର୍ଥୀ, ମନେରଖ, ମୁଁ ଗୋଟେ ଜାତୀୟ ଦଳର ପ୍ରାର୍ଥୀ। ,
  • ନବୀନ ପଟ୍ଟନାୟକ ହାରିସାରିଲେଣି। ମୋତେ ଅଟକାଇବାର ସାହସ କଲ କେମିତି?

ଏମିତି ଗୋଟେ ଲମ୍ବା ଉଚ୍ଚବାଚ ର ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହୋଇଛି। ଉପରୋକ୍ତ ସଂଳାପ ସବୁ ଯେ କହିଛନ୍ତି ସେ ହେଉଛନ୍ତି ଓଡିଶା ବିଜେପିର ଜଣେ ମୁଖପାତ୍ର ଓ ହିଂଜିଳି ବିଧାନସଭାରୁ ବିଜେପି ପ୍ରାର୍ଥୀ ଭାବେ ଲଢୁଥିବା ଶ୍ରୀ ପୀତାମ୍ବର ଆଚାର୍ଯ୍ୟ। ସେ ଜଣେ ନାମୀ ଓକିଲ ଭାବରେ ମଧ୍ୟ ଜଣାଶୁଣା। ପୀତାମ୍ବର ବାବୁଙ୍କ ଏ ଭିଡିଓଟିକିକୁ ସେ ନିଜେ ତାଙ୍କ ଫେସବୁକ ପୋଷ୍ଟ ରେ ଛାଡିଛନ୍ତି। ମାର୍ଚ୍ଚ ୨୮ ତାରିଖ ଅପରାହ୍ନ ୪.୨୪ ଘଣ୍ଟାରେ ଛଡ଼ାଯାଇଥିବା ଏ ଭିଡିଓ ଅଗ୍ରଲେଖରେ ପିତାମ୍ବର ଯାହା ଲେଖିଛନ୍ତି, ଭିଡିଓ ରେ ତାର ବିପରୀତ କଥା ଦେଖା ଯାଉଛି। ସେ ଅଭିଯୋଗ କରିଛନ୍ତି ଯେ ପୋଲିସ ତାଙ୍କୁ ଅଯଥାରେ ଅଟକାଇ ଜେରା କଲା, କିନ୍ତୁ ପ୍ରମାଣ ଜଳ ଜଳ ହୋଇ ଦିଶୁଛି ଯେ ଆଚାର୍ଯ୍ୟ ମହାଶୟ ପୋଲିସ ଓ ମାଜିଷ୍ଟ୍ରେଟଙ୍କୁ ଜେରା କରୁଛନ୍ତି। ସେମାନଙ୍କୁ ଖୋଲାଖୋଲି ଧମକ ଦେଉଛନ୍ତି।

