Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଝଲମଲ ହେଲା ବ୍ରହ୍ମପୁରର ରାମଲିଙ୍ଗେଶ୍ବର ଜଳାଶୟ, ମଝିରେ ୩୫ ଫୁଟ ଉଚ୍ଚତାର ଦେବଦେବ ମହାଦେବ
ବିଶେଷ ଖବର

ଝଲମଲ ହେଲା ବ୍ରହ୍ମପୁରର ରାମଲିଙ୍ଗେଶ୍ବର ଜଳାଶୟ, ମଝିରେ ୩୫ ଫୁଟ ଉଚ୍ଚତାର ଦେବଦେବ ମହାଦେବ

January 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ରୂପାନ୍ତରର ବା Transformation ଅନନ୍ୟ ଉଦାହରଣ ପାଲଟିଛି ବ୍ରହ୍ମପୁରର ରାମଲିଙ୍ଗେଶ୍ବର ଜଳାଶୟ। ଅବ୍ୟବହୃତ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ପଡି ରହିଥିବା ଏହି ଜଳାଶୟ ଆଜି ବ୍ରହ୍ମପୁରରେ ପର୍ଯ୍ୟଟକଙ୍କର ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇପାରିଛି। ଚିତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତୋତ୍ରର ତାଳେ ତାଳେ ଲେଜର ଲାଇଟ୍ ଓ ଏକ ସଂଗୀତମୟ ପରିବେଶ ମଧ୍ୟରେ ବ୍ରହ୍ମପୁରର କେନ୍ଦ୍ର ସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ବର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଲୋକାର୍ପିତ ହୋଇଛି।

୮ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ। ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର‌୍ୟ୍ୟକରଣ କାମ ଆରମ୍ଭ ହୋଇଥିଲା। ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଂକରଙ୍କର ୩୫ ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତୀ ଶୋଭା ପାଉଥିବା ବେଳେ ଚତୁର୍ପାଶ୍ବରେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମବେତ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାମଲିଙ୍ଗେଶ୍ବର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଥିଲେ। ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଏବଂ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁରର ଜନସାଧାରଣଙ୍କୁ ଆହ୍ବାନ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ବର୍ଷ ତଳେ ଏହି ଜଳାଶୟର ଅବସ୍ଥା କଣ ଥିଲା ଏବଂ ବର୍ତ୍ତମାନ ଏହା କେଉଁଠି ପହଞ୍ଚିଛି। ଏହା ହେଉଛି ପରିବର୍ତ୍ତନ, Transformation. ରାମଲିଙ୍ଗେଶ୍ବର ଜଳାଶୟ ଓ ପାର୍କ ଆଜି ଗଂଜାମର ପର‌୍ୟ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିଛି। ଏହା ଆଜି ସମ୍ଭବ ହୋଇପାରିଛି, ବ୍ରହ୍ମପୁରର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନ ଓ ସହଯୋଗ ଯୋଗୁ। ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

କୋଭିଡ ସମୟରେ ଗଂଜାମର ଜନସାଧାରଣଙ୍କର ଦୃଢ ମନୋବଳର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଂଜାମର ଜନତାଙ୍କ ସଂଯମତା ଓ ଆତ୍ମଶକ୍ତି ଯୋଗୁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡକୁ ନିୟନ୍ତ୍ରଣ କରାଯାଇପାରିଛି ଏବଂ ଗଂଜାମ ଆଜି ସାରା ଦେଶ ପାଇଁ ରୋଲ ମଡେଲ ହୋଇପାରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢିତୋଳିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି। ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡିୟମର ନିର୍ମାଣ କାର‌୍ୟ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟାୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର‌୍ୟ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଂଗ ରୋଡ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି।

ବ୍ରହ୍ମପୁର ମୋ ପାଇଁ ସବୁବେଳେ ସ୍ବତନ୍ତ୍ର ଗୁରୁତ୍ବ ରଖିଛି। ବ୍ରହ୍ମପୁର ତଥା ଗଂଜାମର ବିକାଶ ଉପରେ ମୁଁ ସବୁବେଳେ ତୀକ୍ଷ୍ଣ ନଜର ରଖିଛି ବୋଲି ମତଦେଇ ବ୍ରହ୍ମପୁରକୁ ଏକ ସୁନ୍ଦର ତଥା ଆଧୁନିକ ସହର ଭାବରେ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
ଏହି ଅବସରରେ ଆୟୋଜିତ କାର‌୍ୟ୍ୟକ୍ରମରେ ଜଂଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଭାପତି  ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉଦ୍‌ବୋଧନ ଦେଇ ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ପ୍ରଶଂସା କରିଥିଲେ।

bramhapur ବ୍ରହ୍ମପୁର ରାମଲିଙ୍ଗେଶ୍ବର ଜଳାଶୟ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026
Latest News

UPI ଦେୟ ଉପରେ ଫି’ ଲାଗିବ? ଅର୍ଥ ମନ୍ତ୍ରଣାଳୟର ବଡ଼ ସ୍ପଷ୍ଟୀକରଣ

September 15, 2026

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026

ମଧ୍ୟାବଧି ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ‘ସୁପ୍ରିମ୍’ ଝଟକା: ଅଟକିଲା ଡାକ ଭୋଟ ନିୟମ ପରିବର୍ତ୍ତନ ଯୋଜନା

September 15, 2026

ନୌବାଣିଜ୍ୟର ସ୍ମାରକୀ ‘ସାତଭାୟା’ ଓ ‘ତଅପୋଇ’ କାହାଣୀ

September 15, 2026

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.