ଜଣେ ପୋଲିସ କର୍ମଚାରୀ ଓ ମାଜିଷ୍ଟ୍ରେଟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ କାମ କରୁଛନ୍ତି। ତାଙ୍କୁ ଖୋଲାଖୋଲି ଶ୍ରୀ ଆଚାର୍ଯ୍ୟ କହୁଛନ୍ତି- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁଗତ ପୋଲିସ। ଜଣେ ସାଧାରଣ ପୋଲିସ କର୍ମଚାରୀ ଓ ମାଜିଷ୍ଟ୍ରେଟଙ୍କୁ ଶାସକ ଦଳର ଅନୁଗତ ବୋଲି କହି ଶ୍ରୀ ଆଚାର୍ୟ ଯାବତୀୟ ଅମାନବୀୟ ଆଚରଣ ପ୍ରଦର୍ଶନ କରିଛନ୍ତି। ଗାଡିରେ ରାଜାଙ୍କ ପରି ବସି ବିନମ୍ରତାର ସହ କଥାବାର୍ତ୍ତା କରୁଥିବା ପୋଲିସ ଓ ମାଜିଷ୍ଟ୍ରେଟଙ୍କୁ ଅତି କଦର୍ୟ ବ୍ୟବହାର ପ୍ରଦର୍ଶନ କରିଛନ୍ତି। ନିଜେ ବଡ ଓକିଲ ବୋଲି ଦେଖେଇ ହେବା ସହିତ ଦାୟିତ୍ବରେ ଥିବା ସରକାରୀ କର୍ମଚାରୀଙ୍କୁ ହେୟ ଓ ତୁଚ୍ଛ ବ୍ୟବହାର ଦେଖାଇଛନ୍ତି। ତାଙ୍କର ପ୍ରତି କଥାରେ ଅହଂକାର ଓ ଧମକ ବାରି ହୋଇପଡୁଛି। ଗୋଟେ ଜାତୀୟ ଦଳର ପ୍ରାର୍ଥୀ ହୋଇଥିବାରୁ ସେ ବୋଧହୁଏ ଭାବୁଛନ୍ତି, ତାଙ୍କୁ ଭଗବାନ ଭାବେ ସମସ୍ତେ ମାନିବା ଦରକାର। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲଢୁଥିବାରୁ ନିଜକୁ ମୁଖ୍ୟମନ୍ତ୍ରୀଙ୍କ ସମକକ୍ଷ ବୋଲି ଭାବିବାର ପିଲାଳିଆମୀ ତାଙ୍କ କଥାରୁ ବାରି ହୋଇ ଦିଶୁଛି।

ସମୁଦାୟ ଭିଡିଓଟିକୁ ଦେଖିଲେ ମନେ ହେଉଛି, ସତେକି ପୀତାମ୍ବର ଆଚାର୍ଯ୍ୟ ନାମକ ବ୍ୟକ୍ତିଟି ସର୍ବ ଶକ୍ତିମାନ ଓ ତାଙ୍କୁ ଅଟକ ରଖିବାର ସାହସ କରୁଥିବା ପୋଲିସ ଅଧିକାରୀ ଓ ମାଜିଷ୍ଟ୍ରେଟ ନଗଣ୍ୟ ଜୀବ ମାତ୍ର। ଛୋଟ ଚାକିରି କରୁଥିବାରୁ ଓ ନିଷ୍ଠାପର ଭାବରେ ସରକାରୀ କାମ କରୁଥିବାରୁ ସେମାନଙ୍କର ପ୍ରାପ୍ୟ ହେଉଛି ନେତାଙ୍କ ପାଖରୁ ଗାଳି। ଗାଳି କରି, ଅପମାନ ଦେଇ ଓ ହିଂସାତ୍ମକ ଧମକ ଦେଇ ଶ୍ରୀ ଆଚାର୍ଯ୍ୟ ନିଜକୁ “ବେଚାରା” ବୋଲି ଦେଖେଇହେବାର ପ୍ରୟାସ କରିଛନ୍ତି। ପୋଲିସ ଜୁଲମର କଥା ସେ ଲେଖିଛନ୍ତି, ହେଲେ ତାହାର କୌଣସି ପ୍ରମାଣ ନାଇଁ । ଓଲଟି ସେ ପୋଲିସ ଉପରେ ଜୁଲମ କରୁଛନ୍ତି। ନିଜ ବଡ ଓକିଲ ହେବାର ଅହଂକାର ଦେଖାଇ ପୋଲିସକୁ ଡରାଇବାର ଉଦ୍ୟମ କରୁଛନ୍ତି। ଆଇନ ର ପରିସର ବାହାରକୁ ଯାଇ ଦାୟିତ୍ଵରତ ସରକାରୀ କର୍ମଚାରୀଙ୍କୁ ଧମକ ଦେବା ଅଭିଯୋଗରେ ଏ ପ୍ରକାର ବ୍ୟକ୍ତିଙ୍କ ବିରୋଧରେ ନିର୍ବାଚନ କମିଶନ ମକଦ୍ଦମା କରିବା ଉଚିତ। ଏଯାଏ କିନ୍ତୁ ନିର୍ବାଚନ କମିଶନଙ୍କ ନଜରକୁ ଏକଥା ଆସିନାହିଁ।

ତେବେ ପୀତାମ୍ବର ଆଚାର୍ଯ୍ୟଙ୍କ ଏ ପ୍ରକାର ଆଚରଣର କାରଣ କଣ? ମନସ୍ତତ୍ତ୍ଵରେ ଏହାକୁ ଦୁର୍ବଳର ଆକ୍ରମକତା କୁହାଯାଏ। ସେ ପରାଜୟର ଭୟରେ ଏତେଦୂର ପ୍ରଭାବିତ ଯେ, ନିଜ ଭୟକୁ ଚାପିବା ଲାଗି ସେ ଅଧିକ ଉଗ୍ର ବ୍ୟବହାର ପ୍ରଦର୍ଶନ କରିପାରନ୍ତି। ଏଠି ଶ୍ରୀ ଆଚାର୍ୟ ଗୋଟେ ଭୟାଳୁ ପିଲା ଭଳି ପ୍ରଦର୍ଶନ କରୁଛନ୍ତି। ତାଙ୍କ ମୁହଁରେ “ମୁଁ ନିଆଁ, ମୋ ସାଙ୍ଗେ ଖେଳ ନା” ଭଳି ଧମକପୂର୍ଣ୍ଣ ଧାଡି ପଛରେ ପ୍ରକାଣ୍ଡ ଭୟ ବାରି ହୋଇ ପଡୁଛି। ତାଙ୍କୁ କଟକ ଟିକଟ ନଦେଇ ବିଜେପି ନେତାଏ ତାଙ୍କୁ ଯେ ହିଂଜିଳି ପଠାଇ ଅପଦସ୍ତ କରିଛନ୍ତି, ସେ ହତାଶା ମଧ୍ୟ ତାଙ୍କ କଥାରୁ ବେଶ ଜଣା ପଡିଯାଉଛି। ସେ ନିର୍ବାଚନ ପ୍ରଚାରରେ ବାହାରିଛନ୍ତି ଅଥଚ ତାଙ୍କ ସାଙ୍ଗରେ ଜଣେ ବି କର୍ମୀ ବା ନେତା ଦୃଶ୍ୟମାନ ହେଉନାହାନ୍ତି। ହିଞ୍ଜିଳୀରେ ଏକଲା ତାଙ୍କୁ ଛାଡି ଦେଇଥିବା ବିଜେପି ନେତାଙ୍କ ପ୍ରତି ପୀତାମ୍ବରଙ୍କ ରାଗ ପରୋକ୍ଷ ଭାବରେ ସରକାରୀ କର୍ମଚାରୀଙ୍କ ଉପରେ ପଡୁଥାଇପାରେ!

ତେବେ ଏହାର କାରଣ ଯାହା ବି ହେଉ, ଦାୟିତ୍ବରେ ଥିବା ସରକାରୀ କର୍ମଚାରୀଙ୍କୁ ଧମକ ଦେବା ଓ ସେମାନଙ୍କୁ ଅପବ୍ୟବହାର କରିଥିବାରୁ ଶ୍ରୀ ଆଚାର୍ୟଙ୍କ  ବିରୋଧରେ କାର୍ୟାନୁଷ୍ଠାନ ନିହାତି ହେବା ଉଚିତ। ଏ ପ୍ରକାର ଆଚରଣ ଯେ ଜଣେ ରାଜନେତାଙ୍କ ପାଇଁ ଅତ୍ୟନ୍ତ ଅଶୋଭନୀୟ ଓ ନିନ୍ଦନୀୟ ଏହା ମଧ୍ୟ ଶ୍ରୀ ଆଚାର୍ୟ ଜାଣିବା ଦରକାର।

assembly BJD BJP election hinjili police
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ଦେଶରେ ତୈଳ ସଙ୍କଟ ଉପରେ ସଂସଦରେ ଚର୍ଚ୍ଚା: ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ମନ୍ତ୍ରୀ?

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.